Posted inଖେଳ

ଲୁହ ଛଳଛଳ ଆଖିରେ ଆଇପିଏଲ୍‌ରୁ ବିଦାୟ ନେଲେ ଏହି ଖେଳାଳି!

ଅହମ୍ମଦାବାଦ୍‌,୨୩।୫: ଆଇପିଏଲ ୨୦୨୪ର ଏଲିମିଟର ମ୍ୟାଚ ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ରାଜସ୍ଥାନ ରୟାଲ୍ସ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଏହି ପରାଜୟ ସହିତ ଆଇପିଏଲ ୨୦୨୪ରେ ବେଙ୍ଗାଲୁରୁର ଯାତ୍ରା ସମାପ୍ତ ହୋଇଛି। ଆରସିବି ଉଇକେଟ କିପର ବ୍ୟାଟ୍ସମ୍ୟାନ ଦୀନେଶ କାର୍ତ୍ତିକଙ୍କ ଯାତ୍ରା ମଧ୍ୟ ଏହି ମ୍ୟାଚ ସହିତ ଶେଷ ହୋଇଛି। ଯଦିଓ ଏପର୍ଯ୍ୟନ୍ତ ଆନୁଷ୍ଠାନିକ ଭାବେ ପ୍ରକାଶ କରାଯାଇ ନାହିଁ, କିନ୍ତୁ କାର୍ତ୍ତିକଙ୍କୁ ମ୍ୟାଚ ପରେ ଯେପରି ‘ଗାର୍ଡ ଅଫ ଅନର’ ଦିଆଯାଇଥିଲା ତାହା ଦେଖିଲେ କାର୍ତ୍ତିକ ଶେଷ ଆଇପିଏଲ ମ୍ୟାଚ ଖେଳିଥିବାର ଅନୁମାନ କରାଯାଉଛି।
ମ୍ୟାଚ ପରେ କାର୍ତ୍ତିକ ତାଙ୍କ ଗ୍ଲୋଭସ କାଢି ପ୍ରଶଂସକଙ୍କୁ ଧନ୍ୟବାଦ ଦେଇଥିଲେ। ମ୍ୟାଚ ପରେ କାର୍ତ୍ତିକ ବହୁତ ଭାବପ୍ରବଣ ଦେଖାଯାଉଥିଲେ। ଯଦିଓ ତାଙ୍କ ଅବସର ସମ୍ପର୍କରେ ଏକ ସରକାରୀ ବିବୃତ୍ତି କାର୍ତ୍ତିକଙ୍କ ପାଖରୁ ଆସିନାହିଁ, ତଥାପି ତାଙ୍କ ଅବସର ନେଇ ଆଲୋଚନା ସବୁଆଡେ ଚାଲିଛି।
କାର୍ତ୍ତିକ ଅନ୍ତର୍ଜାତୀୟ କ୍ରିକେଟ ପାଇଁ ବିଦାୟ ଦେଇନାହାଁନ୍ତି। ଆଇପିଏଲର ପ୍ରାରମ୍ଭିକ ପର୍ଯ୍ୟାୟରେ କାର୍ତ୍ତିକଙ୍କ ଚମତ୍କାର ପ୍ରଦର୍ଶନ ଦେଖି ସେ ଟି-୨୦ ବିଶ୍ୱକପ ୨୦୨୪ ପାଇଁ ଉଇକେଟ କିପର ଭାବରେ ଜଣେ ବଡ ପ୍ରତିଯୋଗୀ ଭାବରେ ବିବେଚିତ ହୋଇଥିଲେ। କିନ୍ତୁ ଏଥର ଭାରତୀୟ ଚୟନକର୍ତ୍ତା କାର୍ତ୍ତିକଙ୍କୁ ଟି-୨୦ ବିଶ୍ୱକପ ଖେଳିବାର ସୁଯୋଗ ଦେଇ ନାହାଁନ୍ତି।
ଯଦି ଦୀନେଶ କାର୍ତ୍ତିକ ଅବସର ଘୋଷଣା କରନ୍ତି, ତେବେ ତାଙ୍କର ଆଇପିଏଲ କ୍ୟାରିୟର ପରାଜୟ ସହିତ ଶେଷ ହୋଇଛି। ଏମିନେଟର ମ୍ୟାଚରେ ବେଙ୍ଗାଲୁରୁକୁ ରାଜସ୍ଥାନ ବିପକ୍ଷରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ରାଜସ୍ଥାନ ୪ଟି ଉଇକେଟ ନେଇଥିଲା।
ସୂଚନାଯୋଗ୍ୟ ଯେ, ଦୀନେଶ କାର୍ତ୍ତିକ ଆଇପିଏଲ ଅର୍ଥାତ୍‌ ୨୦୦୮ର ପ୍ରଥମ ସିଜନରେ ଡେବ୍ୟୁ କରିଥିଲେ। ସେବେଠାରୁ ସେ ୨୫୭ଟି ମ୍ୟାଚ ଖେଳିଛନ୍ତି। ଏହି ମ୍ୟାଚଗୁଡିକର ୨୩୪ ଇନିଂସରେ ବ୍ୟାଟିଂ କରି ସେ ହାରାହାରି ୨୬.୩୨ ଏବଂ ଷ୍ଟ୍ରାଇକ ରେଟ ୧୩୫.୩୬ରେ ୪୮୪୨ରନ ସ୍କୋର କରିଥିଲେ। ତାଙ୍କ ବ୍ୟାଟରୁ ୨୨ ଅର୍ଦ୍ଧଶତକ ଆସିଥିଲା। କାର୍ତ୍ତିକ ୪୬୬ ଚୌକା ଓ ୧୬୧ ଛକା ମାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଏକ ରହସ୍ୟମୟ ଗାଁ, ଯେଉଁଠି ଚାଲିଯାଏ ଲୋକଙ୍କ ଦୃଷ୍ଟିଶକ୍ତି! କାରଣ ଜାଣିଲେ ହେବେ ଚକିତ

ମେକ୍ସିକୋର ଏକ ଦୂରଦୂରାନ୍ତ ଗାଁକୁ ନେଇ ଦୀର୍ଘଦିନ ଧରି ଏକ ରହସ୍ୟମୟ କାହାଣୀ ପ୍ରଚଳିତ ରହିଛି। କୁହାଯାଏ, ଏଠାରେ ଲୋକଙ୍କ ସହ ପଶୁମାନଙ୍କର ମଧ୍ୟ ଦୃଷ୍ଟିଶକ୍ତି ଚାଲିଯାଉଥିଲା।…

ଏସିଆନ ଗେମ୍ସ ଫାଇନାଲରେ ସ୍ମୃତି ମନ୍ଧାନା ରଚିଲେ ଇତିହାସ: ଏମିତି ରେକର୍ଡ କରି ହେଲେ ବିଶ୍ୱର ପ୍ରଥମ ବ୍ୟାଟର

ନୂଆଦିଲ୍ଲୀ,୨୨।୯: ଏସିଆନ ଗେମ୍ସର ଗୋଲ୍ଡ ମେଡାଲ ମ୍ୟାଚରେ ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରଚିଛନ୍ତି ନୂଆ ଇତିହାସ। ଶ୍ରୀଲଙ୍କା ବିପକ୍ଷ ଫାଇନାଲରେ ୧୧ ହଜାର ଅନ୍ତର୍ଜାତୀୟ…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

କର୍କଟ ରାଶିରେ ଏକାଠି ହେବେ ୩ ବଡ଼ ଗ୍ରହ: ୪ ରାଶିଙ୍କ କ୍ୟାରିୟରରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ କୋଟିକୋଟି ଟଙ୍କା!

ଭୁବନେଶ୍ୱର,୨୨।୯: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଯେତେବେଳେ ତିନିଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କରନ୍ତି, ସେତେବେଳେ ତ୍ରିଗ୍ରହୀ ଯୋଗ ଗଠିତ ହୁଏ। ଆସନ୍ତା ଅକ୍ଟୋବର ୪ରେ…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ମନ୍ତ୍ରୀ: ଏହି ୭ ଜିଲାରେ ଭୀଷଣ ବର୍ଷା! ରେଡ୍‌ ୱାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୨।୯: ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ୨୩ ଓ ୨୪ ପାଇଁ କୋରାପୁଟ, ଗଜପତି, ଗଞ୍ଜାମକୁ ରେଡ…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

ନବରଙ୍ଗପୁର ଜିଲାପାଳଙ୍କ ବଡ଼ ଘୋଷଣା: ସରକାରୀ ଅଧିକାରୀଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଉଛି। ଫଳରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?