Posted inଖେଳ

ମେସି ପରେ ଫୁଟବଲରୁ ଅବସର ନେବେ ଏହି କିମ୍ବଦନ୍ତୀ, ଜାଣନ୍ତୁ…

ସରାଜେଭୋ,୩ା୯: ମେସି ପରେ ବୋସନିଆ ଓ ହର୍ଜଗୋଭିନା ଫୁଟବଲ କିମ୍ବଦନ୍ତୀ ଏଡିନ ଜେକୋ ଆସନ୍ତା ମାସରେ ଅନ୍ତର୍ଜାତୀୟ ଫୁଟବଲରୁ ଅବସର ନେବାକୁ ଯାଉଛନ୍ତି। ଏ ନେଇ ଗୁରୁବାର ସେ ସୂଚନା ଦେଇଛନ୍ତି।

ଆସନ୍ତା ଅକ୍ଟୋବର ୨ ତାରିଖରେ ସ୍ବିଡେନ ବିପକ୍ଷରେ ହେବାକୁ ଥିବା ମ୍ୟାଚ୍‌ରେ ସେ ଅନ୍ତିମ ଥର ପାଇଁ ଜାତୀୟ ଦଳ ପକ୍ଷରୁ ଖେଳିବେ। ଦୀର୍ଘ ୨ ଦଶନ୍ଧି ଧରି ସକ୍ରିୟ ଜେକୋଙ୍କ ନାମରେ ଦେଶ ପାଇଁ ସର୍ବାଧିକ ସଂଖ୍ୟାକ ମ୍ୟାଚ୍‌ ଖେଳିବା ଓ ସର୍ବାଧିକ ଗୋଲ କରିବାର ରେକର୍ଡ ରହିଛି।

‘ମୋ କ୍ୟାରିୟରରେ ସେଭଳି କିଛି ନାହିଁ, ଯାହା ପ୍ରତ୍ୟେକ ଥର ଜାତୀୟ ଦଳର ଜର୍ସି ପିନ୍ଧିଲା ବେଳେ ଅନୁଭବ ହେଉଥିବା ଗର୍ବ ସହ ତୁଳନୀୟ ହୋଇପାରିବ। ତୁର୍କୀ ବିପକ୍ଷ ପଦାର୍ପଣ ମ୍ୟାଚ୍‌କୁ ୨୦ ବର୍ଷ ବିତିଗଲାଣି। ସେବେଠାରୁ ଅନେକ କିଛି ବଦଳି ସାରିଛି। ମୁଁ ମଧ୍ୟ ବଦଳିଛି। କିନ୍ତୁ ଏହି ଜର୍ସି ପ୍ରତି ମୋ ଭଲ ପାଇବା କଦାପି ବଦଳି ନାହିଁ। ଏବେ ଉଚିତ ସମୟ ଆସି ଯାଇଥିବା ଅନୁଭବ ହେଉଛି’ ବୋଲି ଜେକୋ ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରିଛନ୍ତି।

୨୦୦୭ରେ ପଦାର୍ପଣ କରିଥିବା ଜେକୋ ୧୫୧ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ୭୩ ଗୋଲ କରିଥିଲେ। ତାଙ୍କ ପ୍ରତିନିଧିତ୍ୱରେ ବୋସନିଆ ଓ ହର୍ଜଗୋଭିନା ୨୦୧୪ରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ ଖେଳିଥିଲା। ୨୦୨୬ ବିଶ୍ୱକପ୍‌ରେ ରାଉଣ୍ଡ ଅଫ୍‌-୩୨ରୁ ବିଦାୟ ନେଇଥିବା ଦଳର ସେ ଗୁରୁତ୍ୱପୂର୍ଣ୍ଣ ସଦସ୍ୟ ଥିଲେ। ଏହି ୪୦ ବର୍ଷୀୟ ଫରଓ୍ବାର୍ଡ ମାଞ୍ଚେଷ୍ଟର ସିଟି, ଏଏସ୍‌ ରୋମା ଓ ଇଣ୍ଟର ମିଲାନ ଭଳି କ୍ଲବ ପାଇଁ ଖେଳିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ମିଳିବ ସିଏମ୍‌-କିଷାନ ଟଙ୍କା: ଉପକୃତ ହେବେ  ୪୧ ଲକ୍ଷରୁ ଊର୍ଦ୍ଧ୍ୱ କୃଷକ ପରିବାର

ଭୁବନେଶ୍ୱର,୩।୯: ରାଜ୍ୟର ଚାଷୀଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ବହୁପ୍ରତୀକ୍ଷିତ ’ସିଏମ-କିଷାନ’ (CM-KISAN) ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ…

୨୦୨୭ ବିଶ୍ୱକପ ଖେଳିବେ କି ହିଟମ୍ୟାନ? BCCI ସମୀକ୍ଷା ବୈଠକରେ ନିଆଯାଇଛି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୩।୯: BCCIର ସମୀକ୍ଷା ବୈଠକରେ ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ଆଲୋଚନା ଉପରେ ସମସ୍ତଙ୍କ ନଜର ଥିଲା। ଗୁରୁବାର ମୁମ୍ବାଇର ବିସିସିଆଇ ମୁଖ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ…

BCCI ବୈଠକ ଶେଷ; ଲକ୍ଷ୍ମଣ ହେବେ ନାହିଁ ନିର୍ଦ୍ଦେଶକ; ଆସିଲା ୫ ଅପଡେଟ

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଗୁରୁବାର (ସେପ୍ଟେମ୍ବର ୩) ଏକ ବୈଠକ କରିଥିଲା, ଯେଉଁଥିରେ ପୁରୁଷ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର, ପୁରୁଷ…

ଦିଦିଙ୍କ ଅଲଟିମେଟମ: ’କହିଲେ ଭାଜପା ନେତାଙ୍କ ଘର ବାହାରେ ଧାରଣା ଦେବି’

କୋଲକାତା,୩।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାରେ ଟିଏମସି କାର୍ଯ୍ୟାଳୟରେ ଭଙ୍ଗାରୁଜାକୁ ନେଇ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଯଦି ଟିଏମସି ବିରୋଧରେ…

୨୦ ଟିଏମସି ବିଦ୍ରୋହୀଙ୍କୁ ବାଚସ୍ପତିଙ୍କ ବଡ଼ ଆଶ୍ୱସ୍ତି; ମହୁଆ ମୋଇତ୍ରା କହିଲେ – ‘ଆଶ୍ଚର୍ଯ୍ୟ…’

କୋଲକାତା,୩।୯: ଲୋକ ସଭା ବାଚସ୍ପତି ଓମ ର୍ବିର୍ଲା ୨୦ ଜଣ ବିଦ୍ରୋହୀ ତୃଣମୂଳ କଂଗ୍ରେସ (TMC) ସାଂସଦଙ୍କୁ ସେମାନଙ୍କ ବିରୁଦ୍ଧରେ ଅଯୋଗ୍ୟତା ପ୍ରକ୍ରିୟା ସମ୍ପର୍କରେ ଜବାବ ଦାଖଲ…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଡାକ୍ତର ଅଭାବ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଛତ୍ରପୁର,୩ା୯(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ରୋଗ ପରୀକ୍ଷଣ, ଚକ୍ଷୁ, ପ୍ରସୂତୀ, ଶିଶୁରୋଗ,…

ଧୋନିଙ୍କ IPL ଭବିଷ୍ୟତକୁ ନେଇ ଆସିଲା ନୂଆ ଖବର; ‘Impact Player’ ନିୟମକୁ ନେଇ ପୂର୍ବତନ ସାଥୀ ଖେଳାଳି ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୩।୯: ଏମଏସ ଧୋନି ଆଇପିଏଲ 2027 ରେ ଖେଳିବେ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଠୋସ ସୂଚନା ନାହିଁ। 45 ବର୍ଷୀୟ ପୂର୍ବତନ ଭାରତୀୟ…

ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ସରପଞ୍ଚ ତପନ କୁମାର ପ୍ରଧାନଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ଅଭିଯୁକ୍ତଙ୍କୁ କେ.ନୂଆଗାଁ ଥାନା ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri