ଏହି ଟିମ୍‌ ହେବ ଆଇପିଏଲ୍‌ ଚାମ୍ପିୟନ: ବଡ଼ ଭବିଷ୍ୟବାଣୀ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୫: IPL 2025ର ପ୍ଲେଅଫରେ ପହଞ୍ଚିଥିବା ୪ଟି ଦଳ ହେଉଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ, ପଞ୍ଜାବ କିଙ୍ଗସ, ଗୁଜରାଟ ଟାଇଟାନ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏମାନଙ୍କ ମଧ୍ୟରୁ ବେଙ୍ଗାଲୁର ଏବଂ ପଞ୍ଜାବ କେବେ ଇଣ୍ଡିଆନ ପ୍ରିମିୟର ଲିଗ ଟାଇଟଲ ଜିତି ନାହାଁନ୍ତି। ପ୍ରଥମ କ୍ୱାଲିଫାୟର ୧ରେ ବେଙ୍ଗାଲୁରୁ ପଞ୍ଜାବକୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି। ଅନ୍ୟପକ୍ଷରେ, ଏଲିମିନେଟରରେ ଗୁଜୁରାଟ ଟାଇଟାନ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ପରସ୍ପରକୁ ମୁହାଁମୁହିଁ ହେବେ। ଏବେ ଅଷ୍ଟ୍ରେଲିୟ କିମ୍ବଦନ୍ତୀ ଶେନ ୱାଟସନ IPL 2025 ର ବିଜେତା ବିଷୟରେ ଭବିଷ୍ୟବାଣୀ କରିଛନ୍ତି।

ଶେନ ୱାଟସନ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ସେ ଭବିଷ୍ୟବାଣୀ କରିଛନ୍ତି, ଏଥର RCB ଟ୍ରଫି ଜିତିବାକୁ ଯାଉଛି। ସେ କହିଛନ୍ତି, IPL 2025 ର ବିଜେତା କିଏ ହେବ? ମୁଁ ବହୁତ ଦିନ ଧରି ଏହା ବିଷୟରେ ଭାବୁଥିଲି, ମୋ ଦୃଷ୍ଟିରେ RCB ଚାମ୍ପିଅନ ହେବ। ଫାଇନାଲରେ ମ୍ୟାନ ଅଫ ଦି ମ୍ୟାଚ ବିରାଟ କୋହଲି ହେବେ।

PL 2025 ରେ, ବିରାଟ କୋହଲି ଏପର୍ଯ୍ୟନ୍ତ ଖେଳାଯାଇଥିବା ୧୩ଟି ମ୍ୟାଚ୍‌ରେ ୬୦.୨୦ର ଅବିଶ୍ୱସନୀୟ ହାରରେ ୬୦୨ ରନ କରିଛନ୍ତି। ବିରାଟ ଏହି ସିଜିନରେ ସର୍ବାଧିକ ଅର୍ଦ୍ଧଶତକ (୮) ମଧ୍ୟ କରିଛନ୍ତି। ବିରାଟ IPLରେ ଲଗାତାର ତୃତୀୟ ସିଜିନ ପାଇଁ ୬୦୦ ରୁ ଅଧିକ ରନ କରିଛନ୍ତି।

ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଳୁରୁ ଶେଷ ଥର ପାଇଁ ୨୦୧୬ରେ IPLର ଫାଇନାଲ ମ୍ୟାଚ ଖେଳିଥିଲା। ୯ ବର୍ଷ ପରେ, ରଜତ ପଟିଦାରଙ୍କ ଅଧିନାୟକତ୍ୱରେ, RCB କେବଳ ଚତୁର୍ଥ ଥର ପାଇଁ IPL ଫାଇନାଲ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri