Posted inଜାତୀୟ

ମହାରାଷ୍ଟ୍ର ରାଜନୀତିରେ ଏହି ବ୍ୟକ୍ତି ହେଉଛନ୍ତି ସିଏମ ମେକର୍‌, କରିବେ ବଡ଼ ଖେଳ!

ମୁମ୍ବାଇ,୨୭।୧୧: ୨୦୨୪ରେ ମହାୟୁତିର ବିଶାଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ପଦ ନେଇ ସସପେନ୍ସ ଜାରି ରହିଛି। ଗ୍ରାଣ୍ଡ ଆଲାଇନ୍ସରେ ସର୍ବାଧିକ ଆସନ ଜିତିଥିବା ଦଳଗୁଡ଼ିକ ହେଉଛି ଭାରତୀୟ ଜନତା ପାର୍ଟି (ଭାଜପା), ଏକନାଥ ଶିନ୍ଦେଙ୍କ ଶିବସେନା ଏବଂ ଅଜିତ ପାୱାରଙ୍କ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି)। ତେଣୁ ନିଶ୍ଚିତ ଭାବେ ଏମାନଙ୍କ ମଧ୍ୟରୁ କେହି ଜଣେ ମଧ୍ୟ ସିଏମ ହେବେ। ତେବେ ବର୍ତ୍ତମାନ ସିଏମ ପଦ ପାଇଁ ଦୁଇଜଣ ପ୍ରତିଯୋଗୀ ଅଛନ୍ତି। ସେ ହେଲେ ଭାଜପାର ଦେବେନ୍ଦ୍ର ଫଡନାଭିସ ଏବଂ ଶିବସେନାର ଏକନାଥ ଶିନ୍ଦେ। ଏଭଳି ପରିସ୍ଥିତିରେ ଅଜିତ ପାୱାର ମୁଖ୍ୟମନ୍ତ୍ରୀଙ୍କ ନାମ ଚୂଡ଼ାନ୍ତ କରିବାରେ ସିଏମ ମେକରଙ୍କ ଭୂମିକା ଗ୍ରହଣ କରିପାରନ୍ତି।

ମହାୟୁତିର ମୋଟ ୨୩୫ଟି ସିଟ ମଧ୍ୟରୁ ଭାଜପା ୧୩୨, ଶିବସେନା ୫୭ ଏବଂ ଏନସିପି ୪୧ ଟି ସିଟ ଜିତିଛି। ଯଦି ଆମେ ଏହି ନିର୍ବାଚନ ଆକଳନକୁ ଦେଖିବା, ଶିବସେନା ଏବଂ ଏନସିପି ବିନା ଭାଜପା ସରକାର ଗଠନ କରିପାରିବ ନାହିଁ। ସରକାର ଗଠନ ପାଇଁ ୧୪୫ ମ୍ୟାଜିକ୍‌ ନମ୍ବର ଆବଶ୍ୟକ। ତେଣୁ ଏଥିପାଇଁ ଭାଜପାକୁ ସମର୍ଥନ ଆବଶ୍ୟକ। ଅନ୍ୟପକ୍ଷରେ, ଶିବସେନା ଏବଂ ଏନସିପି ଏକାଠି ହୋଇ କିଛି କରିପାରିବେ ନାହିଁ କାରଣ ସେମାନେ ଏମାଠି ମିଶି ୯୮ଟି ସିଟ୍‌ କରିପାରିବେ। ତେବେ ଦେବେନ୍ଦ୍ର ଫଡନାଭିସ ସିଏମ ହେଲେ ତାଙ୍କର କୌଣସି ଅସୁବିଧା ନାହିଁ ବୋଲି ଅଜିତ ପାୱାର ସ୍ପଷ୍ଟ କରିଛନ୍ତି। ଏହାକୁ ନେଇ ଶିନ୍ଦେ ଅସନ୍ତୋଷ ଥିବା କୁହାଯାଉଛି।

ପୂର୍ବତନ ମନ୍ତ୍ରୀ ତଥା ଶିବସେନା କାର୍ଯ୍ୟକର୍ତ୍ତା ରାମଦାସ କଦାମ କହିଛନ୍ତି, ଏକନାଥ ଶିନ୍ଦେ ମୁଖ୍ୟମନ୍ତ୍ରୀ ହେବା ଉଚିତ। କିନ୍ତୁ ଭାଜପା ଦେବେନ୍ଦ୍ର ଫଡନାଭିସଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ଚାହୁଁଛି। ଆଉ ଅଜିତ ପାୱାରଙ୍କୁ ଫଡନାଭିସ ନାମରେ ଆତ୍ମସମର୍ପଣ କରି ଦେଇଛି। କିନ୍ତୁ

ଯଦି ଆମେ ଆସନର ପାର୍ଥକ୍ୟକୁ ଦେଖିବା, ଏନସିପି ମଧ୍ୟ ହୃଦୟଙ୍ଗମ କରିଛି ଯେ, ଯଦି ଦେବେନ୍ଦ୍ର ଫଡନାଭିସ ମୁଖ୍ୟମନ୍ତ୍ରୀ ହୁଅନ୍ତି, ତେବେ ସେ ମହାୟୁତିରେ ଶିବସେନାଙ୍କ ସହ ତାଙ୍କର ସମାନ ସ୍ଥିତି ରହିବ। କାରଣ ଶିବସେନା ଏବଂ ଏନସିପି ୧୩୨ ଆସନ ଜିତି ଭାଜପା ପରେ ଦ୍ୱିତୀୟ ବଡ଼ ଦଳ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

କେଜ୍ରିୱାଲଙ୍କୁ ହତ୍ୟା ଧମକ: ଲରେନ ଗ୍ୟାଙ୍ଗ୍‌ ସଦସ୍ୟଙ୍କ ୭ କୋଟି ଟଙ୍କା ଦାବି

ମୋହାଲି, ୧୨ା୧୧: ଦିଲ୍ଲୀର ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ବିଧାୟକ ଜର୍ନେଲ ସିଂହଙ୍କ ଅଭିଯୋଗ ଆଧାରରେ ପଞ୍ଜାବ ପୋଲିସ ଏକ ମାମଲା ରୁଜୁ କରିଛି। ଦଳର ନେତା…

ଘରେ ଭୟଙ୍କର ବିସ୍ଫୋରଣ, ୩ ଗୁରୁତର, କାରଣ ଖୋଜୁଛି ବମ୍‌ ସ୍କ୍ବାଡ

ଖଲ୍ଲିକୋଟ,୧୨ା୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ସହର ଅରବିନ୍ଦ ନଗର ଦ୍ୱିତୀୟ ଗଳିରେ ବୁଧବାର ବିଳମ୍ବିତ ରାତିରେ ଜଣଙ୍କ ଘର ଭିତରେ ପ୍ରଚଣ୍ଡ ବିସ୍ଫୋରଣ ହୋଇଛି।…

ପରଷ୍ପରଙ୍କୁ ହତ୍ୟା ଉଦ୍ୟମ: ଜେଲ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୨।୧୧(ଅଶେଷ ନାଥ ମିଶ୍ର): ପରଷ୍ପରଙ୍କୁ ହତ୍ୟା ଉଦ୍ୟମ ଘଟଣାରେ କେ.ନୂଆଗାଁ ପୋଲିସ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ବଡ଼ପଦା ଗ୍ରାମର ସୀମାଞ୍ଚଳ ଦଳାଇ(୨୮), ଅଭି…

ଆତଙ୍କ ଖେଳାଇଲା ପିକଅପ୍‌ ଭ୍ୟାନ୍‌: ଦୁଇ ବାଇକ୍‌କୁ ଧକ୍କା ଦେଇ ଘର କାନ୍ଥ ଭାଙ୍ଗିଲା, ଆଉ ତା’ ପରେ…

ଭବାନୀପାଟଣା,୧୨।୧୧(ଉତ୍ତମ କୁମାର ଦାଶ): ଦ୍ରୁତ ଏବଂ ବେପରୁଆ ଗାଡ଼ି ଚାଳନାର କରୁଣ ପରିଣାମ ଘଟିଛି। ଗୋଟିଏ ପରେ ଗୋଟିଏ ଦୁଇଟି ବାଇକ୍‌କୁ ଧକ୍କା ଦେବା ପରେ ରାସ୍ତାକଡ଼ରେ…

ନିର୍ଦ୍ଦିଷ୍ଟ ପ୍ରଶଂସକଙ୍କୁ କାହିଁକି ଅଟୋଗ୍ରାଫ ଦେବାକୁ ସିଧା ମନା କଲେ ବିରାଟ କୋହଲି? ଜାଣନ୍ତୁ ଏହାର ବଡ଼ କାରଣ, ଏବେ ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୨।୧୧: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଚତୁର୍ଥ ମ୍ୟାଚ ନଭେମ୍ବର ୧୩ ଶୁକ୍ରବାର ମାଉଣ୍ଟ ମାଉଙ୍ଗାନୁଇର ‘ବେ ଓଭାଲ’…

ଘରୁ କଲେଜ ଛାତ୍ରଙ୍କ ମୃତଦେହ ଉଦ୍ଧାର

ପାଟଣା,୧୨।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଭୀମାପଡ଼ା ନାଏକ ସାହିରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପୋଲିସ ଘରୁ ଜଣେ କଲେଜ…

ଶିକ୍ଷକ ସୁନ୍ଦରଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ମହାକାଳପଡ଼ା,୧୨।୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡାଙ୍ଗ ପଞ୍ଚାୟତ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଆଦର୍ଶ ଶିକ୍ଷକ ସୁନ୍ଦର ମୋହନ ସିଂଙ୍କୁ ଗୁରୁବାର ମୁଖ୍ୟମନ୍ତ୍ରୀ…

ରୋହିତ-ଗାଏକୱାଡ କରିବେ ଓପନିଂ, ସିରାଜଙ୍କ ପ୍ରତ୍ୟାବର୍ତ୍ତନ… ଚତୁର୍ଥ ODI ପାଇଁ ଭାରତର Playing XI କିପରି ରହିବ ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୧୧: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଚତୁର୍ଥ ଦିନିକିଆ ମ୍ୟାଚ ପାଇଁ ଭାରତର ଚୂଡ଼ାନ୍ତ ଏକାଦଶରେ (Playing XI) କିଛି ପରିବର୍ତ୍ତନ ଦେଖିବାକୁ ମିଳିପାରେ। ଶୁବମନ ଗିଲ ବାକି ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?