ଯୁଦ୍ଧ ମଧ୍ୟରେ ୟୁକ୍ରେନ୍‌ରେ ଘଟିଲା ଏମିତି, ତରଳିଯିବ ହୃଦୟ

କ୍ୱିଭ୍‌,୭।୩: ୟୁକ୍ରେନ ଏବେ ଜଳୁଛି। ଗତ ୧୨ ଦିନ ଧରି ରୁଷିଆର କ୍ଷେପଣାସ୍ତ୍ର ମାଡ, ବୋମା ବିସ୍ଫୋରଣ ଏବଂ ଟ୍ୟାଙ୍କର ଶବ୍ଦରେ ୟୁକ୍ରେନ କମ୍ପୁଛି। ତେବେ ରୁଷିଆର ଅସୀମ ଶକ୍ତି ସାମ୍ନାରେ ୟୁକ୍ରେନ ସୈନ୍ୟଙ୍କ ଦ୍ୱାରା ଦେଖାଯାଇଥିବା ସାହସ ଭ୍ଲାଦିମିର ପୁଟିନଙ୍କୁ ତାଙ୍କ ରଣନୀତି ବଦଳାଇବାକୁ ବାଧ୍ୟ କରିଛି। ଏହି ଯୁଦ୍ଧରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହେଉଛି ୟୁକ୍ରେନ ସୈନିକମାନଙ୍କର ସାହସ। ଯୁଦ୍ଧ ମଧ୍ୟରେ ୟୁକ୍ରେନରେ ଏଭ ଭଲ ଚିତ୍ର ସାମ୍ନାକୁ ଆସିଛ। ୟୁକ୍ରେନ ସୈନ୍ୟବାହିନୀରେ ଏକ ପ୍ରେମୀ ଯୁଗଳ ବିବାହ କରୁଥିବା ଦେଖାଯାଉଛି। ଦମ୍ପତିଙ୍କ ମୁହଁରେ କୌଣସି ଅନୁତାପ ନାହିଁ କି ରୁଷିଆର ଆକ୍ରମଣର ଭୟ ନାହିଁ। ଦୁହେଁ ଯୁଦ୍ଧ କ୍ଷେତ୍ରରେ ବିବାହ କରିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକ୍ରେନ ପ୍ରେମୀ ଯୁଗଳ ‘ଭାଲେରୀ ଏବଂ ଲେସିଆ’ର ବିବାହର ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି। ବିବାହ ଉତ୍ସବରେ ତାଙ୍କୁ ସାଥୀ ସୈନିକମାନେ ଘେରି ରହିଥିବାର ଦେଖାଯାଏ। ଦୁହେଁ କ୍ୱିଭ୍‌ର ଏକ ଚେକପଏଣ୍ଟରେ ବିବାହ କରିଥିଲେ। ଏଥିରେ ଭାଲେରୀ ଏବଂ ଲେସିଆ ମଧ୍ୟ ସାମରିକ ପୋଷାକରେ ନଜର ଆସିଛନ୍ତି।
ବିବାହ ପାଇଁ ୟୁକ୍ରେନ ସୈନିକମାନଙ୍କ ଦ୍ୱାରା ଏକ ଛୋଟ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ କ୍ୱିଭ୍‌ର ମେୟର ମଧ୍ୟ ଅଂଶଗ୍ରହଣ କରିଥିଲେ। ବିବାହ ପରେ ଦୁହେଁ ପରସ୍ପରକୁ ଓ୍ବାଇନ୍‌ ପିଆଇଥିଲେ। ନବଦମ୍ପତି ଏବେ ପୁନର୍ବାର ରୁଷିଆ ବିରୁଦ୍ଧରେ ଛିଡା ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଟପ୍‌ ୭ଟିି ସରକାରୀ ଚାକିରି, IAS ଭଳି ଦରମା, କମ୍‌ ପରିଶ୍ରମରେ…

ନୂଆଦିଲ୍ଲୀ,୭।୧୨: ସରକାରୀ ଚାକିରି ପାଇବା ଲକ୍ଷ ଲକ୍ଷ ଯୁବକ ଯୁବତୀଙ୍କ ସ୍ୱପ୍ନ। ତଥାପି, ଅଧିକାଂଶ ଲୋକ କେବଳ କିଛି ହାଇ-ପ୍ରୋଫାଇଲ ପଦବୀ ବିଷୟରେ ଜାଣନ୍ତି –...

ସ୍ମୃତି ମନ୍ଧାନାଙ୍କ ପୋଷ୍ଟ ପରେ ବଡ଼ ଖୁଲାସା କଲେ ପଲାଶ! କହିଲେ ଆକ୍ସନ ନେବି…

ନୂଆଦିଲ୍‌ଲୀ,୭।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହ ଚର୍ଚ୍ଚାରେ ଏବେ ଫୁଲଷ୍ଟପ ପଡିଛିି। ସ୍ମୃତି ଏବଂ ପଲାଶଙ୍କ ବିବାହ ବହୁତ ଦିନ...

ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…

ନୂଆଦିଲ୍‌ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା...

ବିଲରୁ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡିଲା ବିଲୁଆ

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିରେ ମାତିଛି ବିଲୁଆ। ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁର ସୁକୁନୁ ଜେନା(୫୮), ସୋଲି ସ୍ବାଇଁ(୬୦),ତପସ୍ବିନୀ ଜେନା(୨୫),ଶର୍ମିଲା ଜେନା(୩୫),ଗୁରୁଦେବ ରଣା(୩୮)ବିଲୁଆ...

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

୨୫ରୁ କୂର୍ମୀ କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ମହାସଭା: ଘୁମୁସର ବୀର ଚକରାଙ୍କ ଇତିହାସ ଜାଣିବେ

ଭଞ୍ଜନଗର,୭।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ନିଖିଳ ଉତ୍କଳ କୁର୍ମି କ୍ଷତ୍ରିୟ ସଂସ୍ଥାର ଦ୍ୱାଦଶତମ...

ଶୀତରେ ଥରୁଛି ଜି. ଉଦୟଗିରି: ଲୋକଙ୍କ ପାଇଁ ନିଆଁ ହିଁ ସାହା ଭରସା

ଜି.ଉଦୟଗିରି,୭।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସବୁଜ ସୁନ୍ଦର ଚତୁଃପାର୍ଶ୍ୱରେ ପାହାଡ଼ ପର୍ବତ ଘେରି ରହିଥିବା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ ତାପମାତ୍ରା...

ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର ବୋଲର୍‌ ଯଶପ୍ରୀତ ବୁମ୍‌ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri