Posted inଖେଳ

୭୫ ବର୍ଷ ପରେ ଭାରତୀୟ କ୍ରିକେଟରେ ଘଟିଲା ଏମିତି

ବ୍ରିସବେନ୍‌,୧୫।୧: ଟେଷ୍ଟ କ୍ରିକେଟରେ ଅଭିଜ୍ଞତାକୁ ଗୁରୁତ୍ୱ ଦିଆଯାଉଛି। ପ୍ରତ୍ୟେକ ଦଳ ଦୀର୍ଘ ଦିନ ଧରି କ୍ରିକେଟର ସବୁଠାରୁ ବଡ ଫର୍ମାଟ ଖେଳୁଥିବା ଖେଳାଳିଙ୍କ ଶ୍ରେଷ୍ଠ ଏକାଦଶରେ ବାଛିବାକୁ ପସନ୍ଦ କରନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ନିର୍ଣ୍ଣାୟକ ମ୍ୟାଚରେ ଗତ ଦଶନ୍ଧିର ସବୁଠାରୁ ଦୁର୍ବଳ ଦଳ ନେଇ ପଡିଆକୁ ଓହ୍ଲାଇଛି ଭାରତୀୟ ଦଳ। ଅଷ୍ଟ୍ରେଲିଆ ଗସ୍ତ ସମୟରେ ଟିମ ଇଣ୍ଡିଆର ଅନେକ ଖେଳାଳି ଆହତ ହୋଇଛନ୍ତି ଏବଂ ସେଥିପାଇଁ ସେମାନଙ୍କୁ ବ୍ରିସବେନ ଟେଷ୍ଟରେ ଯୁବ ଖେଳାଳିଙ୍କୁ ସୁଯୋଗ ଦେବାକୁ ପଡଛି। ବ୍ରିସବେନ ଟେଷ୍ଟ ପୂର୍ବରୁ ଜସପ୍ରୀତ ବୁମ୍‌ରା, ଆର ଅଶ୍ୱିନ, ରବିନ୍ଦ୍ର ଜାଡେଜାଙ୍କ ଭଳି ତାରକା ଖେଳାଳି ଆହତ ହୋଇଥିଲେ ଏବଂ ଏହି କାରଣରୁ ଟିମ ଇଣ୍ଡିଆକୁ ୱାଶିଂଟନ ସୁନ୍ଦର, ଟି ନଟରାଜନ ଡେବ୍ୟୁ କରିବାକୁ ପଡିଲା। ବୋଲିଂ ଆକ୍ରମଣରେ ଶାର୍ଦ୍ଦୁଲ ଠାକୁରଙ୍କୁ ମଧ୍ୟ ସାମିଲ କରାଯାଇଥିଲା। ବ୍ରିସବେନ ଟେଷ୍ଟ ପାଇଁ ଟିମ ଇଣ୍ଡିଆ ଏକାଦଶ ଘୋଷଣା କରିବା ମାତ୍ରେ ଏହା ୭୫ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଛି।

ଅଷ୍ଟ୍ରେଲିଆ ବିପକ୍ଷ ସାମ୍ପ୍ରତିକ ଟେଷ୍ଟ ସିରିଜରେ ଟିମ ଇଣ୍ଡିଆ ମୋଟ ୨୦ଖେଳାଳିଙ୍କୁ ସୁଯୋଗ ଦେଇଛି। ୧୯୬୦ ମସିହା ପରଠାରୁ ଏହା ପ୍ରଥମ ଥର ପାଇଁ ଘଟିଛ। ଚଳି ସିରିଜ୍‌ରେ ପୃଥ୍ବୀ ଶ’, ମୟଙ୍କ ଅଗ୍ରୱାଲ, ବିରାଟ କୋହଲି, ଚେତେଶ୍ୱର ପୂଜାରା, ଅଜିଙ୍କେ ରାହାନେ, ଶୁଭମାନ ଗିଲ, ରିଦ୍ଧିମାନ ସାହା, ରିଷଭ ପନ୍ତ, ରବିନ୍ଦ୍ର ଜାଡେଜା, ଆର ଅଶ୍ୱିନ, ମହମ୍ମଦ ଶାମି, ମହମ୍ମଦ ସିରାଜ, ଉମେଶ ଯାଦବ, ଟି ନଟରାଜନ , ନବଦୀପ ସଇନି, ହନୁମା ବିହାରୀ, ଜସପ୍ରୀତ ବୁମରାଏବଂ ରୋହିତ ଶର୍ମା ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କୁ ସୋନମ ୱାଙ୍ଗଚୁକଙ୍କ ଚେତାବନୀ, କହିଲେ ଆଗକୁ ବିପଦ!

ନୂଆଦିଲ୍ଲୀ, ୨୫।୧୦: ଭାରତର ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ଆନ୍ଦୋଳନ ଏବଂ ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନକୁ ନେଇ କେନ୍ଦ୍ର ସରକାରଙ୍କୁ ବଡ଼ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି,…

ସୁଧାରିବାର ସୁଯୋଗ

ଆମେରିକାର ମଧ୍ୟବର୍ତ୍ତିକାଳୀନ ନିର୍ୱାଚନ ନଭେମ୍ୱର ୩ରେ ହେବ। ରାଷ୍ଟ୍ରପତିଙ୍କ ୪ ବର୍ଷର କାର୍ଯ୍ୟକାଳ ମଧ୍ୟଭାଗରେ ଅନୁଷ୍ଠିତ ହେଉଥିବାରୁ ଏହାକୁ ମିଡଟର୍ମ ବା ମଧ୍ୟବର୍ତ୍ତିକାଳୀନ ନିର୍ୱାଚନ କୁୁହାଯାଏ। ଆମେରିକାର…

DA Hike Alert: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ୨୮ ଅକ୍ଟୋବରରେ ଡିଏ ଘୋଷଣା! କେତେ ବଢ଼ିବ ଦରମା?

ନୂଆଦିଲ୍‌ଲୀ,୨୫।୧୦:କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ଅପେକ୍ଷା ଆହୁରି ଲମ୍ୱା ହେବାରେ ଲାଗିଛି। ଜୁଲାଇ ୨୦୨୬ ପାଇଁ ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ସହାୟତା (DR) ବୃଦ୍ଧି…

କୁମାର ପୂର୍ଣ୍ଣିମାରେ ଚମକିବ ୩ ରାଶିଙ୍କ ଭାଗ୍ୟ; ହୁ ହୁ ବଢିବ ଧନ, ଯାଚିକି ଟଙ୍କା ଦେବେ ଲୋକ…

ଆଜି ୨୫ ଅକ୍ଟୋବର ୨୦୨୬ ରବିବାର ଦିନ ଶରତ ପୂର୍ଣ୍ଣିମା (କୁମାର ପୂର୍ଣ୍ଣିମା) ପଡ଼ୁଛି। ଆଜି ଶରତ ପୂର୍ଣ୍ଣିମା ଅବସରରେ ଗ୍ରହମାନଙ୍କ ସଂଯୋଗରୁ ଅନେକ ଶୁଭ ଯୋଗ…

ବିଲ ହିଡ଼ଦେଇ ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର

ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ହାତରେ ବହି, ଆଖିରେ ପଢ଼ିବାର ସ୍ୱପ୍ନ। ହେଲେ ସ୍କୁଲ ଯିବା ବାଟରେ ପାଦେ ପାଦେ ବିପଦ। କେଉଁଠି କାଦୁଅ ଓ ଖାଲଖମା ତ ଆଉ…

ଆଦିବାସୀଙ୍କ ସେବାରେ ନିୟୋଜିତ ଡାକ୍ତର ଏବେ ଜେଲରେ

ଭବାନୀପାଟଣା,୨୫ା୧୦(ଉତ୍ତମ କୁମାର ଦାଶ):ଆଦିବାସୀଙ୍କ ଚିକିତ୍ସା ସେବା ପାଇଁ ମୁମ୍ୱାଇ ଛାଡ଼ି କଳାହାଣ୍ଡିକୁ ଚାଲି ଆସିଥିଲେ ଡାକ୍ତର ରାଣ୍ଡାଲ ସେକ୍ୟୁରା। ଦୁର୍ଗମ ଅଞ୍ଚଳରେ ପହଞ୍ଚତ୍ ମ୍ୟାଲେରିଆ ଓ ଯକ୍ଷ୍ମା…

ଆଜି ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୫।୧୦ (ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେ ଅପରାହ୍ନ ୨ଟା ୪୫ ମିନିଟ୍‌ ସମୟରେ ଉତ୍ତରପ୍ରଦେଶର ବାରାଣସୀ…

ଆକାଶଛୁଆଁ ଦାମ: ୭ ହଜାରରେ ପହଞ୍ଚିଲା ଗ୍ୟାସ ସିଲିଣ୍ଡର, ଇରାନ ରୋକିଲା ସପ୍ଲାଏ!

ନୂଆଦିଲ୍ଲୀ, ୨୫।୧୦: ବିଶ୍ୱର ବିଭିନ୍ନ ଦେଶ ଆଗରେ ହାତ ପତାଉଥିବା ପାକିସ୍ତାନର ସ୍ଥିତି ଏବେ ଅତ୍ୟନ୍ତ ଦୟନୀୟ। ମହଙ୍ଗା ମାଡ଼ ଓ ଆର୍ଥିକ ସଙ୍କଟ ପାକିସ୍ତାନକୁ ଅନ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?