Posted inଖେଳ

ଡବ୍ଲ୍ୟୁଟିସି ଫାଇନାଲ୍‌ର ଏହି ଗୋଟିଏ ମୁହୂର୍ତ୍ତ ସମସ୍ତଙ୍କ ହୃଦୟକୁ ଛୁଇଁଗଲା

ସାଉଥାମ୍ପଟନ୍‌,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲରେ ଭାରତୀୟ ଦଳକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ମ୍ୟାଚ କିମ୍ବା ଟୁର୍ନାମେଣ୍ଟର ଫଳାଫଳ ଯାହା ହେଉନା କାହିଁକି ଉଭୟ ବିରାଟ କୋହଲି ଏବଂ କେନ ୱିଲିୟମସନ୍‌ ପରସ୍ପର ପ୍ରତି ପାରସ୍ପରିକ ସମ୍ମାନ ବାଣ୍ଟିଛନ୍ତି। ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିସି ଫାଇନାଲ) ର ଫାଇନାଲ ପରେ ଉଭୟ ଅଧିନାୟକ ପରସ୍ପରକୁ କୋଳାଗ୍ରତ କରିଥିଲେ। ଜୁନ ୨୩ ରେ, ନ୍ୟୁଜିଲାଣ୍ଡ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ର ଫାଇନାଲରେ ଭାରତକୁ ୮ ଉଇକେଟ୍‌ରେ ପରାସ୍ତ କରି ଟାଇଟଲ ଜିତିଥିଲା। ବର୍ଷା ଏବଂ ଖରାପ ପାଗ ଯୋଗୁ ଏହି ମ୍ୟାଚ ରିଜର୍ଭ ଦିନରେ ଖେଳାଯାଇଥିଲା ଏବଂ ସେହି ଦିନ ଫଳାଫଳ ବାହାରିଲା । ଏହି ମ୍ୟାଚ ସମୟରେ ବର୍ଷା ହେତୁ ଦୁଇ ଦିନ ପୂରା ଧୋଇ ହୋଇଯାଇଥିଲା।ଏହା ବ୍ୟତୀତ, ଖରାପ ଆଲୋକ ମଧ୍ୟ ଖେଳରେ ବାଧା ସୃଷ୍ଟି କରିଥିଲା। କିନ୍ତୁ ଶେଷରେ, କେନ ୱିଲିୟମସନ୍‌ଙ୍କ ଅଧିନାୟକତ୍ୱରେ ନ୍ୟୁଜିଲାଣ୍ଡ ଏକ ଚମତ୍କାର ଢଙ୍ଗରେ ଜିତିଥିଲା। ମ୍ୟାଚ ପରେ ବିରାଟ କୋହଲି ଏବଂ କେନ ୱିଲିୟମସନ ପରସ୍ପରକୁ କୋଳାଗ୍ରତ କରିଥିଲେ। ଏହି ସମୟରେ ଉଭୟ ଖେଳାଳି ପରସ୍ପର ପ୍ରତି କେତେ ସମ୍ମାନ କରନ୍ତି ତାହା ସ୍ପଷ୍ଟ ଭାବରେ ଦୃଶ୍ୟମାନ ହେଉଥିଲା। ଦୁଇ ବର୍ଷ ଧରି ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଶେଷରେ ଉଭୟ ଖେଳାଳି ମଧ୍ୟ ପରସ୍ପରକୁ ପ୍ରଶଂସା କରିଥିଲେ। ସୋସିଆଲ ମିଡିଆରେ ବିରାଟ କୋହଲି ଏବଂ କେନ ୱିଲିୟମସନଙ୍କୁ କେଳାଗ୍ରତ କରିବାର ଏହି ଫଟୋ ଭାଇରାଲ ହେବାରେ ଲାଗିଛି। ପ୍ରଶଂସକମାନେ ଏହି ଫଟୋକୁ ବେଶ୍‌ ପ୍ରଶଂସା କରୁଛନ୍ତି ଏବଂ କମେଣ୍ଟ୍‌ ମଧ୍ୟ ଦେଉଛନ୍ତି । ପ୍ରଶଂସକମାନେ ଏହାକୁ ସ୍ପିରିଟ୍‌ ଅଫ୍‌ ଦ ଗେମ୍‌ ବା ଖେଳର ଆତ୍ମା ବୋଲି କହୁଛନ୍ତି ଏବଂ ଉଭୟ ଅଧିନାୟକଙ୍କୁ ମଧ୍ୟ ପ୍ରଶଂସା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri