Posted inଖେଳ

ଟି-୨୦ ବିଶ୍ୱକପ୍‌ରୁ ବିଦା ହେଲା ଏହି ଦଳ: ସୁପର୍‌-୮ରେ ପହଞ୍ଚିବାର ସ୍ବପ୍ନ ଭାଙ୍ଗିଲା

ଆଣ୍ଟିଗୁଆ,୧୦।୬: ଟି-୨୦ ବିଶ୍ୱକପ ୨୦୨୪ରୁ ପ୍ରଥମ ଦଳ ଭାବେ ବାଦ୍‌ ପଡିଛି ଓମାନ। ଗ୍ରୁପ ପର୍ଯ୍ୟାୟର ୨୦ତମ ମ୍ୟାଚ ଓମାନ ଏବଂ ସ୍କଟଲାଣ୍ଡ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ଓମାନକୁ ପରାଜୟର ସାମ୍ନା କରିବାକୁ ପଡିଥିଲା ଏବଂ ଏହି ସଂସ୍କରଣରେ ଏହା ଓମାନର ତୃତୀୟ ପରାଜୟ। ଅନ୍ୟପକ୍ଷରେ ସ୍କଟଲାଣ୍ଡ ଲଗାତାର ଦ୍ୱିତୀୟ ବିଜୟ ହାସଲ କରିବା ପାଇଁ ଇଂଲଣ୍ଡ ପାଇଁ ଟେନସନ ବୃଦ୍ଧି କରିଛି।
ଓମାନ ଦଳ ଏକପାଖିଆ ପରାଜୟର ସମ୍ମୁଖୀନ ହୋଇଥିଲା। ସ୍କଟଲ୍ୟାଣ୍ଡ ଏବଂ ଓମାନ ମଧ୍ୟରେ ଏହି ମ୍ୟାଚ ଆଣ୍ଟିଗୁଆର ସାର୍‌ ଭିଭିଆନ ରିଚାର୍ଡସ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଓମାନ ୨୦ ଓଭରରେ ୭ ଉଇକେଟ ନେଇ ୧୫୦ ରନ କରିଥିଲା। ୧୫୧ ରନ୍‌ର ଟାର୍ଗେଟକୁ ପିଛା କରି ସ୍କଟଲ୍ୟାଣ୍ଡ ମାତ୍ର ୧୩.୧ ଓଭରରେ ଲକ୍ଷ୍ୟ ହାସଲ କରିଥିଲା। ବ୍ରାଣ୍ଡନ ମ୍ୟାକମଲେନ ଦଳ ପାଇଁ ସବୁଠୁ ବଡ଼ ଇନିଂସ ଖେଳିଥିଲେ। ସେ ୩୧ ବଲରେ ଅପରାଜିତ ୬୧ ରନ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୫୮ ବର୍ଷରେ ଅଲିମ୍ପିକ୍ସ ଡେବ୍ୟୁ କଲେ ଏହି ଖେଳାଳି

ସାଣ୍ଟିଆଗୋ,୨୬ା୭: ଚିଲିର ଟେବୁଲ ଟେନିସ୍‌ ଖେଳାଳି ଝେଙ୍ଗ ଝିୟିଙ୍ଗ ୫୮ ବର୍ଷ ବୟସରେ ଅଲିମ୍ପିକ୍ସ ପଦାର୍ପଣ କରିବାକୁ ଯାଉଛନ୍ତି। ଚାଇନାରେ ଜନ୍ମ ନେଇଥିବା ଏହି ଖେଳାଳି...

ଆଜି ନ୍ୟୁଜିଲାଣ୍ଡ ବିପକ୍ଷରୁ ଭାରତର ଅଭିଯାନ ଆରମ୍ଭ

ପ୍ୟାରିସ, ୨୭।୭ : ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ହକି ଦଳର ଅଭିଯାନ ଶନିବାର ଆରମ୍ଭ ହେବ। ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ମେଡାଲିଷ୍ଟ ଭାରତର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ...

୧୭ ଶୁଟରଙ୍କ ପଦାର୍ପଣ

ପ୍ୟାରିସ୍‌,୨୭।୭: ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ ଆରମ୍ଭ ହୋଇସାରିଥିବା ବେଳେ ଶନିବାର ଭାରତୀୟ ଶୁଟିଂ ଦଳ ଏହାର ଅଭିଯାନ ଆରମ୍ଭ କରିବ। ଭାରତ ଅଲିମ୍ପିକ୍ସରେ ସମୁଦାୟ ୩୫ଟି...

ଭବିଷ୍ୟତରେ ଟିମ୍‌ ଇଣ୍ଡିଆର ୩ ଫର୍ମାଟର ଅଧିନାୟକ ହେବେ ଗିଲ! ଟି୨୦- ଦିନିକିଆ ପରେ ଏବେ…

ନୂଆଦିଲ୍ଲୀ,୨୬।୭: ଭାରତୀୟ କ୍ରିକେଟ ଟିମ୍‌ର ୨୪ ବର୍ଷୀୟ ଓପନର ବ୍ୟାଟ୍ସମ୍ୟାନ୍‌ ଶୁଭମନ ଗିଲଙ୍କୁ ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଦିନିକିଆ ଏବଂ ଟି୨୦ରେ ଭାରତର ଉପଅଧିନାୟକ...

ବାଂଲାଦେଶକୁ ହରାଇ ଫାଇନାଲରେ ଭାରତ

ଦାମ୍ବୁଲା,୨୬ା୭: ବାଂଲାଦେଶକୁ ୧୦ ଉଇକେଟରେ ପରାସ୍ତ କରି ଗତଥରର ଚାମ୍ପିୟନ ଭାରତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ...

‘କ୍ରିକେଟ କେବଳ ଏକ ଖେଳ, ଜୀବନ ନୁହେଁ…’ ଅଧିନାୟକ ହେବା ପରେ…

ନୂଆଦିଲ୍ଲୀ,୨୬।୭:ଶ୍ରୀଲଙ୍କା ବିପକ୍ଷରେ ଭାରତୀୟ କ୍ରିକେଟ ଟିମ୍‌ ପ୍ରଥମ ମ୍ୟାଚ୍‌ ଜୁଲାଇ ୨୭,୨୦୨୪ରୁ ଖେଳିବ। ମ୍ୟାଚ୍‌ ପୂର୍ବରୁ ଭାରତୀୟ ଟି୨୦ ଟିମ୍‌ର ନବନିଯୁକ୍ତ ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

କ୍ୟାପ୍ଟେନ୍‌ଙ୍କ ଆଗରେ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ହେଲେ ନମ଼୍ବର ୧

ନୂଆଦିଲ୍ଲୀ, ୨୬।୦୭: ଭାରତୀୟ ମହିଳା କ୍ରିକେଟ୍‌ ଟିମ୍‌ରେ ଟି-୨୦ ଅନ୍ତର୍ଜାତୀୟ ଫର୍ମାଟ୍‌ରେ ସବୁଠାରୁ ଅଧିକ ରନ୍‌ କରିଥିବା ଖେଳାଳି ଭାବେ ବ୍ୟଟ୍ସମ୍ୟାନ୍‌ ହରମନ୍‌ପ୍ରୀତ କୌରଙ୍କ ନାମରେ...

ବାଂଲାଦେଶକୁ ହରାଇ ଫାଇନାଲ୍‌ରେ ପ୍ରବେଶ କଲା ଭାରତ, ପାକିସ୍ତାନ ସହ ହୋଇପାରେ ବଡ଼ ମୁକାବିଲା

ନୂଆଦିଲ୍ଲୀ,୨୬।୦୭: ବାଂଲାଦେଶକୁ ୧୦ ୱିକେଟ୍‌ରେ ହରାଇ ଭାରତୀୟ ଟିମ୍‌ ମହିଳା ଏସିଆ କପ୍‌ର ଫାଇନାଲ୍‌ରେ ପ୍ରବେଶ କରିଛି । ଫାଇନାଲ୍‌ରେ ଇଣ୍ଡିଆ ଟିମ୍‌ ପାକିସ୍ତାନକୁ ଭେଟିପାରେ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri