ଏହି ବ୍ୟକ୍ତିଙ୍କଠାରେ ହେବ କରୋନା ଟୀକାର ମାନବ ପରୀକ୍ଷଣ

ନୂଆଦିଲ୍ଲୀ, ୮।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। କରୋନା ସଂକ୍ରମଣ ରୋକିବା ଲାଗି ଦେଶରେ ଅଗଷ୍ଟ ୧୫ଠାରୁ କରୋନା ଟୀକା ପରୀକ୍ଷା କରାଯିବାର ଯୋଜନା କରାଯାଇଛି। ମାନବ ପରୀକ୍ଷଣ ପାଇଁ ଦେଶର ୧୨ଟି ସଂସ୍ଥାକୁ ଚୟନ କରାଯାଇଛି। ଟୀକାର ମାନବ ପରୀକ୍ଷଣ କରାଯାଉଥିବା ଲୋକଙ୍କ ମଧ୍ୟରେ ପଶ୍ଚିମବଙ୍ଗର ଶିକ୍ଷକ ଚିରଞ୍ଜିତ୍‌ ଧୀବରଙ୍କଠାରେ କରାଯିବ। ଏନେଇ ଚିରଞ୍ଜିତ୍‌ ନିଜର ସହମତି ପ୍ରକାଶ କରିଛନ୍ତି। ତାଙ୍କର ପରୀକ୍ଷା ଓଡ଼ିଶାର ରାଜଧାନୀ ଭୁବନେଶ୍ୱର ସ୍ଥିତ ଆଇସିଏମ୍‌ଆର୍‌ କେନ୍ଦ୍ରରେ କରାଯିବ। କେବେ ଚିରଞ୍ଜିତ୍‌ଙ୍କ ଉପରେ କରୋନ ପ୍ରତିଷେଧକ ଟୀକାର ପରୀକ୍ଷଣ କରାଯିବ ସେ ନେଇ ଆଇସିଏମ୍‌ଆର୍‌ ପକ୍ଷରୁ କୌଣସି ସୂଚନା ଦିଆଯାଇ ନାହିଁ। ସେ ଦୁର୍ଗାପୁରସ୍ଥିତ ଏକ ସ୍କୁଲରେ ଶିକ୍ଷକ ଭାବେ ପାଠ ପଢ଼ାଉଛନ୍ତି। ଏହା ସହିତ ସେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘର ସଦସ୍ୟ ମଧ୍ୟ ରହିଛନ୍ତି। ଦେଶ ପାଇଁ କିଛି କରିବା ଆଶା ନେଇ ଚିରଞ୍ଜିତ୍‌ ଏଭଳି ନିଷ୍ପତ୍ତି ନେଇଛନ୍ତି। ତାଙ୍କର ନିଷ୍ପତ୍ତିକୁ ପ୍ରଥମେ ମାତାପିତା ବିରୋଧ ମଧ୍ୟ କରିଥିଲେ। ତେବେ ଏବେ ପିତା ତୁଷାର ଏଥିରେ ରାଜି ହୋଇଛନ୍ତି। ନିଜ ଇଛାରେ ଯେଉଁମାନେ ମାନବ ପରୀକ୍ଷଣ ପାଇଁ ରାଜି ହେବେ ସେମାନଙ୍କଠାରେ ଟୀକାର ପରୀକ୍ଷା କରାଯିବ। ଏହି ପ୍ରକ୍ରିୟା ପାଇଁ ନାଗପୁରସ୍ଥିତ ଗିଲ୍ଲୁର୍କର ମଲ୍ଟି ସ୍ପେଶାଲିଟି ହସ୍ପିଟାଲର ଡାକ୍ତର ଚନ୍ଦ୍ରଶେଖର ଗେଲ୍ଲୁରକରଙ୍କୁ ଚୟନ କରାଯାଇଛି। ପ୍ରଥମ ଏବଂ ଦ୍ୱିତୀୟ ପ୍ରର୍ଯ୍ୟାୟ ମାନବ ପରୀକ୍ଷଣ ପାଇଁ ୧୦୦ ଜଣ ଲୋକଙ୍କୁ ଚିହ୍ନଟ କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri