Posted inଖେଳ

କୋହଲିଙ୍କ ନିଷ୍ପତ୍ତି ଆଶ୍ଚର୍ଯ୍ୟ କଲା: ରୋହିତ

ନୂଆଦିଲ୍ଲୀ,୧୬।୧: ଭାରତର ଟେଷ୍ଟ ଅଧିନାୟକ ପଦ ଛାଡ଼ିବା ନେଇ ହଠାତ୍‌ ଘୋଷଣା କରି ସମସ୍ତଙ୍କୁ ଚମକାଇଛନ୍ତି ବିରାଟ କୋହଲି। ଅନ୍ୟମାନଙ୍କ ଭଳି ତାଙ୍କ ସାଥୀ ଖେଳାଳି ତଥା ଦଳର ଟି-୨୦ ଓ ଦିନିକିଆ ଅଧିନାୟକ ରୋହିତ ଶର୍ମା ଏହାକୁ ନେଇ ଆଶ୍ଚର୍ଯ୍ୟ ହୋଇଥିବା କହିଛନ୍ତି। ସେ ନିଜର ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ କୋହଲିଙ୍କ ସହ ଫଟୋ ପୋଷ୍ଟ କରି ଲେଖିଛନ୍ତି, ‘ଚକିତ ହେଲି। ହେଲେ ଭାରତୀୟ ଅଧିନାୟକ ଭାବେ ପାଇଥିବା ସଫଳତା ପାଇଁ ଅଭିନନ୍ଦନ। ଭବିଷ୍ୟତ ଲାଗି ବହୁତ ବହୁତ ଶୁଭେଚ୍ଛା। ’

 

View this post on Instagram

 

A post shared by Rohit Sharma (@rohitsharma45)

ପ୍ରକାଶ ଯେ, ୨୦୧୫ ପ୍ରାରମ୍ଭରେ ଅଷ୍ଟ୍ରେଲିଆରେ ମହେନ୍ଦ୍ର ସିଂହ ଧୋନୀ ଅବସର ଘୋଷଣା କରିବା ପରେ କୋହଲି ପୂର୍ଣ୍ଣକାଳୀନ ଟେଷ୍ଟ ଅଧିନାୟକ ହୋଇଥିଲେ। ଶନିବାର କୋହଲି ନିଜର ସୋସିଆଲ ମିଡିଆ ଆକାଉଣ୍ଟରେ ପୋଷ୍ଟ କରି ଅଧିନାୟକ ପଦ ଛାଡ଼ିଥିବା ନେଇ ଜଣାଇଥିଲେ। ଦକ୍ଷିଣ ଆଫ୍ରିକାଠାରୁ ଭାରତ ୧-୨ରେ ଟେଷ୍ଟ ସିରିଜ ହାରିବା ପରେ ସେ ଏହି ନିଷ୍ପତ୍ତି ନେଇଥିଲେ। ପୂର୍ବରୁ ସେ ଟି୨୦ ନେତୃତ୍ୱ ଛାଡ଼ିଥିବା ବେଳେ ଦିନିକିଆ ଅଧିନାୟକ ପଦରୁ ତାଙ୍କୁ ବହିଷ୍କାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri