Posted inଖେଳ

ଟେଷ୍ଟରେ ଚେତନ ଚୌହାନଙ୍କ ନାମରେ ଥିଲା ଏହି ବିରଳ ରେକର୍ଡ

ନୂଆଦିଲ୍ଲୀ, ୧୬।୮: ପୂର୍ବତନ ଭାରତୀୟ କ୍ରିକେଟର୍‌ ତଥା ଉତ୍ତର ପ୍ରଦେଶ ସରକାରରେ କ୍ୟାବିନେଟ୍‌ ମନ୍ତ୍ରୀ ରହିଥିବା ଚେତନ ଚୌହାନଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା। ଗତ ମାସରେ କରୋନା ଆକ୍ରାନ୍ତ ହୋଇ ଚେତନ ଚିକିତ୍ସାଧୀନ ରହିଥିଲେ। କିନ୍ତୁ ଶୁକ୍ରବାର ତାଙ୍କର କିଡ୍‌ନୀ ଓ ବ୍ଲଡପ୍ରେସର ସମସ୍ୟା ମଧ୍ୟ ଦେଖା ଦେଇଥିଲା। ଏହି କାରଣରୁ ଶନିବାର ତାଙ୍କୁ ଗୁରୁଗ୍ରାମସ୍ଥିତ ମେଦାନ୍ତ ହସ୍ପିଟାଲରେ ଭେଣ୍ଟିଂଲେଟର ମଧ୍ୟରେ ରଖାଯାଇଥିଲା। କିନ୍ତୁ ରବିବାର ଅପରାହ୍ନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ।
ଜୁଲାଇ ୧୯୪୭ରେ ଉତ୍ତର ପ୍ରଦେଶର ବରେଲୀରେ ଜନ୍ମଗ୍ରହଣ କରିଥିବା ଚେତନ ୧୯୬୯ରେ ତାଙ୍କ ଅନ୍ତର୍ଜାତୀୟ କ୍ରିକେଟ୍‌ କ୍ୟାରିୟର ଆରମ୍ଭ କରିଥିଲେ। ନ୍ୟୁଜିଲାଣ୍ଡ ବିପକ୍ଷରେ ସେ ନିଜର ପ୍ରଥମ ଟେଷ୍ଟ ମ୍ୟାଚ୍‌ ଖେଳିଥିଲେ। ଏହି ଡାହାଣହାତୀ ବ୍ୟାଟ୍ସମ୍ୟାନ ଭାରତ ପକ୍ଷରୁ ୪୦ ଟେଷ୍ଟ ଓ ୭ଟି ଦିନିକିଆ ମ୍ୟାଚ୍‌ ଖେଳିଛନ୍ତି। ଚେତନଙ୍କ ନାମରେ ଏକ ବିରଳ ରେକର୍ଡ ବହୁ ବର୍ଷ ଧରି ରହିଥିଲା। ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ସେ ବିନା ଶତକରେ ଟେଷ୍ଟରେ ୨ ହଜାର ରନ୍‌ ସଂଗ୍ରହ କରିଥିଲେ। ଏହି ତାଲିକାରେ ସେ ବର୍ତ୍ତମାନ ୨ୟ ସ୍ଥାନରେ ରହିଛନ୍ତି। ଚୌହାନ ୪୦ ଟେଷ୍ଟ ମ୍ୟାଚ୍‌ ଖେଳି ୨,୦୮୪ ରନ ସଂଗ୍ରହ କରିଛନ୍ତି। ଏହା ମଧ୍ୟରେ ୧୬ ଅର୍ଦ୍ଧଶତକ ରହିଛି। ଟେଷ୍ଟର ତାଙ୍କର ସର୍ବାଧିକ ସ୍କୋର ୯୭ ରହିଛି। ତେବେ ଚୌହାନଙ୍କ ଏହି ରେକର୍ଡକୁ ଅଷ୍ଟ୍ରେଲୀୟ କ୍ରିକେଟର୍‌ ସେନ୍‌ ଓ୍ବର୍ନ ଭାଙ୍ଗିଥିଲେ। ଓ୍ବର୍ନ ୧୯୯୨ରୁ ୨୦୦୭ ପର୍ଯ୍ୟନ୍ତ ୧୪୫ ଟେଷ୍ଟ ମ୍ୟାଚ୍‌ ଖେଳି ୩,୧୫୪ ରନ ସଂଗ୍ରହ କରିଛନ୍ତି। ୯୯ ରନ ତାଙ୍କର ଟେଷ୍ଟରେ ସର୍ବାଧିକ ବ୍ୟକ୍ତିଗତ ସ୍କୋର।


Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri