ଏହି କାରଣ କହୁଛି ରାଜ୍ୟରେ ମେଣ୍ଟ ହେବା ଏକପ୍ରକାର ନିଶ୍ଚିତ

ଭୁବନେଶ୍ୱର,୧୩।୩: ରାଜ୍ୟରେ ଭାଜପା-ବିଜେଡି ମେଣ୍ଟକୁ ନେଇ ଚର୍ଚ୍ଚା ଥମୁନାହିଁ। ଦିଲ୍ଲୀରେ ଭାଜପା ମେଣ୍ଟ ପାଇଁ କସରତ କରୁଥିବାବେଳେ ରାଜ୍ୟରେ ବିଜେଡି ନୀରବ ଭାବରେ ଆଲୋଚନା କରୁଛି। କିନ୍ତୁ କୌଣସି ଫଳଫଳ ସାମ୍ନାକୁ ଆସିନାହିଁ। ଏସବୁ ଭିତରେ ଭାଜପା ବୁଧବାର ଦ୍ୱିତୀୟ ପର୍ଯ୍ୟାୟରେ ୭୨ ଜଣ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛି। ସେଥିରେ ମଧ୍ୟ ଓଡିଶା ନାହିଁ। ଏଥିରୁ ଯାହା ଜଣାପଡୁଛି ରାଜ୍ୟରେ ଭାଜପା-ବିଜେଡି ମେଣ୍ଟ ହେବା ଏକପ୍ରକାର ନିଶ୍ଚିନ୍ତ। ଭାଜପା ପ୍ରଥମ ପର୍ଯ୍ୟାୟରେ ଦେଶର ୧୯୫ ଜଣ ଲୋକ ସଭା ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଥିବା ବେଳେ ସେଥିରେ ମଧ୍ୟ ଓଡିଶା ନ ଥିଲା।
ସୂଚନାଯୋଗ୍ୟ,ରାଜ୍ୟରେ ଭାଜପା ଏବଂ ବିଜେଡି ମେଣ୍ଟକୁ ନେଇ ସସପେନ୍ସ ଲାଗି ରହିଛି। ଭାଜପା ରାଜ୍ୟରେ ମେଣ୍ଟ ସମ୍ଭାବନାକୁ ବାରମ୍ବାର ଖାରଜ କରୁଥିବାବେଳେ ବିଜେଡି ନୀରବ ରହିଛି। ସେପଟେ ଭାଜପା ନେତୃତ୍ୱ ବାରମ୍ବାର ଦିଲ୍ଲୀ ଯାଉଥିଲେ ମଧ୍ୟ ମେଣ୍ଟକୁ ନେଇ ଅଙ୍କ ଛିଡୁନି।
ଏହାପୂର୍ବରୁ ମଧ୍ୟ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ଭାଜପା ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର ମଧ୍ୟ ରାଜ୍ୟରେ ମେଣ୍ଟ ସମ୍ଭାବନାକୁ ଖାରଜ କରିଥିଲେ। ମେଣ୍ଟ ପ୍ରସଙ୍ଗରେ ଚର୍ଚ୍ଚା ପାଇଁ କାର୍ତ୍ତିକ ପାଣ୍ଡିଆନ ଓ ପ୍ରଣବପ୍ରକାଶ ଦାସ ଦିଲ୍ଲୀ ଯାଇ ଫେରିଥିଲେ ମଧ୍ୟ ବିଜେଡି ଏହି ସମ୍ଭାବ୍ୟ ମେଣ୍ଟକୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରୁନାହିଁ। ଗତକାଲି ଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଘରେ ରାଜ୍ୟ ଭାଜପାର ବୈଠକ ବସିଥିବାବେଳେ ଆଜି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘରେ ବୈଠକ ବସିଥିଲା। କିନ୍ତୁ ଏପର୍ଯ୍ୟନ୍ତ ମେଣ୍ଟ ନେଇ କୌଣସି ସୂଚନା ଆସିନାହିଁ। ଆସନ୍ତାକାଲି ନବୀନ ନିବାସରେ ମଧ୍ୟ ବିଜେଡିର ବରିଷ୍ଠ ନେତାଙ୍କୁ ଡକାଯାଇଛି। ଆଶା କରାଯାଉଛି ଗୁରୁବାର ସୁଦ୍ଧା ମେଣ୍ଟ ନେଇ କୌଣସି ନିଷ୍କର୍ଷ ବାହାରିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri