ବ୍ୟାଙ୍କର ନାଁ ‘ସୀତାରାମ’, ହୁଏନି ଟଙ୍କାପଇସା ନେଣଦେଣ

ଅଯୋଧ୍ୟା,୧୯।୧: ପ୍ରତିଷ୍ଠା ହେବାକୁ ଯାଉଛି ଭବ୍ୟ ରାମ ମନ୍ଦିର। ଜାନୁଆରୀ ୨୨ରେ ମନ୍ଦିରରେ ବିରାଜମାନ କରିବେ ରାମଲଲା। ଶୁକ୍ରବାର ପ୍ରଥମ ଥର ପାଇଁ ରାମଲଲାଙ୍କ କମନୀୟ ମୂର୍ତ୍ତି ଲୋକଲୋଚନକୁ ଆସିଛି। ତେବେ ପ୍ରାଣ ପ୍ରତିଷ୍ଠା ନେଇ କେବଳ ଦେଶରେ ନୁହେଁ ବିଦେଶରେ ମଧ୍ୟ ଉତ୍ସାହ ଦେଖିବାକୁ ମିଳିଛି। ଏହାରି ଭିତରେ ରାମଙ୍କୁ ନେଇ ବିଭିନ୍ନ ରୋଚକ କଥା ଓ ତାଙ୍କ ସହ ଜଡିତ ବ୍ୟକ୍ତିବିଶେଷଙ୍କ ଖୁଲାସା ହେଉଛି। ଜାଣି ଆଶ୍ଚର୍ଯ୍ୟ ହେବେ ଶ୍ରୀରାମଙ୍କ ନାମରେ ମଧ୍ୟ ଏକ ବ୍ୟାଙ୍କ ରହିଛି ଯେଉଁଠି କେବଳ ଭାରତୀୟ ନୁହେଁ ବହୁ ବିଦେଶୀ ମଧ୍ୟ ଏଥିରେ ନିଜର ଖାତା ଖୋଲିଛନ୍ତି।

ଅଯୋଧ୍ୟାର ମଣିରାମଦାସ ଛାବନୀ ପରିସରର ବାଲ୍ମୀକ ରାମାୟଣ ଭବନରେ ‘ଅନ୍ତରାଷ୍ଟ୍ରୀୟ ଶ୍ରୀ ସୀତାରାମ ବ୍ୟାଙ୍କ’ ରହିଛି। କେବଳ ହିନ୍ଦୁ ନୁହନ୍ତି ମୁସଲିମ ଦେଶ ସାଉଦି ଆରବ ପରି ଅନେକ ଦେଶର ରାମଭକ୍ତ ଏହି ବ୍ୟାଙ୍କରେ ନିଜର ଖାତା ଖୋଲିଛନ୍ତି। ସବୁଠାରୁ ଆଶ୍ଚର୍ଯ୍ୟକର କଥା ଏହା କି, ଏହି ବ୍ୟାଙ୍କରେ ଟଙ୍କାପଇସା ନେଣଦେଣ ହୋଇ ନ ଥାଏ। ଏଠାରେ କେବଳ ସୀତାରାମ ଲେଖାଯାଇଥିବା କାଗଜ ଟୁକୁଡା ନେଣଦେଣ ହୁଏ। ଯାହାକୁ ସଯତ୍ନେ ବ୍ୟାଙ୍କର ଟ୍ରେଜେରୀରେ ମଧ୍ୟ ରଖାଯାଇଛି। ଦେଶ-ବିଦେଶକୁ ମିଶାଇଲେ ମୋଟ ୧୫୦ଟି ଶାଖା ରହିଛି। ଏଥିରେ ମୋଟ ୨୮ହଜାର ଆକାଉଣ୍ଟ ହୋଲ୍ଡର ଅଛନ୍ତି। ରାମମନ୍ଦିର ନିର୍ମାଣ ପରେ ଏଠାରେ ଖାତା ଖୋଲିବା ପାଇଁ ଲୋକଙ୍କ ଲମ୍ବା ଲାଇନ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri