Posted inଖେଳ

୪ ବର୍ଷ ପରେ ଦଳକୁ ଫେରିଲେ

ନୂଆଦିଲ୍ଲୀ,୨୧।୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯିବାକୁ ଥିବା ଦିନିକିଆ ସିରିଜ ପାଇଁ ୱେଷ୍ଟଇଣ୍ଡିଜ ପକ୍ଷରୁ ଦଳ ଘୋଷଣା କରାଯାଇଛି। ଦୀର୍ଘ ୪ ବର୍ଷ ପରେ ଦ୍ରୁତ ବୋଲର ଶାନନ ଗାବ୍ରିଏଲ ଦଳକୁ ଫେରିଛନ୍ତି। ଏହାଛଡ଼ା ତାଙ୍କୁ ପୂର୍ବରୁ ୱେଷ୍ଟଇଣ୍ଡିଜ ଟେଷ୍ଟ ଦଳରେ ସାମିଲ କରାଯାଇଛି।

୨୦୧୯ ବିଶ୍ୱକପ ପରେ ଗାବ୍ରିଏଲ ୱେଷ୍ଟଇଣ୍ଡିଜ ପାଇଁ ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳିବାକୁ ଯାଉଛନ୍ତି। ଆସନ୍ତା ମାସରେ ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ତାଙ୍କୁ ୱେଷ୍ଟଇଣ୍ଡିଜ ଦଳରେ ସୁଯୋଗ ମିଳିଛି। ଏହାଛଡ଼ା ଆଗାମୀ ସପ୍ତାହରେ ଆରମ୍ଭ ହେବାକୁ ଥିବା ଦୁଇ ଟେଷ୍ଟ ସିରିଜ ପାଇଁ ସେ ଦକ୍ଷିଣ ଆଫ୍ରିକାରେ ଅଛନ୍ତି।

ଗାବ୍ରିଏଲ ପ୍ରଦର୍ଶନ ଅନୁଯାୟୀ ଚଳିତ ବର୍ଷ ଶେଷରେ ଭାରତରେ ଅନୁଷ୍ଠିତ ହେବାକୁ ଥିବା ଦିନିକିଆ ବିଶ୍ୱକପ ପାଇଁ  ଦଳରେ ତାଙ୍କ ସ୍ଥାନକୁ ପକ୍କା କରିବାର ସୁଯୋଗ ପାଇବେ। କାରଣ ଆଣ୍ଠୁ ଅପରେଶନ ପରେ ପେସର୍‌ ଜାଡେନ ସିଲ ଉପଲବ୍ଧ ନାହାନ୍ତି। ଅପରପକ୍ଷେ ଆଣ୍ଡରସନ ଫିଲିପ୍‌ ସୁସ୍ଥ ହୋଇ ଟ୍ରେନିଂକୁ ଫେରିଥିଲେ ହେଁ ଫିଟ ନାହାନ୍ତି। ଓବେଡ ମ୍ୟାକକୋ ଟି -୨୦ ଦଳରେ ଅନ୍ତର୍ଭୁକ୍ତ ହୋଇଥିଲେ ହେଁ ମେଡିକାଲ ଟିମ୍‌ର ଅନୁମୋଦନ ପରେ ତାଙ୍କୁ ଖେଳିବାର ସୁଯୋଗ ମିଳିବ।

ମାର୍ଚ୍ଚ ୧୬ ରୁ ୨୧ ପର୍ଯ୍ୟନ୍ତ ଦିନିକିଆ ସିରିଜ ଏବଂ ମାର୍ଚ୍ଚ ୨୫ ରୁ ୨୮ ପର୍ଯ୍ୟନ୍ତ ଟି-୨୦ ସିରିଜ ଖେଳାଯିବ। ନୂତନ ଦିନିକିଆ ଅଧିନାୟକ ଶାଇ ହୋପ ଏବଂ ଟି -୨୦ ଅଧିନାୟକ ରୋଭମାନ ପାୱେଲଙ୍କ ଅଧୀନରେ ଏହା ପ୍ରଥମ ସିରିଜ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri