Posted inଖେଳ

୭୫ ବର୍ଷ ପରେ ଭାରତୀୟ କ୍ରିକେଟରେ ଘଟିଲା ଏମିତି

ବ୍ରିସବେନ୍‌,୧୫।୧: ଟେଷ୍ଟ କ୍ରିକେଟରେ ଅଭିଜ୍ଞତାକୁ ଗୁରୁତ୍ୱ ଦିଆଯାଉଛି। ପ୍ରତ୍ୟେକ ଦଳ ଦୀର୍ଘ ଦିନ ଧରି କ୍ରିକେଟର ସବୁଠାରୁ ବଡ ଫର୍ମାଟ ଖେଳୁଥିବା ଖେଳାଳିଙ୍କ ଶ୍ରେଷ୍ଠ ଏକାଦଶରେ ବାଛିବାକୁ ପସନ୍ଦ କରନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ନିର୍ଣ୍ଣାୟକ ମ୍ୟାଚରେ ଗତ ଦଶନ୍ଧିର ସବୁଠାରୁ ଦୁର୍ବଳ ଦଳ ନେଇ ପଡିଆକୁ ଓହ୍ଲାଇଛି ଭାରତୀୟ ଦଳ। ଅଷ୍ଟ୍ରେଲିଆ ଗସ୍ତ ସମୟରେ ଟିମ ଇଣ୍ଡିଆର ଅନେକ ଖେଳାଳି ଆହତ ହୋଇଛନ୍ତି ଏବଂ ସେଥିପାଇଁ ସେମାନଙ୍କୁ ବ୍ରିସବେନ ଟେଷ୍ଟରେ ଯୁବ ଖେଳାଳିଙ୍କୁ ସୁଯୋଗ ଦେବାକୁ ପଡଛି। ବ୍ରିସବେନ ଟେଷ୍ଟ ପୂର୍ବରୁ ଜସପ୍ରୀତ ବୁମ୍‌ରା, ଆର ଅଶ୍ୱିନ, ରବିନ୍ଦ୍ର ଜାଡେଜାଙ୍କ ଭଳି ତାରକା ଖେଳାଳି ଆହତ ହୋଇଥିଲେ ଏବଂ ଏହି କାରଣରୁ ଟିମ ଇଣ୍ଡିଆକୁ ୱାଶିଂଟନ ସୁନ୍ଦର, ଟି ନଟରାଜନ ଡେବ୍ୟୁ କରିବାକୁ ପଡିଲା। ବୋଲିଂ ଆକ୍ରମଣରେ ଶାର୍ଦ୍ଦୁଲ ଠାକୁରଙ୍କୁ ମଧ୍ୟ ସାମିଲ କରାଯାଇଥିଲା। ବ୍ରିସବେନ ଟେଷ୍ଟ ପାଇଁ ଟିମ ଇଣ୍ଡିଆ ଏକାଦଶ ଘୋଷଣା କରିବା ମାତ୍ରେ ଏହା ୭୫ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଛି।

ଅଷ୍ଟ୍ରେଲିଆ ବିପକ୍ଷ ସାମ୍ପ୍ରତିକ ଟେଷ୍ଟ ସିରିଜରେ ଟିମ ଇଣ୍ଡିଆ ମୋଟ ୨୦ଖେଳାଳିଙ୍କୁ ସୁଯୋଗ ଦେଇଛି। ୧୯୬୦ ମସିହା ପରଠାରୁ ଏହା ପ୍ରଥମ ଥର ପାଇଁ ଘଟିଛ। ଚଳି ସିରିଜ୍‌ରେ ପୃଥ୍ବୀ ଶ’, ମୟଙ୍କ ଅଗ୍ରୱାଲ, ବିରାଟ କୋହଲି, ଚେତେଶ୍ୱର ପୂଜାରା, ଅଜିଙ୍କେ ରାହାନେ, ଶୁଭମାନ ଗିଲ, ରିଦ୍ଧିମାନ ସାହା, ରିଷଭ ପନ୍ତ, ରବିନ୍ଦ୍ର ଜାଡେଜା, ଆର ଅଶ୍ୱିନ, ମହମ୍ମଦ ଶାମି, ମହମ୍ମଦ ସିରାଜ, ଉମେଶ ଯାଦବ, ଟି ନଟରାଜନ , ନବଦୀପ ସଇନି, ହନୁମା ବିହାରୀ, ଜସପ୍ରୀତ ବୁମରାଏବଂ ରୋହିତ ଶର୍ମା ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri