Posted inଖେଳ

କିରନ ମୋରେଙ୍କୁ ବ୍ୟାଟ୍‌ରେ ପିଟିବାକୁ ଉଦ୍ୟମ କରିଥିଲେ ଏହି ପାକିସ୍ତାନ କ୍ରିକେଟର୍‌

ନୂଆଦିଲ୍ଲୀ, ୧୧।୭- ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଉଇକେଟ୍‌କିପର ବ୍ୟାଟ୍ସମ୍ୟାନ କିରନ ମୋରେଙ୍କୁ ଏକଦା ଗୋଟିଏ ଟେଷ୍ଟ ମ୍ୟାଚ୍‌ ସମୟରେ ପାକିସ୍ତାନର ସଲିମ୍‌ ମଲିକ ବ୍ୟାଟ୍‌ରେ ବାଡ଼େଇବା ପାଇଁ ଉଦ୍ୟମ କରିଥିଲେ। ୧୯୮୯ରେ କରାଚୀର ନ୍ୟାଶନାଲ ଷ୍ଟାଡିୟମରେ ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ମ୍ୟାଚ୍‌ରେ ଏହି ଅଘଟଣ ଘଟିଥିଲା। ମ୍ୟାଚ୍‌ ସମୟରେ ମୋରେ ଏମିତି କେଉଁ କଥା କହିଥିଲେ ଯେଉଁଥିରେ ସଲିମ୍‌ ରାଗିଯାଇ ଧମକ ଦେବା ସହ ବ୍ୟାଟ୍‌ରେ ବାଡ଼େଇବା ପାଇଁ ଉଦ୍ୟମ କରିଥିଲେ। ଏହି ଘଟଣାକୁ ମନେ ପକାଇ ଏକ କାର୍ଯ୍ୟକ୍ରମ ଅବସରରେ ମୋରେ କହିଛନ୍ତି, ‘ଯେବେବି ଭାରତ ଓ ପାକିସ୍ତାନ ମଧ୍ୟରେ ମ୍ୟାଚ୍‌ ଖେଳା ଯାଇଥାଏ ସେତେବେଳେ ସ୍ଲେଜିଂ ହୋଇଥାଏ। ୧୯୮୯ରେ ଆମେ ପାକିସ୍ତାନ ଗସ୍ତରେ ଯାଇଥିବାବେଳେ କରାଚୀରେ ଅନୁଷ୍ଠିତ ଟେଷ୍ଟରେ ମୁଁ ସଲିମ ମଲିକଙ୍କୁ ସ୍ଲେଜିଂ କରିଥିଲି। ଯାହା ଫଳରେ ସେ ମୋତେ ବ୍ୟାଟ୍‌ରେ ବାଡ଼େଇବା ପାଇଁ ଉଦ୍ୟମ କରିଥିଲେ। ପଞ୍ଜାବୀ ଭାଷାରେ ମୁଁ ତାଙ୍କୁ ଗୋଟିଏ ବହୁତ ଖରାପ କଥା କହିଥିଲି। ପଞ୍ଜାବୀ ଏମିତି ଏକ ଭାଷା ଯାହା ଆମ ପାଇଁ ସରଳ ଥିଲା। ବାସ୍ତବରେ ଦେଖିବାକୁ ଗଲେ ଏହା ଏକ ମଜାଦାର ଘଟଣା ଥିଲା। ମୁଁ ଭାବୁଛି ଯଦି ସେ ସମୟରେ ଷ୍ଟମ୍ପ୍ସରେ ମାଇକ୍ରୋଫୋନ ଲାଗିଥାନ୍ତା ତେବେ ଏହା ସମସ୍ତଙ୍କ ପାଇଁ ମଜାଦାର ରହିଥାନ୍ତି। ଏହି ମ୍ୟାଚ୍‌ ମଧ୍ୟ ଆଉ ଏକ ଦୃଷ୍ଟିରୁ ସ୍ମରଣୀୟ ହୋଇ ରହିଛି। ଭାରତୀୟ କ୍ରିକେଟ୍‌ ଦଳର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଳକର ଓ ପାକିସ୍ତାନର ଓ୍ବାକର ୟୁନିସ ଏହି ମ୍ୟାଚ୍‌ ଜରିଆରେ ସେମାନଙ୍କ ଟେଷ୍ଟ କ୍ୟାରିୟର ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri