ଆମିରଙ୍କ ଘରର ଏହି ସଦସ୍ୟ କରୋନା ପଜିଟିଭ୍‌

ମୁମ୍ବାଇ,୩୦।୬: ବଲିଉଡ୍‌ର ମିଷ୍ଟର ଫରଫେକ୍ଟନିଷ୍ଟ ଆମିର ଖାଁଙ୍କ ଘରର ଜଣେ ସଦସ୍ୟ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଅମିରଙ୍କ ଘରେ କାମ କରୁଥିବା କର୍ମଚାରୀଙ୍କ ମଧ୍ୟରୁ କେତେକଙ୍କ କରୋନା ପଜିଟିଭ୍‌ ବାହାରିଛି। ମୁମ୍ବାଇ ବିଏମ୍‌ସି ପକ୍ଷରୁ ସେମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯିବା ସହ ଉକ୍ତ ସୋସାଇଟିକୁ ସାନିଟାଇଜ୍‌ କରାଯାଇଛି। ଏହାପରେ ଘରର ବାକି ସମସ୍ତ ସଦସ୍ୟଙ୍କର କରୋନା ଯାଞ୍ଜ କରାଯାଇଛି। ତେବେ ସମସ୍ତଙ୍କ ରିପୋର୍ଟ ନେଗେଟିଭ ଆସିଛି ବୋଲି ଆମିର ଟୁଇଟ କରି ସୂଚନା ଦେଇଛନ୍ତି। କେବଳ ତାଙ୍କ ମା’ଙ୍କ କରୋନା ଯାଞ୍ଚ କରାଯାଇ ନ ଥିବା ବେଳେ ଖୁବ୍‌ଶୀଘ୍ର ତାଙ୍କର ଯାଞ୍ଜ କରାଯିବ। ଦୟାକରି ପ୍ରାର୍ଥନା କରନ୍ତୁ ଯେ, ମା’ଙ୍କ ରିପୋର୍ଟ ନେଗେଟିଭ୍‌ ଆସୁ। ଆମିର ଟୁଇଟ କରି ନିଜ ପ୍ରଶଂସକଙ୍କୁ ଏଭଳି ନିବେଦନ କରିବା ସହ ଉକ୍ତ ଘଟଣାରେ ବିଏମ୍‌ସି ଦେଖାଇଥିବା ତତ୍ପରତାକୁ ସେ ବେଶ୍‌ ପ୍ରଶଂସା କରିଛନ୍ତି। ଏନେଇ ଆମିର ବିଏମ୍‌ସିକୁ ଧନ୍ୟବାଦ ମଧ୍ୟ ଜଣାଇଛନ୍ତି। ଏତଦ ବ୍ୟତୀତ କୋକିଲାବେନ ହସ୍ପିଟାଲର ଡାକ୍ତର, ନର୍ସ ଓ ସମସ୍ତ ସ୍ବାସ୍ଥ୍ୟ କର୍ମଚାରୀଙ୍କ କାର୍ଯ୍ୟକୁ ସେ ପ୍ରଶଂସା କରିବା ସହ ସମସ୍ତଙ୍କୁ ସୁରକ୍ଷିତ ରହିବାକୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri