Posted inଜାତୀୟ

ଓ୍ବାୟନାଡରେ ରାହୁଲଙ୍କୁ ମୁକାବିଲା କରିବେ ଏହି ପାଓ୍ବରଫୁଲ ମହିଳା

ନୂଆଦିଲ୍ଲୀ,୮।୩: ଲୋକସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପ୍ରାର୍ଥୀ ତାଲିକାରେ କଂଗ୍ରେସ ୩୯ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ କେରଳର ୱାୟାନାଡରୁ ନିର୍ବାଚନ ଲଢୁଥିବାବେଳେ କଂଗ୍ରେସ ନେତା ଶଶି ଥରୁର କେରଳର ଥିରୁଭାନନ୍ତପୁରମରୁ ନିର୍ବାଚନ ଲଢିବେ। କଂଗ୍ରେସ ଶୁକ୍ରବାର ୩୯ଟି ଲୋକସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଏଥିରେ କେରଳର ୧୫ଟି ଆସନରେ ପ୍ରାର୍ଥୀଙ୍କ ଘୋଷଣା କରିଛି। ଏହାପୂର୍ବରୁ କେରଳ ବାମପନ୍ଥୀ ମହାମେଣ୍ଟ ସୋମବାର ଦିନ ୱାୟାନାଡ ସମେତ ସମସ୍ତ ୨୦ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଏହି ପରିପ୍ରେକ୍ଷୀରେ କେରଳରେ ହେବାକୁ ଥିବା ଲୋକସଭା ନିର୍ବାଚନରେ ଇଣ୍ଟିଆ ମେଣ୍ଟର ଦୁଇ ଦଳ କଂଗ୍ରେସ ଓ ସିପିଆଇ ମୁହାଁମୁହିଁ ହେବେ। ସିଟ ବୁଝାମଣାରେ ସିପିଏମ ୧୫ଟି ଆସନରେ, ୪ଟି ଆସନରେ ସିପିଆଇ ଏବଂ କେରଳ କଂଗ୍ରେସ (ଏମ) ଗୋଟିଏ ପ୍ରାର୍ଥୀ ଘୋଷଣା କରିଛି।

ତେବେ ଓ୍ବାୟନାଡରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମୁକାବିଲା କରିବେ ଜଣେ ମହିଳା ପ୍ରତିଦ୍ୱନ୍ଦୀ। ସେ ହେଲେ ସିପିଆଇର ବରିଷ୍ଠ ନେତା ତଥା ସାଧାରଣ ସମ୍ପାଦକ ଡି ରାଜାଙ୍କ ସ୍ତ୍ରୀ ଆନି ରାଜା । ୨୦୧୯ ଲୋକସଭା ନିର୍ବାଚନରେ ମଧ୍ୟ ୱାୟାନଡରେ କଂଗ୍ରେସ ଏବଂ ସିପିଆଇ ମଧ୍ୟରେ ଏକ ପ୍ରତିଦ୍ୱନ୍ଦିତା ହୋଇଥିଲା। ଗତଥର ୱାୟାନାଡରେ କଂଗ୍ରେସ ପ୍ରାର୍ଥୀ ରାହୁଲ ଗାନ୍ଧୀ ସିପିଆଇ ପିପି ସୁନେରଙ୍କୁ ପରାଜିତ କରିଥିଲେ। ସେଠାରେ ରାହୁଲ ୭୦୬,୩୬୭ (64.94%) ଭୋଟ ପାଇଥିବାବେଳେ ପିପି ସୁନେର ୨୭୪,୫୯୯(25.24%) ଭୋଟ ପାଇଥିଲେ। କହିରଖୁଛୁ କି, ରାହୁଲ ଗାନ୍ଧୀ ୨୦୧୯ରେ ଦୁଇଟି ଲୋକସଭା ଆସନ, ୱାୟନାଡ ଏବଂ ଆମେଥିରୁ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ସେ ୱାୟାନାଡରେ ବିଜୟୀ ହୋଇଥିବାବେଳେ ଆମେଥିରୁ ଭାଜପା ନେତା ସ୍ମୃତି ଇରାନୀଙ୍କ ଠାରୁ ପରାସ୍ତ ହୋଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଯୋଗୁ ହେବନାହିଁ ଭାରତ-ଇଂଲଣ୍ଡ ସେମିଫାଇନାଲ ମ୍ୟାଚ! ଆସିଲା ବଡ଼ ଅପଡେଟ୍‌, କ୍ରିକେଟ୍‌ ପ୍ରେମୀଙ୍କୁ ଝଟକା

ନୂଆଦିଲ୍ଲୀ,୪।୩: ICC ଟି-୨୦ ବିଶ୍ୱକପ ୨୦୨୬ରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ସେମିଫାଇନାଲକୁ ନେଇ ପ୍ରଶଂସକମାନେ ଉତ୍ସାହିତ ଅଛନ୍ତି। ତଥାପି, ମ୍ୟାଚ ପୂର୍ବରୁ, ସୋସିଆଲ ମିଡିଆରେ ଏକ…

ଭାରତ ପାଖେ କେତେ ଦିନ ପାଇଁ ଗଚ୍ଛିତ ଅଛି ଅଶୋଧିତ ତୈଳ, ସରିଗଲେ କ’ଣ ପ୍ରଭାବ ପଡିବ, ଜାଣନ୍ତୁ…

ନୂଆଦିଲ୍ଲୀ,୪।୩: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟ ବଜାର ଅସ୍ଥିରତା ଅନୁଭବ କରୁଛି। ଯୁଦ୍ଧର ପ୍ରଭାବ କେବଳ ଅଶୋଧିତ ତୈଳ ଏବଂ ଶେୟାର…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ, ଯାରା ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୪।୩: ଉପସାଗରୀୟ ଦେଶଗୁଡ଼ିକରେ ଯୁଦ୍ଧ ଭଳି ପରିସ୍ଥିତି ବିଶ୍ୱ ଶକ୍ତି ଯୋଗାଣକୁ ବିପଦରେ ପକାଇଛି। ଏହି ସଙ୍କଟ ସମୟରେ, ଭାରତର ଦୀର୍ଘକାଳୀନ ଏବଂ ବିଶ୍ୱସ୍ତ ବନ୍ଧୁ, ରୁଷିଆ…

ଆଜି ରଙ୍ଗର ପର୍ବ ହୋଲି: ସବୁଆଡେ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର,୪।୩: ଆଜି ରଙ୍ଗର ଉତ୍ସବ ହୋଲି। ସାରା ଦେଶରେ ଉତ୍ସବର ମାହୋଲ। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ…

୪ର୍ଥ ଆସନ ପ୍ରଶ୍ନବାଚୀରେ…

ଭୁବନେଶର,୩।୩( ସୁନିତ ମିଶ୍ର): ଓଡ଼ିଶାରେ ୪ ରାଜ୍ୟ ସଭା ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବାକୁ ଯାଉଛି। କହିବାକୁ ଗଲେ ୩ଟି ଆସନରେ ଭୋଟ…

ବାଇକ୍‌ଙ୍କୁ ଧକ୍କା ଦେଇ ଚାଲି ଗଲା ଅଜଣା ଗାଡ଼ି, ଆରୋହୀଙ୍କ ମୃତ୍ୟୁ ପରେ ବଢିଲା ଉତ୍ତେଜନା, ବହୁ ସଂଖ୍ୟକ…

ବଲାଙ୍ଗୀର, ୩।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସଦର ବ୍ଲକ କୁସଙ୍ଗ ନିକଟ ସାଲେକଦମଠାରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମଙ୍ଗଳବାର ସାରେ ମୃତ୍ୟୁ…

ଯୌତୁକ ପାଇଁ ୫ ମାସର ଗର୍ଭବତୀଙ୍କୁ ହତ୍ୟା ଅଭିଯୋଗ: ବାପା ସକାଳେ ହୋଇଥିଲେ କଥା, ଅପରାହ୍ନରେ ପହଞ୍ଚିଲା ମୃତ୍ୟୁ ଖବର…

ଧର୍ମଶାଳା,୩।୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଗଲଗଲିଶଙ୍ଖ ଗାଁରେ ବଧୁହତ୍ୟା ଅଭିଯୋଗ। ସେ ୫ମାସର ଗର୍ଭବତୀ ଥିଲେ। ତେବେ ତାଙ୍କୁ ଶାଶୁଘର ଲୋକେ…

ସାମନବାଡ଼ି ଛାତ୍ରାବାସରୁ ୧୦ ଛାତ୍ର ଫେରାର, ଏଯାଏ ମିଳୁନି ପତ୍ତା, ଚିନ୍ତାରେ ଅଭିଭାବକ; ଅଧିକାରୀଙ୍କ… 

ଦାରିଙ୍ଗବାଡି, ୩।୩ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ଅଧୀନ ସାମନବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରାବାସରୁ  ମଙ୍ଗଳବାର ମଧ୍ୟାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri