‘ଚଳିତ ମାସ ଗୁରୁତ୍ୱପୂର୍ଣ୍ଣ, ସତର୍କ ରୁହ’

ଭୁବନେଶ୍ୱର,୬।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଛି। ଯେହେତୁ ନିକଟରେ ବଡ଼ଧରଣର ଭିଡ଼ ହୋଇଥିଲା, ତେଣୁ କୋଭିଡ୍‌ ଆଉ କିଛିମାତ୍ରାରେ ବଢ଼ିପାରେ। ସେଥିପାଇଁ ଚଳିତ ମାସ ଆମ ଲାଗି ଗୁରୁତ୍ୱପୂର୍ଣ୍ଣ। ମାସ ଶେଷପର୍ଯ୍ୟନ୍ତ ସମସ୍ତେ ସତର୍କ ରହିବା ଉଚିତ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର କହିଛନ୍ତି। ସେ କହିଛନ୍ତି, ୩ରୁ ୪ ଦିନ ହେଲା ୩୦୦ ପାଖାପାଖି ରହୁଛି ଦୈନିକ ସଂକ୍ରମଣ। କିନ୍ତୁ ଅଧିକ ବଢ଼ୁନି। ଚିନ୍ତା କଲାଭଳି କିଛି ନାହିଁ। ସଂଖ୍ୟା ବଢ଼ୁଥିଲେ ମଧ୍ୟ ହସ୍ପିଟାଲାଇଜେଶନ ରେଟ୍‌ ବହୁତ କମ୍‌ ଅଛି। ଲକ୍ଷଣଯୁକ୍ତ ରୋଗୀଙ୍କ ସଂଖ୍ୟା ବହୁତ କମ୍‌। କୋଭିଡ୍‌ ମୁକାବିଲା ନେଇ ପୂର୍ବରୁ ଯେଉଁସବୁ ବ୍ୟବସ୍ଥା ହୋଇଥିଲା, ତାହାସବୁ ଷ୍ଟାଣ୍ଡ୍‌ବାଏ ମୋଡ୍‌ରେ ରହିଛି। ଭେଣ୍ଟିଲେଟର ଅଛି, ବେଡ୍‌ ବି ଅଛି। ଯଦି ୫୦ ପ୍ରତିଶତ ଭିତ୍ତିଭୂମି ପୂରଣ ହୋଇଯିବ, ପୁଣି ଭିତ୍ତିଭୂମି ବଢ଼ାଯିବ। ତେବେ ସାରା ଦେଶରେ କୋଭିଡ୍‌ ସଂକ୍ରମଣ କମୁଛି। ଯେଉଁ ରାଜ୍ୟରେ ବଢ଼ୁଥିଲା, ଏବେ ସେଠି ଖସୁଛି ବା ପ୍ଲାଟୋ ଅଛି। ମହାରାଷ୍ଟ୍ରରେ ସଂକ୍ରମଣ ବହୁତ କମିଲାଣି, ଦିଲ୍ଲୀରେ ଖସିଗଲାଣି। ତେଣୁ କୋଭିଡକୁ ନେଇ ଭୟଭୀତ ହେବାର କିଛି ନାହିଁ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।
ସେପଟେ ଗତ ୮ ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନାହିଁ। ପୁଣି ସଂକ୍ରମଣ ବଢ଼ିଥିବା ଦେଖାଯାଇଛି। ସୋମବାର ୨୪୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟାରେ ୧୬ ଜିଲାରୁ ୩୩୪ଜଣ ନୂଆ ଆକ୍ରାନ୍ତ ବାହାରିଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ସୂଚନା ଦେଇଛି। ୧୯୫ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୩୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏଥିମଧ୍ୟରେ ୫୩ ଜଣ ୧୮ ବର୍ଷରୁ କମ୍‌ ବୟସର ଥିବା ଜଣାଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୮୭ଜଣ ରହିଥିବା ବେଳେ କଟକରୁ ୭୦, ବାଲେଶ୍ବର ୨, ଭଦ୍ରକ ୨, ଜଗତ୍‌ସିଂହପୁର ୬, ଯାଜପୁର ୨, କଳାହାଣ୍ଡି ୩, ମୟୂରଭଞ୍ଜ ୨, ନୟାଗଡ଼ ୨, ନୂଆପଡ଼ା ୪, ପୁରୀ ୨, ରାୟଗଡ଼ା ୧, ସମ୍ବଲପୁର ୭, ସୋନପୁର ୧ ଓ ସୁନ୍ଦରଗଡ଼ରୁ ୩ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତ ସଂଖ୍ୟା ୧୨, ୯୧, ୧୧୭ରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?