Posted inଖେଳ

ଆଇପିଏଲ୍‌ରେ ୧୫.୫ କୋଟିରେ ନିଲାମୀ ସତ୍ତ୍ୱେ ବଦଳିନି ଏହି ଖେଳାଳିଙ୍କ ଜୀବନ

ନୂଆଦିଲ୍ଲୀ, ୫।୭- ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ ଲିଗ୍‌ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଖେଳିବା ଲାଗି ସବୁ ଖେଳାଳିଙ୍କ ସ୍ବପ୍ନ ରହିଥାଏ। ଆଇପିଏଲ୍‌ ଖେଳିବା ଦ୍ୱାରା ଅନେକ ଖେଳାଳିଙ୍କ ଜୀବନରେ ପରିବର୍ତ୍ତନ ଆସିଛି। ଆଇପିଏଲ୍‌ର ଗତ ଖେଳାଳି ନିଲାମୀରେ ସର୍ବାଧିକ ମୂଲ୍ୟରେ କ୍ରୟ ହୋଇଥିବା ଅଷ୍ଟ୍ରେଲିଆ ଦ୍ରୁତ ବୋଲର ପ୍ୟାଟ୍‌ କୁମିନ୍ସ କିନ୍ତୁ ୬ ମାସରେ ତାଙ୍କ ଜୀବନରେ କୌଣସି ପରିବର୍ତ୍ତନ ହୋଇ ନ ଥିବା କହିଛନ୍ତି। ଆଇପିଏଲ୍‌ ଗତ ଖେଳାଳି ନିଲାମୀରେ କୋଲକାତା ନାଇଟ୍‌ ରାଇଡର୍ସ କୁମିନ୍ସଙ୍କୁ ୧୫.୫ କୋଟି ଟଙ୍କା ମୂଲ୍ୟରେ କ୍ରୟ କରିଥିଲା। ଫଳରେ ଆଇପିଏଲ୍‌ ଇତିହାସରେ ସେ ସବୁଠାରୁ ମହଙ୍ଗା ଖେଳାଳି ହେବାର କୀର୍ତ୍ତିମାନ କରିଥିଲେ। ଏତେ ପରିମାଣର ରାଶିରେ ନିଲାମୀ ହୋଇଥିବା ନେଇ କୁମିନ୍ସକୁ ନିକଟରେ ଏକ ସାକ୍ଷାତ୍‌କାର ଅବସରରେ ଯେତେବେଳେ ପଚରାଗଲା ସେ କହିଥିଲେ, ‘ମୋତେ ଲାଗୁଛି ମୋ ଜୀବନରେ କିଛି ପରିବର୍ତ୍ତନ ଆସିନାହିଁ। ପ୍ରତ୍ୟେକ ମ୍ୟାଚ୍‌ରେ ମୋର ସର୍ବଶ୍ରେଷ୍ଠ ପ୍ରଦର୍ଶନ ଦେବାକୁ ଚେଷ୍ଟା କରୁଛି। ଏଥିସହ ସଫଳତା ଓ ବିଫଳତା ଯେମିତି ମୋ ଜୀବନ ଉପରେ ଅଧିକ ପ୍ରଭାବ ନ ପକାଏ ସେଥିପ୍ରତି ଧ୍ୟାନ ଦେଉଛି। ନିଲାମୀରେ ଏତେ ପରିମାଣର ରାଶି ମିଳିବାର ଖୁସି ଏବେ ମଧ୍ୟ ରହିଛି। ସମ୍ଭବତଃ ଯେତେବେଳେ ଆଇପିଏଲ୍‌ ଖେଳିବା ଲାଗି ଯିବି ସେତେବେଳେ ଏହି ଭାବନାକୁ ଛାଡ଼ିପାରିବି’ ବୋଲି କୁମିନ୍ସ କହିଛନ୍ତି। କୁମିନ୍ସ ଅଷ୍ଟ୍ରେଲିଆ ପକ୍ଷରୁ ୩୦ ଟେଷ୍ଟ ମ୍ୟାଚ୍‌ ଖେଳି ୨୧.୮୨ ପ୍ରତିଶତରେ ୧୪୩ ଉଇକେଟ୍‌ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?