Posted inଖେଳ

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା ପରେ ପଞ୍ଜାବ କିଙ୍ଗ୍ସ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇ ମୁମ୍ବାଇକୁ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲା। ଏହା ପରେ ମୁମ୍ବାଇ ୭ ଉଇକେଟ ହରାଇ ୧୯୨ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ପଞ୍ଜାବ ୧୯.୧ ଓଭରରେ ୧୮୩ ରନ କରିଥିଲା। ଏହି ବିଜୟ ସହିତ ମୁମ୍ବାଇ ୭ଟି ମ୍ୟାଚରେ ତିନିଟି ବିଜୟ ସହ ସପ୍ତମ ସ୍ଥାନରେ ପହଞ୍ଚିଥିବାବେଳେ ୭ଟି ମ୍ୟାଚରେ ପଞ୍ଚମ ପରାଜୟ ପରେ ପଞ୍ଜାବ ନବମ ସ୍ଥାନକୁ ଖସି ଆସିଛି।
ମ୍ୟାଚ ଶେଷ ଓଭର ପର୍ଯ୍ୟନ୍ତ ଯାଇଥିଲା। ପଞ୍ଜାବ ହାତରେ ଗୋଟିଏ ଉଇକେଟ ଥିବାବେଳେ ୧୨ ରନ ଆବଶ୍ୟକ କରିଥିଲା। ମୁମ୍ବାଇର ଭାରତୀୟ ଅଧିନାୟକ ହାର୍ଦ୍ଦିକ ବୋଲିଂ ଦାୟିତ୍ୱ ଆକାଶ ମାଧୱାଲଙ୍କୁ ଦେଇଥିଲେ, କିନ୍ତୁ ଏହା ପରେ ମୁମ୍ବାଇର ପୂର୍ବତନ ଅଧିନାୟକ ରୋହିତ ଶର୍ମା ଆକାଶ ମାଧୱାଲ ଏବଂ ହାର୍ଦ୍ଦିକଙ୍କ ସହ ଫିଲ୍ଡ ସ୍ଥିର କରିଥିବା ଦେଖିବାକୁ ମିଳିଥିଲା।
ରୋହିତ ଶର୍ମା ମହମ୍ମଦ ନବୀଙ୍କୁ ଡିପ୍‌ କଭରକୁ ପଠାଇଲେ ଏବଂ ଏହା ପରେ ଶେଷ ଓଭରର ପ୍ରଥମ ବଲକୁ ଓ୍ବାଇଡ୍‌ ଘୋଷିତ କରାଯାଇଥିଲା କିନ୍ତୁ ତାଙ୍କ ପରବର୍ତ୍ତୀ ବଲରେ ରାବଡା ଡିପ୍‌ କଭରରେ ଠିଆ ହୋଇଥିବା ନବୀଙ୍କୁ ଆଡକୁ ଖେଳିଥିଲେ ଏବଂ ପ୍ରଥମ ରନ ପରେ ସେ ଦ୍ୱିତୀୟ ରନ ଚୋରି କରିବା ଚକ୍କରରେ ଫସିଯାଇଥିଲେ। ନବୀ ବଲ ଇଶାନ କିଶାନଙ୍କ ଆଡକୁ ଫିଙ୍ଗିଥିଲେ ଏବଂ ରାବାଡା ଆଉଟ ହୋଇଯାଇଥିଲେ। ଫଳରେ ମୁମ୍ବାଇ ୯ ରନ୍‌ରେ ମ୍ୟାଚ ଜିତିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବକ୍ସ କଣ୍ଡୁଇଟ୍‌ ଅଧୁରା, କେନାଲକୁ ବାଲିବସ୍ତା ଭରସା: ତଳିମୁଣ୍ଡ ଚାଷୀମାନଙ୍କ ବଢ଼ିଲା ଚିନ୍ତା

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ସରକାର ବଦଳିବା ପରେ ବିକଶିତ ବରଗଡ଼ ଲକ୍ଷ୍ୟ ନେଇ ଡ୍ରେନ ନିର୍ମାଣଠାରୁ ଆରମ୍ଭ କରି ରାସ୍ତା ପ୍ରଶସ୍ତୀକରଣ, ଆଲୋକୀକରଣ, ଧନୁଯାତ୍ରାର ସ୍ଥାୟୀ ମଞ୍ଚ ଓ…

ରଜ କୁଇନ୍ ପ୍ରତିଯୋଗିତା: ଘୁମୁସରର ପ୍ରତିଭାକୁ ଖୋଜି ବାହାର କରିବା ଲକ୍ଷ୍ୟ…

ଭଞ୍ଜନଗର,୧୪।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପାତ୍ର କଲୋନୀସ୍ଥିତ ଶ୍ରୀଜଗନ୍ନାଥ ବ୍ୟାଙ୍କ୍ୱେଟ୍ ହଲ୍ ଆଣ୍ଡ ରିସର୍ଟରେ ତିନି ଦିନିଆ ‘ରଜ କୁଇନ୍ ପ୍ରତିଯୋଗିତା’ ରବିବାର ଉଦ୍‌ଘାଟିତ…

ୟୁପି-ପଞ୍ଜାବ ସମେତ ୫ ରାଜ୍ୟରେ ନଭେମ୍ୱର-ଡିସେମ୍ୱରରେ ହୋଇପାରେ ବିଧାନସଭା ନିର୍ବାଚନ! ଜାଣନ୍ତୁ କ’ଣ ରହିଛି କେନ୍ଦ୍ର ସରକାରଙ୍କ ପ୍ଲାନ

ନୂଆଦିଲ୍‌ଲୀ,୧୪।୬: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆରେ ବର୍ଷ ୨୦୨୭ରେ ହେବାକୁ ଥିବା ବିଧାନସଭା ନିର୍ୱାଚନ ଚଳିତ ବର୍ଷ ୨୦୨୬ରେ ହିଁ କରାଯାଇପାରେ। କେନ୍ଦ୍ର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।…

ଜୁଆଆଡ୍ଡା, ଅବୈଧ ମଦ କାରବାର ଉପରେ ପୋଲିସର ଚଢ଼ାଉ: ୧୧ ଗିରଫ

ପାରଳାଖେମୁଣ୍ଡି,୧୪।୬ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଜୁଆ ଖେଳ ଓ ଅବୈଧ ମଦ କାରବାର ସହ ଜଡ଼ିତ ମୋଟ ୧୧…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri