Posted inଖେଳ

ସଚିନ୍‌ଙ୍କ ରେକର୍ଡ ଭାଙ୍ଗିବେ ଏହି ଖେଳାଳି: ଇର୍ଫାନ୍‌ ପଠାନ କହିଲେ ଏପରି…

ନୂଆଦିଲ୍ଲୀ, ୨୫।୮: ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାକୁ କେବଳ ବିରାଟ କୋହଲି ସକ୍ଷମ। ଏସମ୍ପର୍କରେ ପୂର୍ବତନ ଭାରତୀୟ କ୍ରିକେଟର ଇର୍ଫାନ୍‌ ପଠାନ କହିଛନ୍ତି। ସଚିନଙ୍କ ୧୦୦ ଶତକ ରେକର୍ଡକୁ ବିରାଟ ସହଜରେ ଭାଙ୍ଗିପାରିବେ ବୋଲି ସେ କହିଛନ୍ତି। ଏହି ରେକର୍ଡ ଭାଙ୍ଗିବାକୁ କୋହଲିଙ୍କର ଦକ୍ଷତା ଏବଂ ଫିଟ୍‌ନେସ୍‌ ଥିବା ସେ ପ୍ରକାଶ କରିଛନ୍ତି। ଷ୍ଟାର ସ୍ପୋଟସ ପକ୍ଷରୁ ଆୟୋଜିତ ହୋଇଥିବା ଶୋ’ ‘ କ୍ରିକେଟ କନେକ୍ଟେଡେ୍‌’ରେ ଇର୍ଫାନ୍‌ ଏଭଳି କହିଛନ୍ତି। ଏବେ ବିରାଟକୁ ୩୧ ବର୍ଷ। ସେ ଆସନ୍ତା ୭-୮ ବର୍ଷ ପର୍ଯ୍ୟନ୍ତ ଖେଳିପାରିବେ। ଏବେ କୋହଲି ୩୩୪ ମ୍ୟାଚ୍‌ ଖେଳି ୭୦ ଶତକ କରିଛନ୍ତି। ସେଥିମଧ୍ୟରେ ୪୩ ଏକଦିବସୀୟ ଏବଂ ୨୭ ଟେଷ୍ଟ ମ୍ୟାଚ୍‌ ଶତକ ରହିଛି। ସଚିନ ୬୬୩ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳି ୧୦୦ ଟି ଶତକ ହାସଲ କରିପାରିଥିଲେ। ୨୦୧୨ରେ ସଚିନ ଏସିଆ କପ୍‌ରେ ବାଂଲାଦେଶ ବିପକ୍ଷରେ ଖେଳି ନିଜର ୧୦୦ତମ ଶତକ ପୂରଣ କରିଥିଲେ। ସଚିନ ୪୯ ଏକଦିବସୀୟ ଏବଂ ୫୧ ଟେଷ୍ଟ ମ୍ୟାଚ୍‌ରେ ଶତକ ହାସଲ କରିଥିଲେ। ସଚିନ ରେକର୍ଡ କେହି ଜଣେ ଭାରତୀୟ ଭାଙ୍ଗନ୍ତୁ ବୋଲି ଇର୍ଫାନ୍‌ ଚାହୁଁଥିବା କହିଛନ୍ତି। ଏହା କେବଳ କୋହଲି କରି ଦେଖାଇପାରିବେ ବୋଲି ଇର୍ଫାନ୍‌ ଆଶା ପ୍ରକାଶ କରିଛନ୍ତି। ଏବେ ଇର୍ଫାନ୍‌ଙ୍କ ଏହି ମନ୍ତବ୍ୟ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri