ଜିଲାପାଳ ହେବ ତ ଏମିତି: ବୌଦ୍ଧରେ ଧାନ ରୋଇଲେ, ଦାରିଙ୍ଗବାଡିରେ ଚର୍ଚ୍ଚା, ଦେଖନ୍ତୁ VIDEO

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ମାଟିର ପୁଅ ଯେତେବେଳେ କିଛି ଭଲ କାର୍ଯ୍ୟ କରି ଲୋକଲୋଚନକୁ ଆସେ, ସେତେବେଳେ କେବଳ ସେ ମାଟିର ସୁନା ପୁଅ ପାଇଁ ତାଙ୍କ ପରିବାର ନୁହେଁ, ସମଗ୍ର ଅଞ୍ଚଳରେ ଖୁସି ଓ ଆନନ୍ଦର ଲହରୀ ଖେଳିଯାଏ। ଏଭଳି ପୁଅ ଭିଡିଓ ଏବେ ସାମାଜିକ ଗଣମାଧ୍ୟମରେ ମୋବାଇଲକୁ ମୋବାଇଲ ଘୁରିବୁଲୁଛି। କନ୍ଧମାଳ ଜିଲାର ଦାରିଙ୍ଗବାଡି ଅଞ୍ଚଳର ସୁନା ପୁଅକୁ ନେଇ ଜୋରଦାର ଚର୍ଚ୍ଚା ଲାଗିରହିଛି।
ପ୍ରକାଶ ଯେ, ଉକ୍ତ ବ୍ଲକ ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ ପଞ୍ଚାୟତର ସୁନା ପୁଅ ବିଭୁତି ଭୂଷଣ ନାୟକ। ସେ ଏବେ କନ୍ଧମାଳର ପଡୋଶୀ ବୌଦ୍ଧ ଜିଲାର ଜିଲାପାଳ ଭାବେ କାର୍ଯ୍ୟରତ। ସେ ଭାରତୀୟ ପ୍ରଶାସନିକ ସେବାରେ ସଫଳତାର ସହ କାର୍ଯ୍ୟ କରୁଥିବାବେଳେ ଦୁର୍ଗମ ଗ୍ରାମକୁ ପାଦରେ ଚାଲି ଚାଲି ଘାଟି ପାହାଡ଼କୁ ଖାତିର ନକରି ଲୋକଙ୍କ ନିକଟରେ ପହଞ୍ଚୁଛନ୍ତି। ଦୁର୍ଗମ ଅଞ୍ଚଳରେ ଲୋକଙ୍କ ସମସ୍ୟା ବୁଝୁଛନ୍ତି।
ଏବେ ସେ ବୌଦ୍ଧ ଜିଲାରେ ଏକ ଧାନ କ୍ଷେତରେ ମହିଳାଙ୍କ ଗହଣରେ ନିଜେ ଧାନ ତଳି ଧରି ରୋଉଥିବା ଦୃଶ୍ୟ ଏବେ ଭିଡିଓ ଭାଇରାଲ ହେଉଛି, ଯାହାକି ଦାରିଙ୍ଗବାଡି ଅଞ୍ଚଳରେ ଏହାକୁ ନେଇ ଚର୍ଚ୍ଚା ଜୋରଦାର ଚାଲିଛି। ସେ ଦାରିଙ୍ଗବାଡି ଲାଲ ବାହାଦୁର ଉଚ୍ଚ ବିଦ୍ୟାଳୟରେ ପଢ଼ୁଥିବା ବେଳେ ତାଙ୍କ ସାଙ୍ଗସାଥି ଏବେ ଦାରିଙ୍ଗବାଡିରେ ରହୁଛନ୍ତି। ସେମାନେ ଜିଲାପାଳ ବିଭୁତିଙ୍କ ଏଭଳି ଆଚରଣକୁ ପ୍ରଶଂସା କରିବା ସହ ସେ ଅଞ୍ଚଳର ଗର୍ବ ବୋଲି ଚର୍ଚ୍ଚା ହେଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…

୪ରେ ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି: ତପ୍ତପାଣିଠାରେ ମା’ କନ୍ଧୁଣୀ ଦେବୀଙ୍କ କରିବେ ଦର୍ଶନ

ଛତ୍ରପୁର, ୨୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଆସନ୍ତା ଅଗଷ୍ଟ ୪ ତାରିଖରେ ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ ଜିଲା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱରରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri