Posted inଜାତୀୟ

ଅଜିତ ପାଓ୍ବାରଙ୍କ ମୃତ୍ୟୁର ୨୫ ଦିନ ପୂର୍ବରୁ ହୋଇଥିଲା ଏମିତି ଭବିଷ୍ୟବାଣୀ, ଭିଡିଓ ଭାଇରାଲ ପରେ…

ମୁମ୍ବାଇ,୨୯ା୧: ବୁଧବାର ମହାରାଷ୍ଟ୍ର ରାଜନୀତି ପାଇଁ ଏକ ଦୁଃଖଦ ଦିନ ଥିଲା, କାରଣ ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ଏକ ବିମାନ ଦୁର୍ଘଟଣାରେ ମୃ୍‌ତ୍ୟୁ ଘଟିଛି। ଏହି ଦୁର୍ଘଟଣା ଖବର ଅଜିତ ପାଓ୍ବାରଙ୍କ ସମର୍ଥକଙ୍କ ମଧ୍ୟରେ ଶୋକର ଛାୟା ଖେଳାଇ ଦେଇଛି। ବର୍ତ୍ତମାନ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ଜଣେ ଜ୍ୟୋତିଷ ୨୦୨୬ରେ ବିମାନ ଦୁର୍ଘଟଣାର ଭବିଷ୍ୟବାଣୀ କରୁଥିବାର ଶୁଣିବାକୁ ମିଳୁଛି। ଭାଇରାଲ ଭିଡିଓଟିକୁ ଏବେ ଅଜିତ ପାଓ୍ବାରଙ୍କ ଦୁର୍ଘଟଣା ସହିତ ଯୋଡ଼ାଯାଉଛି।

ସୋସିଆଲ ମିଡିଆରେ ଏକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଜଣେ ଆତ୍ମଘୋଷିତ ଜ୍ୟୋତିଷ ଭାରତରେ ବିମାନ ଦୁର୍ଘଟଣାର ଭବିଷ୍ୟବାଣୀ କରୁଥିବାର ଦେଖାଯାଉଛି। ଭିଡିଓରେ, ବ୍ୟକ୍ତି ଜଣକ କହୁଛନ୍ତି, ‘ତୁମେ ଦେଖିବ, ଫେବୃଆରୀ ଏବଂ ମାର୍ଚ୍ଚ ପାଖାପାଖି ଭାରତରେ ଏକ ବିମାନ ଦୁର୍ଘଟଣା ହେବ। ମୁଁ ଏହା ଭବିଷ୍ୟବାଣୀ କରୁଛି ଏବଂ ଏହା ସତ୍ୟ ହେବ। ତୁମକୁ କହିବା ମୋର କାମ। ଭିଡିଓଟି ଜାନୁଆରୀ ୨ର ବୋଲି କୁହାଯାଉଛି। ଯାହା ସୋସିଆଲ ମିଡିଆରେ ଏକ ବିତର୍କ ସୃଷ୍ଟି କରିଛି ଯେ ଅଜିତ ପାଓ୍ବାରଙ୍କ ମୃ୍‌ତ୍ୟୁର ୨୫ ଦିନ ପୂର୍ବରୁ ଭବିଷ୍ୟବାଣୀ କରାଯାଇଥିଲା।

ବୁଧବାରଏକ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ମୃତ୍ୟୁ ହୋଇଛି। ବିମାନରେ ଥିବା ସମସ୍ତ ପାଞ୍ଚ ଜଣ ଯାତ୍ରୀଙ୍କ ବି ମୃତ୍ୟୁ ହୋଇଛି। ଏବେ ଏହା ସାମ୍ନାକୁ ଆସିଛି ଯେ ଅଜିତ ପାଓ୍ବାରଙ୍କ ମୃତଦେହ ତାଙ୍କ ଘଣ୍ଟା ଦ୍ୱାରା ଚିହ୍ନଟ କରାଯାଇଥିଲା, ଯାହା ତାଙ୍କର ଶେଷ ପରିଚୟ ବୋଲି ପ୍ରମାଣିତ ହୋଇଥିଲା। ଏହା ଦୁର୍ଘଟଣା କେତେ ଭୟଙ୍କର ତାହା ସଜହରେ ଅନୁମେୟ।

astrologrankittyagiofficial ନାମକ ଏକ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟ ଦ୍ୱାରା ଶେୟାର କରାଯାଇଥିବା ଭିଡିଓକୁ ଏପର୍ଯ୍ୟନ୍ତ ଲକ୍ଷଲକ୍ଷ ଲୋକ ଦେଖିସାରିଛନ୍ତି ଏବଂ ଅନେକ ଏହାକୁ ପସନ୍ଦ କରିଛନ୍ତି। ସୋସିଆଲ ମିଡିଆ ୟୁଜର୍ସମାନେ ଭିଡିଓ ଉପରେ ବିଭିନ୍ନ ପ୍ରକାରର ପ୍ରତିକ୍ରିୟା ଦେଉଛନ୍ତି। ଜଣେ ୟୁଜର ଲେଖିଛନ୍ତି, ଭବିଷ୍ୟବାଣୀ ସତ୍ୟ ପ୍ରମାଣିତ ହୋଇଛି। ଅନ୍ୟ ଜଣେ ଲେଖିଛନ୍ତି, ଏହାର ଅର୍ଥ ହେଉଛି ମୃତ୍ୟୁ ୨୫ଦିନ ପୂର୍ବରୁ ଭବିଷ୍ୟବାଣୀ କରାଯାଇଥିଲା। ସେହିପରି ଆଉ ଜଣେ ୟୁଜର ଲେଖିଛନ୍ତି, ଭବିଷ୍ୟକାରମାନଙ୍କୁ ହାଲୁକା ଭାବରେ ନିଅନ୍ତୁ ନାହିଁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri