ଏହି କାରଣରୁ ଫ୍ଲପ୍‌ ହୋଇଥିଲା ଫିଲ୍ମ ‘ଶମଶେରା’

ମୁମ୍ବାଇ: ବଲିଉଡ୍‌ ଅଭିନେତା ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କର ନୂଆ ଫିଲ୍ମ ‘ବ୍ରହ୍ମାସ୍ତ୍ର’କୁ ନେଇ ଏବେ ଚର୍ଚ୍ଚାରେ। ଫିଲ୍ମଟି ଆସନ୍ତା ୯ରେ ରିଲିଜ୍‌ ହେବାକୁ ଯାଉଛି। ଯାହାକୁ ନେଇ ଜୋରଦାର ପ୍ରମୋଶନରେ ଲାଗିପଡିଛନ୍ତି ଷ୍ଟାର୍‌କାଷ୍ଟ। ନିକଟରେ ରଣବୀର କପୁରଙ୍କ ଫିଲ୍ମ ‘ଶମ୍‌ଶେରା’ ରିଲିଜ୍‌ ହୋଇଥିଲା। କୁହାଯାଉଥିଲା ଫିଲ୍ମଟି ଭଲ ପଦର୍ଶନ କରିବା ସହ ଆଶାନୁଯାୟୀ ଆୟ ମଧ୍ୟ କରିବ। ହେଲେ ତାହା ହୋଇ ନ ଥିଲା। ଫିଲ୍ମଟି ବକ୍ସ ଅଫିସ୍‌ରେ ଫ୍ଲପ୍‌ ବୋଲି ପ୍ରମାଣିତ ହୋଇଥିଲା। ତେବେ ଫିଲ୍ମ ଫ୍ଲପ୍‌ ହେବାର କାରଣ କ’ଣ ତାହାକୁ ନେଇ ରଣବୀର ଏବେ ମୁହଁ ଖୋଲିଛନ୍ତି। କହିଛନ୍ତି କି, ଫିଲ୍ମର କଣ୍ଟେଣ୍ଟ୍‌ ଭଲ ନଥିଲା। ଯାହା ଫିଲ୍ମ ଫ୍ଲପ୍‌ ହେବାର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କାରଣ ବୋଲି ସେ ଦର୍ଶାଇଛନ୍ତି। ଆହୁରି ମଧ୍ୟ କହିଛନ୍ତି ଯେ, ଯଦି ଆମେ ଫିଲ୍ମରେ ଭଲ କଣ୍ଟେଣ୍ଟ୍‌ ଦେବା ତେବେ ଦର୍ଶକ ଏହାକୁ ପସନ୍ଦ କରିବେ। ଲକ ଫିଲ୍ମରେ ଇମୋଶନ, ଏନ୍‌ଣ୍ଟରଟେନ୍‌ମେଣ୍ଟ, ହସ, କାନ୍ଦ ଦର୍ଶକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ, ଯଦି କଣ୍ଟେଣ୍ଟ୍‌ରେ ଏସବୁ ନାହିଁ ତେବେ ଫିଲ୍ମ ଚାଲିବା ମୁସ୍କିଲ।
ଚଳିତ ବର୍ଷ ରଣବୀରଙ୍କ ଆଉ ଏକ ଫିଲ୍ମ ରିଲିଜ୍‌ ହେବାକୁ ଯାଉଛି। ଯାହାକୁ ନେଇ ନିର୍ମାତାଙ୍କଠାରୁ ଆରମ୍ଭ କରି ଷ୍ଟାର୍‌କାଷ୍ଟଙ୍କ ମଧ୍ୟରେ ଫ୍ଲପ୍‌କୁ ନେଇ ଭୟ ରହୁଛି। ହେଲେ ‘ବ୍ରହ୍ମାସ୍ତ୍ର’କୁ ଦର୍ଶକ ପସନ୍ଦ କରିବେ ବୋଲି ଆଶା ରଖିଛନ୍ତି ଦର୍ଶକ। ତେବେ ଫିଲ୍ମଟି ରିଲିଜ୍‌ ହେବା ପରେ ତାହା ଜଣାପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଟସ୍‌ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ମାନବ

ଚଣ୍ଡିଗଡ,୬।୬:ଭାରତ ବନାମ ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ଶୁବମନ ଗିଲ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଳ ୮…

ସିଜେଆଇ ସୂର୍ଯ୍ୟକାନ୍ତଙ୍କୁ ଏମିତି ପ୍ରଶ୍ନ ପଚାରିଲେ ମହିଳା, ଉଠିଲା ଝଡ଼; କଡ଼ା ଜବାବ ଦେଲେ…

ନୂଆଦିଲ୍ଲୀ,୬।୬: ବ୍ରିଟେନର ୟୁନିଭର୍ସିଟି ଅଫ ଲଣ୍ଡନର ବିର୍କବେକ କଲେଜରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କ ଏକ କାର୍ଯ୍ୟକ୍ରମ ସମୟରେ ହଙ୍ଗାମା ଦେଖିବାକୁ ମିଳିଛି। ଏଠାରେ କିଛି…

ଇସ୍କନ୍‌ର ଅଦିନିଆ ରଥଯାତ୍ରା: ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି ମହାରାଜା

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ):ବାରମ୍ବାର ବାରଣ ଏବଂ ଅନୁରୋଧ କରିବା ପରେ ବି ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ୍‌। ବିଦେଶରେ ବର୍ଷର ବିଭିନ୍ନ ସମୟରେ ରଥଯାତ୍ରା…

ପଶ୍ଚିମବଙ୍ଗରେ ଟିଏମସି ସଂକଟ ବଢ଼ିଲା, କଂଗ୍ରେସ ଶିବିରରେ ଖୁସିର ଲହରୀ,ଜାଣନ୍ତୁ କାହିଁକି

କୋଲକାତା,୬।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରାଜୟ ପରେ, ଟିଏମସି ଭାଙ୍ଗିଯାଇଛି। ମମତା ବାନାର୍ଜୀଙ୍କ ସମ୍ମୁଖରେ ଦଳକୁ ଏକ ରଖିବାର ଚ୍ୟାଲେଞ୍ଜ ରହିଛି, ଯେତେବେଳେ ନେତାମାନେ ଦଳ ଛାଡି…

ଭାରତ ପାଇଁ ଖୁସିଖବର: ରୁଷିଆ ଯୋଗାଇବ…

ସେଣ୍ଟ ପିଟର୍ସବର୍ଗ,୬ା୬ (ପି.ଟି.): ଭାରତକୁ ୫ମ ପିଢ଼ି ଯୁଦ୍ଧବିମାନ ସୁଖୋଇ ଏସ୍‌ୟୁ-୫୭ ଯୋଗାଇଦେବା ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ପ୍ରସ୍ତାବ ଦେଇଛନ୍ତି। ଏହି ଯୁଦ୍ଧବିମାନ ଭାରତରେ…

ନୂଆ ରାଜନୈତିକ ଆନ୍ଦୋଳନ ଆରମ୍ଭକଲେ ଆନ୍ନାମଲାଇ

ଚେନ୍ନାଇ,୬ା୬: ତାମିଲନାଡୁ ଭାଜପାର ପୂର୍ବତନ ସଭାପତି କେ. ଆନ୍ନାମଲାଇଙ୍କ ଇସ୍ତଫାପତ୍ରକୁ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଗ୍ରହଣ କରିବା ପରେ ସେ ‘ଓ୍ବି ଦି ଲିଡର୍ସ’…

ବରିଷ୍ଠ ଶିଶୁ ବିଶେଷଜ୍ଞ ପଲଉ ପ୍ରଧାନଙ୍କ ପରଲୋକ: ଅନେକଙ୍କ ପାଇଁ ଥିଲେ ଆଶାର ଆଲୋକ

ଭବାନୀପାଟଣା,୬।୬(ଉତ୍ତମ କୁମାର ଦାଶ):ବରିଷ୍ଠ ଶିଶୁ ବିଶେଷଜ୍ଞ ତଥା ଅବସରପ୍ରାପ୍ତ ଡାକ୍ତର ପଲଉ ପ୍ରଧାନ (୭୦)ଙ୍କ ଶନିବାର ସକାଳେ ପରଲୋକ ହୋଇଯାଇଛି। ତାମିଲନାଡୁର କୋଏମ୍ବାଟୁରର ଏକ ହୋଟେଲରେ ହୃଦଘାତ…

ଆଗ ଥଇଥାନ, ପରେ ଉଚ୍ଛେଦ କର: ସୁଇପର କଲୋନୀବାସୀ ଜିଲାପାଳଙ୍କୁ ଫେରାଦ

ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି ରହିଛି। ପର୍ଯ୍ୟାୟକ୍ରମେ ଏହି ପୌରାଞ୍ଚଳର ଗୋଟିଏ ୱାର୍ଡରୁ ଅନ୍ୟ ୱାର୍ଡ଼ରେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ତେବେ ଉଚ୍ଛେଦ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri