Posted inଖେଳ

୨୧ ବର୍ଷ ପରେ ଟେଷ୍ଟ କ୍ରିକେଟ୍‌ରେ ଘଟିଲା ଏମିତି

ନୂଆଦିଲ୍ଲୀ,୧୯।୨: ଦିଲ୍ଲୀରେ ଖେଳାଯାଇଥିବା ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ରବିନ୍ଦ୍ର ଜାଡେଜା ଚମତ୍କାର ବୋଲିଂ କରିଥିଲେ। ପ୍ରଥମ ଇନିଂସରେ ତିନି ଉଇକେଟ ନେଇଥିବା ବାମହାତୀ ସ୍ପିନର ଦ୍ୱିତୀୟ ଇନିଂସରେ ୭ଟି ଉଇକେଟ ନେଇଥିଲେ। କୌତୁହଳର ବିଷୟ ହେଉଛି ଜାଡେଜା ୭ଜଣ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରୁ ୫ ଜଣଙ୍କ କ୍ଲିନ୍‌ବୋଲ୍ଡ କରିଥିଲେ। ଗତ ୨୧ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଟେଷ୍ଟରେ ଏହା ଘଟିଛି। ଏହାପୂର୍ବରୁ ପାକିସ୍ତାନ ବୋଲର ଶୋଏବ ଅଖତର ୨୦୦୨ରେ ଲାହୋରର ଗାଦାଫି ଷ୍ଟାଡିୟମରେ ନ୍ୟୁଜିଲାଣ୍ଡ ବିପକ୍ଷରେ ୫ଜଣ ବ୍ୟାଟ୍ସମ୍ୟାନଙ୍କୁ ବୋଲ୍ଡ କରିଥିଲେ। ଯଦି ଆମେ ସ୍ପିନ ବୋଲରଙ୍କ ବିଷୟରେ କଥା ହେବା, ତେବେ ୧୯୯୨ରେ ଅନିଲ କୁମ୍ବଲେ ଶେଷ ଥର ପାଇଁ ଏହା କରିଥିଲେ। ଜୋହାନ୍ସବର୍ଗରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ସେ ଏହି ସଫଳତା ହାସଲ କରିଥିଲେ।
ଟେଷ୍ଟରେ ଜାଡେଜା ୨୫୯ ଉଇକେଟ ନେଇଛନ୍ତି। ସେ ଏପର୍ଯ୍ୟନ୍ତ ୬୨ଟି ମ୍ୟାଚ ଖେଳିଛନ୍ତି। ସର୍ବାଧିକ ଟେଷ୍ଟ ଉଇକେଟ ନେବାରେ ସେ ଅଷ୍ଟ୍ରେଲିଆର ପୂର୍ବତନ ଦ୍ରୁତ ବୋଲର ଜେସନ ଗିଲେସ୍ପି ଏବଂ ୱେଷ୍ଟଇଣ୍ଡିଜର ଜୋଏଲ ଗାର୍ନରଙ୍କ ସମକକ୍ଷ ହୋଇଛନ୍ତି। ୫୮ଟି ଟେଷ୍ଟରେ ଗାର୍ନର ୨୫୯ ଉଇକେଟ ନେଇଥିଲେ ଏବଂ ଗିଲେସ୍ପି ୭୧ଟି ଟେଷ୍ଟରେ ୨୫୯ ଉଇକେଟ ନେଇଥିଲେ। ଏହି ମ୍ୟାଚରେ ଜାଡେଜା ଏକାସାଙ୍ଗରେ ପାଞ୍ଚ ଜଣ ବୋଲରଙ୍କୁ ପଛରେ ପକାିତତ୍ଲେ। ସେ ୱେଷ୍ଟଇଣ୍ଡିଜ୍‌ର ମାଇକେଲ ହୋଲଡିଂ (୨୪୯ ଉଇକେଟ), ଇଂଲଣ୍ଡର ବ୍ରାଏନ ଷ୍ଟାଥମ (୨୫୨), ନ୍ୟୁଜିଲାଣ୍ଡର ନିଲ ୱାଗନର୍‌ (୨୫୩), ୱେଷ୍ଟଇଣ୍ଡିଜ କେମାର ରୋଚ (୨୫୪) ଏବଂ ଇଂଲଣ୍ଡର ଗ୍ରାମ ସ୍ବାନ (୨୫୫) ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପିନ୍‌ରେ ଦମ୍‌ ଦେଖାଇଲା ଶ୍ରୀଲଙ୍କା

କଲମ୍ବୋ,୮ା୨- ଟି୨୦ ବିଶ୍ୱକପ୍‌ରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ୨୦ ରନରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଶ୍ରୀଲଙ୍କା ଦ୍ୱାରା ପ୍ରଦତ୍ତ ୧୬୪ ରନର ଟାର୍ଗେଟକୁ ପିଛା…

ସଭା ମଞ୍ଚରେ ମନ୍ତ୍ରୀ-ବିଧାୟକଙ୍କ ଆଲୋଚନା: ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା…

ବଲାଙ୍ଗୀର,୮।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ରବିବାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମଞ୍ଚ ଉପରେ ବସିଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଏବଂ ସମ୍ବଲପୁର…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri