Posted inଖେଳ

ମୁମ୍ବାଇ ଇଣ୍ଡିଆନ୍ସର ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ ଜଣେ ଡ୍ୟାନ୍ସ ଶିକ୍ଷୟତ୍ରୀ

ମୁମ୍ବାଇ: ଭାରତୀୟ ଘରୋଇ କ୍ରିକେଟ୍‌ ତଥା ମୁମ୍ବାଇ ଦଳର ଜଣେ ପ୍ରମୁଖ ବ୍ୟାଟ୍ସମ୍ୟାନ ହେଉଛନ୍ତି ସୂର୍ଯ୍ୟକୁମାର ଯାଦବ। ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇଫିଏଲ୍‌)ରେ ସେ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ପ୍ରତିନିଧିତ୍ୱ କରୁଛନ୍ତି। ମୁମ୍ବାଇ ଜନ୍ମିତ ସୂର୍ଯ୍ୟକୁମାର ୭ ଜୁଲାଇ ୨୦୧୬ରେ ଦେବିଶା ସେଟ୍ଟୀଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ତେବେ ଅନେକ ହୁଏତ ଜାଣି ନ ଥିବେ ଯେ, ଦେବିଶା ଜଣେ ଟ୍ୟାଲେଣ୍ଟେଡ୍‌ ଡ୍ୟାନ୍ସର। ଦେବିଶା ତାଙ୍କ କ୍ୟାରିୟର ଜଣେ ଡ୍ୟାନ୍ସ ଶିକ୍ଷୟତ୍ରୀ ଭାବେ ମୁମ୍ବାଇରୁ ଆରମ୍ଭ କରିଥିଲେ। ଏହାପରେ ସେ ଗୋଟିଏ ଏନ୍‌ଜିଓରେ ଭଲେଣ୍ଟିୟର ଭାବେ କାମ କରିଥିଲେ। ଏମ୍‌ବିଏ କରିଥିବା ଦେବିଶା ଭ୍ରମଣ ଓ ସୁଇମିଂ କରିବାକୁ ବହୁତ ଭଲ ପାଆନ୍ତି। ଦେବିଶା ତାଙ୍କ ବେକ ପାଖରେ ଏକ ଟାଟୋ କରିଛନ୍ତି। ଯେଉଁଥିରେ ସେ ତାଙ୍କ ସ୍ବାମୀଙ୍କ ‘ସୂର୍ଯ୍ୟ’ ନାମ ଲେଖିଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ ୟୁଏଇରେ ହେବାକୁ ଥିବା ଆଇପିଏଲ୍‌ର ଆଗାମୀ ତ୍ରୟୋଦଶ ସଂସ୍କରଣ ଲାଗି ସୂର୍ଯ୍ୟକୁମାର ଜୋର୍‌ଦାର ଅଭ୍ୟାସ ଚଳାଇଛନ୍ତି। ସେ ୮୫ ଆଇପିଏଲ୍‌ ମ୍ୟାଚ୍‌ ଖେଳି ୨୮ରୁ ଊର୍ଦ୍ଧ୍ୱ ଆଭରେଜରେ ୧୫୪୪ ରନ୍‌ ସଂଗ୍ରହ କରିଛନ୍ତି। ଯେଉଁଥିରେ ୧୬୦ ଚୌକା ଓ ୪୭ ଛକା ରହିଛି। ୟୁଏଇରେ ସୂର୍ଯ୍ୟକୁମାରଙ୍କ ବ୍ୟାଟିଂ ଆଭରେଜ ୫୫ ପ୍ରତିଶତରୁ ଊର୍ଦ୍ଧ୍ୱ ରହିଛି। ଏକମାତ୍ର ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ସୂର୍ଯ୍ୟକୁମାର ୟୁଏଇରେ ୫୦ରୁ ଊର୍ଦ୍ଧ୍ୱ ଆଭରେଜରେ ବ୍ୟାଟିଂ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri