ୟୁନିଭର୍ସିଟିରେ ପଢୁଥିବା ମହିଳାଙ୍କ ପାଇଁ ତାଲିବାନର ନୂଆ ନିୟମ

କାବୁଲ,୬ ।୯: ବେଳକୁ ବେଳ ତାଲିବାନର କଠୋର ନିୟମରେ ବ୍ୟସ୍ତବିବ୍ରତ ହୋଇ ପଡିଲେଣି ଆଫଗାନ ବାସୀ । ଆଫଗାନିସ୍ତାନକୁ ତାଲିବାନ କବଜା କରିବା ପରେ ବିଶେଷ କରି ମହିଳାଙ୍କ ଉପରେ ତା’ର ଅତ୍ୟାଚାର ବୃଦ୍ଧି ପାଉଥିବା କୁହାଯାଉଛି । ଏବେ ତାଲିବାନ କହିଛି ୟୁନିଭର୍ସିଟିରେ ପଢୁଥିବା ମହିଳାମାନେ ୟୁନିଭର୍ସିଟି ଆସିବା ବେଳେ ଅବାୟା ରୋବ ଅବା ନିକାବ ପିନ୍ଧି ଆସିବାକୁ ପଡିବ । କାରଣ ଏହାଦ୍ୱାରା ସେମାନଙ୍କ ଶରୀର ସମ୍ପୂର୍ଣ୍ଣ ଭାବେ ଘୋଡାଇ ହୋଇ ରହିବ । ପୁଣି ଝିଅପୁଅ ଏକାଠି ବସି କ୍ଲାସ କରିପାରିବେ ନାହିଁ । ଯଦି ଏହା ସମ୍ଭବ ନ ହୁଏ ତେବେ ଏମାନଙ୍କୁ ଅଲଗା ଅଲଗା ଲାଇନରେ ବସାଇ ମଝିରେ ପରଦା ଟାଣିବାକୁ ପଡିବ । କେବଳ ସେତିକି ନୁହେଁ ଛାତ୍ରୀମାନଙ୍କୁ ପଢାଇବାକୁ ମହିଳା ଶିକ୍ଷୟିତ୍ରୀଙ୍କୁ ନିୁଯୁକ୍ତି ଦିଆଯିବ ଯଦି ଏହା ସମ୍ଭବ ନ ହେଲା ତେବେ କୌଣସି ବୁଢା ଶିକ୍ଷକଙ୍କୁ ଏଥିପାଇଁ ଦାୟିତ୍ୱ ଦିଆଯିବ । ସେହିପରି ସ୍କୁଲର ଛାତୀଛାତ୍ରଙ୍କ ପାଇଁ ଏକ ଲମ୍ବା କଟକଣାର ଲିଷ୍ଟ ତାଲିବାନ ପ୍ରସ୍ତୁତ କରିଛି । ଗୋଟିଏ ପଟେ ସ୍କୁଲ , କଲେଜ ଖୋଲିବାକୁ ଅନୁମତି ଦେଇଥିବା ବେଳେ ଅନ୍ୟପଟେ ଏଭଳି କଡା ନିୟମ ଯୋଗୁ ଉଭୟ ଶିକ୍ଷାର୍ଥୀ ଓ ଶିକ୍ଷକ ଭୟର ପରିବେଶ ଭିତରେ ଜୀବନ କାଟୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

ସୃଷ୍ଟି ହେଲା ୪ ବଡ଼ ରାଜଯୋଗ: କନ୍ୟା ସମେତ ଏହି ସବୁ ରାଶିଙ୍କର ସୁବର୍ଣ୍ଣ ସମୟ ଆରମ୍ଭ, ଧନବର୍ଷା ସହ ଚାକିରିରେ ପଦୋନ୍ନତି

ଭୁବନେଶ୍ୱର: ଆଜି ୧୪ ସେପ୍ଟେମ୍ବର ୨୦୨୬, ସୋମବାର। ଭାଦ୍ରବ ମାସ ଶୁକ୍ଳପକ୍ଷ ତୃତୀୟା ତିଥି ସହ ଚତୁର୍ଥୀ ତିଥି ମଧ୍ୟ ରହିଛି। ଏହି କାରଣରୁ ଆଜି ଗଣେଶ…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର…

AIକୁ ନେଇ ବିଶ୍ୱକୁ ସତର୍କବାଣୀ ଶୁଣାଇଲେ ସତ୍ୟ ନାଡେଲା; ଜାଣନ୍ତୁ…

ଓ୍ବାଶିଂଟନ,୧୪।୯: ବିଶ୍ୱସ୍ତରୀୟ ଆଇଟି ମହାକୁମ୍ଭ ମାଇକ୍ରୋସଫ୍ଟର ଅଧ୍ୟକ୍ଷ ଏବଂ ସିଇଓ ସତ୍ୟ ନାଡେଲା AI ସହିତ ଜଡିତ ବଢୁଥିବା ବିପଦ ମଧ୍ୟରେ ଚିନ୍ତା ପ୍ରକାଶ କରିଛନ୍ତି। ସେ…

ଗୁରୁ-ଚନ୍ଦ୍ରଙ୍କ ନବପଞ୍ଚମ ଯୋଗ: ଆଜିଠୁ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଆର୍ଥିକ ଲାଭ ସହ ହେବ ମାଲାମାଲ

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଗ୍ରହ ଓ ନକ୍ଷତ୍ରଙ୍କ ଚଳନର ପ୍ରଭାବ ମଣିଷର ଜୀବନ ଉପରେ ପଡ଼ିଥାଏ। ଚନ୍ଦ୍ରଙ୍କ ଗୋଚର ପରେ ବିଛା ରାଶିରେ ଥିବା ଚନ୍ଦ୍ର…

ଗଣେଶ ଚତୁର୍ଥୀର ଶୁଭ ସଂଯୋଗ, ଗ୍ରହ ଚଳନରେ ଏହି ରାଶିଙ୍କ ଖୋଲିବ ଭାଗ୍ୟ!

ଆଜି ପବିତ୍ର ଗଣେଶ ଚତୁର୍ଥୀ । ଦିନସାରା ଚନ୍ଦ୍ର ତୁଳା ରାଶିରେ ଅବସ୍ଥାନ କରିବେ; ଯଦିଓ ନକ୍ଷତ୍ର ଚିତ୍ରାରୁ ସ୍ୱାତୀକୁ ପରିବର୍ତ୍ତନ ହେବ, ତଥାପି ରାଶିର କୌଣସି…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?