ନାବାଳକଙ୍କ ସହ ଅପ୍ରାକୃତିକ ଯୌନ ସମ୍ପର୍କ ରଖୁଥିଲେ ଏହି ବ୍ୟକ୍ତି: ମିଳିଲା ଏମିତି ଦଣ୍ଡ

ବ୍ରହ୍ମପୁର, ୮।୮(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକସ କୋର୍ଟରେ ଶୁକ୍ରବାର ଏକ ଅପ୍ରାକୃତିକ ଯୌନ ସମ୍ପର୍କ ମାମଲାର ଶୁଣାଣି ହୋଇଛି। ଉପଯୁକ୍ତ ପ୍ରମାଣ ଆଧାରରେ ଜଜ ପ୍ରଣତି ପଟ୍ଟନାୟକ ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ହେଲେ ନିତ୍ୟାନନ୍ଦ ପାତ୍ର(୫୭)।
ଘଟଣାରୁ ପ୍ରକାଶ ଯେ, ୨୦୨୩ ମସିହାରେ ଜଣେ ନାବାଳକଙ୍କୁ ଘରକୁ ଡାକି ତାଙ୍କୁ ଭୟଭୀତ କରି ଯୌନ ସମ୍ପର୍କ ରଖାଯାଇଥିଲା। ଏନେଇ ନାବାଳକ ଜଣଙ୍କ ତାଙ୍କ ଘରେ ଜଣାଇଥିଲେ। ପୀଡିତଙ୍କ ମା’ ଏନେଇ ବୈଦ୍ୟନାଥପୁର ଥାନାରେ ଅଭିଯୋଗ କରିଥିଲେ। ତତ୍କାଳୀନ ତଦନ୍ତକାରୀ ଅଧିକାରୀ ବିଭୁତି ଭୂଷଣ ସେଠୀ ମାମଲା ନଂ ୯୪/୨୩ରେ ଉକ୍ତ ଅଭିଯୁକ୍ତ ନିତ୍ୟାନନ୍ଦଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ସେ ବ୍ରହ୍ମପୁର ଜେଲରେ ବନ୍ଦୀ ଭାବେ ଥିଲେ। ଆଜି ରାୟ ପ୍ରକାଶବେଳେ ଜଜ ଉପରୋକ୍ତ ଦଣ୍ଡରେ ତାଙ୍କୁ ଦଣ୍ଡିତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ନାରାୟଣ ପଣ୍ଡା ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri