ବଜେଟ୍‌କୁ ନେଇ ଏମିତି କହିଲେ ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୬(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଅର୍ଥ ବିଭାଗ ନିଜ ପାଖରେ ରଖିଛନ୍ତି। ଆସନ୍ତା ବିଧାନସଭାରେ ନିଜେ ଅର୍ଥ ବଜେଟ ଉପସ୍ଥାପନ କରିବା ସମ୍ଭାବନା ରହିଛି। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଲୋକାଭିମୁଖୀ ବଜେଟ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ଉନ୍ନୟନ କମିଶନର ଅନୁ ଗର୍ଗ ଏବଂ ଯୋଜନା ଓ ସଂଯୋଜନ ବିଭାଗର ବରିଷ୍ଠ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୋମବାର ଉନ୍ନୟନ କମିଶନର ମୁଖ୍ୟମନ୍ତ୍ରୀଙ୍କୁ ଭେଟି ବିଭାଗର କାର୍ଯ୍ୟାବଳୀ ସମ୍ପର୍କରେ ଅବଗତ କରାଇଛନ୍ତି। ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆସନ୍ତା ବଜେଟରେ ଜନସାଧାରଣଙ୍କ ଆଶା ଓ ଆକାଂକ୍ଷା ପ୍ରତିଫଳିତ ହେବ। ବିଭିନ୍ନ ବିଭାଗର ସମସ୍ତ ଯୋଜନାକୁ ଅଧିକ କାର୍ଯ୍ୟକ୍ଷମ ଓ ଫଳପ୍ରଦ କରିବା ସହ ଜିଲାସ୍ତରରେ ଯୋଜନାଗୁଡ଼ିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ଆସନ୍ତା ୧୦୦ ଦିନ ଭିତରେ ଧାନ କୁଇଣ୍ଟାଲ ୩୧୦୦ ଟଙ୍କା କରିବା ଏବଂ ସୁଭଦ୍ରା ଯୋଜନାରେ ମହିଳାମାନଙ୍କୁ ୫୦ ହଜାରର ଭାଉଚର ଦେବା ପାଇଁ ନୂଆ ସରକାରଙ୍କ ପ୍ରଥମ କ୍ୟାବିନେଟ୍‌ ବୈଠକରେ ନିଷ୍ପତ୍ତି ହୋଇଛି। ତେଣୁ ମୁଖ୍ୟମନ୍ତ୍ରୀ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ବେଳେ ଏହି ୨ଟିି ବଡ଼ ଯୋଜନା ପାଇଁ ବଜେଟରେ ବ୍ୟୟବରାଦ ହେବାର ସମ୍ଭାବନା ରହିଛି। ସାଧାରଣ ନିର୍ବାଚନ ପାଇଁ ପୂର୍ବ ସରକାର ବିଧାନସଭାରେ କାମଚଳା ବଜେଟ୍‌ ଉପସ୍ଥାପନା କରିଥିଲେ। ଏପ୍ରିଲରୁ ଜୁଲାଇ ଯାଏ ୪ ମାସ ପାଇଁ ଏହି ବଜେଟ୍‌ ଉପସ୍ଥାପନ ହୋଇଥିଲା। ଏବେ ନୂଆ ସରକାର ଆସିବା ପରେ ନୂଆ ବଜେଟ୍‌ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?