Posted inଖେଳ

ମୁମ୍ବାଇ ଇଣ୍ଡିଆନ୍ସର ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ ଜଣେ ଡ୍ୟାନ୍ସ ଶିକ୍ଷୟତ୍ରୀ

ମୁମ୍ବାଇ: ଭାରତୀୟ ଘରୋଇ କ୍ରିକେଟ୍‌ ତଥା ମୁମ୍ବାଇ ଦଳର ଜଣେ ପ୍ରମୁଖ ବ୍ୟାଟ୍ସମ୍ୟାନ ହେଉଛନ୍ତି ସୂର୍ଯ୍ୟକୁମାର ଯାଦବ। ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇଫିଏଲ୍‌)ରେ ସେ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ପ୍ରତିନିଧିତ୍ୱ କରୁଛନ୍ତି। ମୁମ୍ବାଇ ଜନ୍ମିତ ସୂର୍ଯ୍ୟକୁମାର ୭ ଜୁଲାଇ ୨୦୧୬ରେ ଦେବିଶା ସେଟ୍ଟୀଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ତେବେ ଅନେକ ହୁଏତ ଜାଣି ନ ଥିବେ ଯେ, ଦେବିଶା ଜଣେ ଟ୍ୟାଲେଣ୍ଟେଡ୍‌ ଡ୍ୟାନ୍ସର। ଦେବିଶା ତାଙ୍କ କ୍ୟାରିୟର ଜଣେ ଡ୍ୟାନ୍ସ ଶିକ୍ଷୟତ୍ରୀ ଭାବେ ମୁମ୍ବାଇରୁ ଆରମ୍ଭ କରିଥିଲେ। ଏହାପରେ ସେ ଗୋଟିଏ ଏନ୍‌ଜିଓରେ ଭଲେଣ୍ଟିୟର ଭାବେ କାମ କରିଥିଲେ। ଏମ୍‌ବିଏ କରିଥିବା ଦେବିଶା ଭ୍ରମଣ ଓ ସୁଇମିଂ କରିବାକୁ ବହୁତ ଭଲ ପାଆନ୍ତି। ଦେବିଶା ତାଙ୍କ ବେକ ପାଖରେ ଏକ ଟାଟୋ କରିଛନ୍ତି। ଯେଉଁଥିରେ ସେ ତାଙ୍କ ସ୍ବାମୀଙ୍କ ‘ସୂର୍ଯ୍ୟ’ ନାମ ଲେଖିଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ ୟୁଏଇରେ ହେବାକୁ ଥିବା ଆଇପିଏଲ୍‌ର ଆଗାମୀ ତ୍ରୟୋଦଶ ସଂସ୍କରଣ ଲାଗି ସୂର୍ଯ୍ୟକୁମାର ଜୋର୍‌ଦାର ଅଭ୍ୟାସ ଚଳାଇଛନ୍ତି। ସେ ୮୫ ଆଇପିଏଲ୍‌ ମ୍ୟାଚ୍‌ ଖେଳି ୨୮ରୁ ଊର୍ଦ୍ଧ୍ୱ ଆଭରେଜରେ ୧୫୪୪ ରନ୍‌ ସଂଗ୍ରହ କରିଛନ୍ତି। ଯେଉଁଥିରେ ୧୬୦ ଚୌକା ଓ ୪୭ ଛକା ରହିଛି। ୟୁଏଇରେ ସୂର୍ଯ୍ୟକୁମାରଙ୍କ ବ୍ୟାଟିଂ ଆଭରେଜ ୫୫ ପ୍ରତିଶତରୁ ଊର୍ଦ୍ଧ୍ୱ ରହିଛି। ଏକମାତ୍ର ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ସୂର୍ଯ୍ୟକୁମାର ୟୁଏଇରେ ୫୦ରୁ ଊର୍ଦ୍ଧ୍ୱ ଆଭରେଜରେ ବ୍ୟାଟିଂ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri