Posted inଖେଳ

ଅଗଷ୍ଟ ୧୮ରୁ ଆରମ୍ଭ ହେବ ଏହି ଟି୨୦ ଲିଗ୍‌

ତାରୌବା,୨୮।୭(ଏପି): ଆସନ୍ତା ମାସରୁ ଆରମ୍ଭ ହେବାକୁ ଯାଉଛି ୩୩ ମ୍ୟାଚ୍‌ ବିଶିଷ୍ଟ କାରିବିୟାନ ପ୍ରିମିୟର ଲିଗ୍‌ (ସିପିଏଲ୍‌) ଟୁର୍ନାମେଣ୍ଟ। ଗତଥରର ଚାମ୍ପିୟନ ବାର୍ବାଡୋସ ଟ୍ରାଇଡେଣ୍ଟ ଓ ସେଣ୍ଟ କିଟ୍ସ ଉଦ୍‌ଘାଟନୀ ମ୍ୟାଚ୍‌ରେ ମୁହଁାମୁହିଁ ହେବେ। ସେହିପରି ନେଭିସ୍‌ ପାଟ୍ରିଅଟ୍ସ, ଗୟନା ଆମାଜନ ଓ୍ବାରିୟର୍ସ ଓ ଟ୍ରିନିବାଗୋ ନାଇଟ୍‌ ରାଇଡର୍ସ ମଧ୍ୟ ମୁକାବିଲାରେ ଅବତୀର୍ଣ୍ଣ ହେବେ। ଅଗଷ୍ଟ ୧୮ରୁ ଆରମ୍ଭ ହୋଇ ଏହି ଟୁର୍ନାମେଣ୍ଟ ସେପ୍ଟେମ୍ବର ୧୦ ତାରିଖରେ ଶେଷ ହେବ। ତ୍ରିନିଦାଦ ଓ ଟବାଗୋର ଦୁଇଟି ଭେନ୍ୟୁ ମ୍ୟାଚ୍‌ ଆୟୋଜନ ହେବ ବୋଲି ସିପିଏଲ୍‌ ମୁଖ୍ୟ କାର୍ଯ୍ୟନିର୍ବାହୀ ଡାମିଏନ ଓ’ଡୋନୋହୋଏ କହିଛନ୍ତି। ତାରୌବାସ୍ଥିତ ବ୍ରାଏନ୍‌ ଲାରା କ୍ରିକେଟ ଏକାଡେମୀରେ ୨୩ଟି ମ୍ୟାଚ୍‌ ଆୟୋଜନ ହେବ। ଏଥିରେ ଦୁଇଟି ସେମିଫାଇନାଲ ଓ ଫାଇନାଲ ମ୍ୟାଚ୍‌ ସାମିଲ ରହିଛି। ସେହିପରି ପୋର୍ଟ ଅଫ୍‌ ସ୍ପେନ୍‌ରେ ୧୦ଟି ମ୍ୟାଚ୍‌ ଖେଳାଯିବ।
ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ଖେଳି ଓ୍ବେଷ୍ଟଇଣ୍ଡିଜ ଖେଳାଳିମାନେ ସ୍ବଦେଶ ଫେରିବା ପରେ ଟି୨୦ ଖେଳିବା ପାଇଁ ପ୍ରସ୍ତୁତି କରିବେ। ଫାଙ୍କା ଷ୍ଟାଡିୟମ ତଥା ଜୈବ ସୁରକ୍ଷିତ ପରିବେଶରେ ସିପିଏଲ୍‌ର ୬ଟି ଦଳ ମ୍ୟାଚ୍‌ରେ ଅବତୀର୍ଣ୍ଣ ହେବେ। କୋଭିଡ୍‌-୧୯ ମହାମାରୀର ପ୍ରକୋପ ଜାରି ରହିଥିବା ବେଳେ କଡ଼ାକଡ଼ି ଭାବେ ସବୁ ପ୍ରେଟୋକଲ ଅନୁଯାୟୀ ମ୍ୟାଚ୍‌ ଆୟୋଜନ ହେବ। ସିପିଏଲ୍‌ ଦେଖିବାକୁ କ୍ରିକେଟ ପ୍ରଶଂସକମାନେ ବେଶ୍‌ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। କୋଭିଡ୍‌-୧୯ ଯୋଗୁ ସାରା ବିଶ୍ୱରେ କ୍ରୀଡ଼ା ଠପ୍‌ ହେବା ପରେ ବିଶ୍ୱରେ ପ୍ରଥମ ଟି୨୦ ଟୁର୍ନାମେଣ୍ଟ ଭାବେ ସିପିଏଲ୍‌ ଆୟୋଜନ ହେବାକୁ ଯାଉଛି ବୋଲି ଓ’ଡୋନେହୋଏ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?