ଘରେ ଅର୍ଥାଭାବ ଲାଗି ରହୁଛି କି? ଏହି ଉପାୟ ଅବଲମ୍ବନ କରିଲେ ପାଇବେ ଲକ୍ଷ୍ମୀ, କୁବେରଙ୍କ କୃପା..

ମହାନ ଅର୍ଥନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ମନୁଷ୍ୟ ଜୀବନ ସହ ଜଡ଼ିତ ସମସ୍ତ ପ୍ରଶ୍ନର ଉତ୍ତର ନିଜର ନୀତିଶାସ୍ତ୍ରରେ ଦେଇଛନ୍ତି। ରାଜନୀତିଠାରୁ ଆରମ୍ଭ କରି ସାମାଜିକ ଏବଂ ଆର୍ଥିକ ବିଷୟକୁ ସେ ଭଲଭାବେ ନିରୀକ୍ଷଣ କରିଥିଲେ। ଏଣୁ ଏବେ ବି ଲୋକେ କୌଣସି କାମ କରିବା ପୂର୍ବରୁ ଚାଣକ୍ୟଙ୍କ ବିଚାର ଜାଣିବାକୁ ଚାହିଁଥାନ୍ତି। ଆସନ୍ତୁ ଜାଣିବା ସେପରି କିଛି ଉପାୟ ଯାହା ଦ୍ୱାରା ଆପଣ ନିଜର ଆର୍ଥିକ ସ୍ଥିତି ମଜଭୂତ କରିପାରିବେ।

-ଚାଣକ୍ୟ କୁହନ୍ତି, ଯେଉଁ ବ୍ୟକ୍ତି ପକ୍ଷୀମାନଙ୍କର ସେବା କରେ, ତାଙ୍କୁ ଖାଦ୍ୟ ଏବଂ ପାଣି ଦେଇଥାଏ, ସେ ନିଜ ଜୀବନରେ ଧନ ଆସିବାର ରାସ୍ତା ଖୋଲିଦେଇଥାଏ। ଏହାଦ୍ୱାରା ଲକ୍ଷ୍ମୀ ପ୍ରସନ୍ନ ହୋଇଥାନ୍ତି। ଘରେ ଅର୍ଥର ଅଭାବ ରହି ନ ଥାଏ।

-ଯେଉଁ ଘରେ ଭଗବାନଙ୍କ ଆଦର ସମ୍ମାନ କରାଯାଏ। ତାଙ୍କୁ ପୂଜା କରାଯାଏ, ତାଙ୍କ ନିକଟରେ ପ୍ରଦୀପ ପ୍ରଜ୍ୱଳନ କରାଯାଏ, ଉକ୍ତ ଘରେ ଧନସମ୍ପତ୍ତିର ଭଣ୍ଡାର ସର୍ବଦା ପୂର୍ଣ୍ଣ ଥାଏ। କେବେ ବି ପରିବାରକୁ ଅର୍ଥାଭାବ ଯୋଗୁ ଅସୁବିଧା ଉଠାଇବାକୁ ପଡ଼ି ନ ଥାଏ।

-କୁଷ୍ଠ ରୋଗୀଙ୍କ ସହାୟତା କରିବା ଉଚିତ। ଏହାଦ୍ୱାରା ଜଣଙ୍କ ଜୀବନରେ ଉପୁଜୁଥିବା ବାଧାବିଘ୍ନ ଦୂର ହୋଇଥାଏ। ନିସ୍ବାର୍ଥ ଭାବ ରଖି ସେମାନଙ୍କର ସେବା କଲେ ଜୀବନରେ ଧନର ଅଭାବ ରହି ନ ଥାଏ। କାରଣ ଭଗବାନ କୁବେରଙ୍କ କୃପା ଦୃଷ୍ଟି ତାଙ୍କ ଉପରେ ପଡ଼ିଥାଏ। ଫଳସ୍ବରୂପ ଘରର ଭଣ୍ଡାର ପୂର୍ଣ୍ଣ ରହିଥାଏ।

-ଗୋମାତାର ସେବା କରିବା ଦ୍ୱାରା ବହୁତ ପୂଣ୍ୟ ମିଳିଥାଏ ବୋଲି ମାନ୍ୟତା ରହିଛି। ତେବେ ଗାଇଙ୍କ ଦେହରେ ସମସ୍ତ ଦେବତା ବାସ କରିଥାନ୍ତି। ଏଣୁ ତାଙ୍କର ସେବା କରିବାଦ୍ୱାରା ସମସ୍ତ ଦେବତାଙ୍କ ସେବା କରିବା ଭଳି ହୋଇଯାଏ। ଏହାଦ୍ୱାରା ଭଗବାନ ପ୍ରସନ୍ନ ହୋଇଥାନ୍ତି। ଫଳରେ ଧନ ସମ୍ପତ୍ତି ଅଭାବ ରହି ନ ଥାଏ।

-ଯେଉଁ ବ୍ୟକ୍ତି ନିଜ ଧନକୁ ଅଯଥା କରେ ନାହିଁ ଏବଂ ତାହାକୁ ଭଲ କାମରେ ଲଗାଇଥାଏ, ଉକ୍ତ ବ୍ୟକ୍ତିଙ୍କ ଘରେ କେବେ ବି ଧନର ଅଭାବ ପରିଲକ୍ଷିତ ହୋଇ ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri