ବିଳମ୍ବରେ ଉଠୁଥିଲେ ଶରୀରରେ ଦେଖାଦିଏ ଏହି ସମସ୍ୟା

ପ୍ରତିଦିନ ଭୋରରୁ ଉଠିବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ। ହେଲେ ଏପରି କିଛି ବ୍ୟକ୍ତି ଅଛନ୍ତି, ଯେଉଁମାନେ ରାତିରେ ଡେରିରେ ଶୋଇଥାନ୍ତି ଓ ସକାଳୁ ବହୁ ବିଳମ୍ବରେ ଉଠିଥାନ୍ତି। ‘ବିଳମ୍ବରେ ଉଠିବା ଅଭ୍ୟାସ ଏବଂ ଏହାର ଶରୀର ଉପରେ ପ୍ରଭାବ’ ଶୀର୍ଷକ ବିଷୟକୁ ନେଇ କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ମନୋବିଜ୍ଞାନୀମାନେ ନିକଟରେ ଏ ନେଇ ଏକ ଗବେଷଣା କରିଥିଲେ। ଏଥିରୁ ବିଶେଷଜ୍ଞମାନେ ଜାଣିବାକୁ ପାଇଥିଲେ ଏଭଳି ଅଭ୍ୟାସର ନକାରାତ୍ମକ ପ୍ରଭାବ ସେମାନଙ୍କ ମସ୍ତିଷ୍କ ଉପରେ ପଡିଥାଏ। ଏହି ଗବେଷଣା ପରିସରଭୁକ୍ତ କେତେକ ବ୍ୟକ୍ତିଙ୍କ ଜୀବନଶୈଳୀକୁ ଅନୁଧ୍ୟାନ କରି ସେମାନେ ଏଭଳି ସିଦ୍ଧାନ୍ତରେ ଉପନୀତ ହୋଇଥିଲେ। ବିଳମ୍ବରେ ଉଠିବା ଏକ ଧାରାରେ ପରିଣତ ହୋଇଗଲେ ଏହାଦ୍ୱାରା ମସ୍ତିଷ୍କରେ ‘ଆମ୍‌ଲଏଡ୍‌’ ନାମକ ଏକ ପ୍ରୋଟିନ୍‌ର ମାତ୍ରା ବୃଦ୍ଧିପାଇଥାଏ। ଭବିଷ୍ୟତରେ ଏହା ଆଲଜିମର୍ସ ପରି ସମସ୍ୟାର କାରଣ ସାଜିପାରେ ବୋଲି ସେମାନେ ସତର୍କ କରାଇ ଦେଇଛନ୍ତି। କେବଳ ସେତିକି ନୁହେଁ, ଏହାଦ୍ୱାରା ସ୍ମରଣଶକ୍ତି ପ୍ରଭାବିତ ହେବାର ଯଥେଷ୍ଟ ଆଶଙ୍କା ରହିଛି। ତେଣୁ ଏଭଳି ଅଭ୍ୟାସକୁ ଯେତେ ସମ୍ଭବ ପରିବର୍ତ୍ତନ କରିବାକୁ ସେମାନେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri