Posted inଖେଳ

ମାତ୍ର ୧୮ ବଲ୍‌ରେ ମ୍ୟାଚ୍‌ ଜିତିଗଲା ଏହି ଟିମ୍‌: କ୍ରିକେଟ୍‌ ଜଗତରେ ହଲ୍‌ଚଲ୍‌

ନୂଆଦିଲ୍ଲୀ,୭।୧୧: ଅଷ୍ଟ୍ରେଲିଆ ହଂକଂ ସିକ୍ସେସ ଟୁର୍ନାମେଣ୍ଟକୁ ବିଜୟ ସହିତ ଆରମ୍ଭ କରିଥିଲା। ଅଷ୍ଟ୍ରେଲିଆ ମାତ୍ର ୧୮ ବଲ୍‌ରେ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ବିପକ୍ଷରେ ମ୍ୟାଚକୁ ୬ ଉଇକେଟ୍‌ରେ ଜିତିଥିଲା। ଏହି ପୁଲ ବି ମ୍ୟାଚ୍‌ରେ ଅଷ୍ଟ୍ରେଲିଆର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଜ୍ୟାକ ଉଡ ଏକ ଧମାକାଦାର ଇନିଂସ ଖେଳିଥିଲେ। ସେ ମାତ୍ର ୧୧ ବଲରେ ୫୫ ରନ କରି ଦଳକୁ ପଏଣ୍ଟ ଟେବୁଲ୍ର ଶୀର୍ଷରେ ପହଞ୍ଚାଇଥିଲେ। ଏହି ପୁଲ୍‌ରେ ଇଂଲଣ୍ଡ ତୃତୀୟ ଦଳ।

ହଂକଂ ସିକ୍ସେସ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ୮୮ ରନ୍‌ର ଟାର୍ଗେଟକୁ ପିଛା କରି ଅଷ୍ଟ୍ରେଲିଆ ମାତ୍ର ୩ ଓଭରରେ କୌଣସି ଉଇକେଟ ନ ହରାଇ ବିଜୟୀ ହୋଇଥିଲା। ଡାହାଣହାତୀ ବ୍ୟାଟ୍ସମ୍ୟାନ ଜ୍ୟାକ ଉଡ ମାତ୍ର ୧୧ ବଲ୍‌ରେ ୫୫ ରନ କରି ୭ ଛକା ଏବଂ ୩ ଚୌକା ମାରି ୫୦୦ ଷ୍ଟ୍ରାଇକ ରେଟ୍‌ରେ ସ୍କୋର କରିଥିଲେ। ନିକ ହବସନ ୫ ବଲ୍‌ରେ ଅପରାଜିତ ୨୬ ରନ କରି ୨ ଚୌକା ଏବଂ ୩ ଛକା ମାରିଥିଲେ। ଏହି ମ୍ୟାଚ୍‌ରେ ପୂର୍ବରୁ ୟୁଏଇ ଏକ ବଡ଼ ସ୍କୋର୍‌ କରିପାରି ନ ଥିଲା।

ପ୍ରଥମେ ବ୍ୟାଟିଂ କରି UAE ଦଳ ୬ ଓଭରରେ ୩ ଉଇକେଟ ହରାଇ ମାତ୍ର ୮୭ ରନ କରିପାରିଥିଲା। ସାଗିର ଖାନ ୬ ବଲରେ ୪ ଛକା ସହାୟତାରେ ୨୪ ରନ କରିଥିଲେ। ମହମ୍ମଦ ଆରଫାନ ୧୪ ବଲରେ ୩ ଚୌକା ଏବଂ ୨ ଛକା ସହାୟତାରେ ୨୮ ରନର ଅପରାଜିତ ଇନିଂସ ଖେଳିଥିଲେ। ଅଧିନାୟକ ଖାଲିଦ ଶାହ ୫ ବଲରେ ଗୋଟିଏ ଚୌକା ଏବଂ ଗୋଟିଏ ଛକା ସହାୟତାରେ ୧୧ ରନ କରିଥିଲେ। ଜାହିଦ ଅଲି ୫ ବଲ ରେ ଗୋଟିଏ ଚୌକା ଏବଂ ୨ ଛକା ସହାୟତାରେ ୧୭ ରନର ଅପରାଜିତ ଇନିଂସ ଖେଳିଥିଲେ। ଅଷ୍ଟ୍ରେଲିଆ ପାଇଁ କ୍ରିସ ଗ୍ରୀନ ଗୋଟିଏ ଓଭରରେ ୧୯ ରନ ଦେଇ ୨ ଉଇକେଟ ନେଇଥିଲେ। ଜ୍ୟାକ ଉଡ ୨ ଓଭରରେ ୧୩ ରନ ଦେଇ ଗୋଟିଏ ଉଇକେଟ ନେଇଥିଲେ। ଜ୍ୟାକ ଉଡ ତାଙ୍କ ଚମତ୍କାର ପ୍ରଦର୍ଶନ ପାଇଁ ପ୍ଲେୟାର ଅଫ ଦି ମ୍ୟାଚ ବିବେଚିତ ହୋଇଥିଲେ।
୨୯ ବର୍ଷୀୟ ଜ୍ୟାକ ଉଡ ୨୦୨୦ ମସିହାରେ ବ୍ରିସବେନ ହିଟ ପାଇଁ ବିଗ ବ୍ୟାଶ ଲିଗ ଡେବ୍ୟୁ କରିଥିଲେ। ସେ ଏହି ଲିଗରେ ୬ ମ୍ୟାଚ ଖେଳିଥିଲେ। ସେ ୧୯.୫୦ ହାରରେ ୧୧୭ ରନ କରିଥିଲେ ଏବଂ ଦୁଇଟି ଉଇକେଟ ନେଇଥିଲେ। ଜ୍ୟାକ ଉଡ ଗତବର୍ଷ ହଂକଂ ସିକ୍ସେସ ଟୁର୍ନାମେଣ୍ଟରେ ମଧ୍ୟ ଅଂଶଗ୍ରହଣ କରିଥିଲେ। ଟୁର୍ନାମେଣ୍ଟର ସେମିଫାଇନାଲ୍‌ରେ ପାକିସ୍ତାନ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବେଙ୍ଗାଲୁରୁରେ ବର୍ଷା ହେବା କ୍ଷଣି ବନ୍ୟା ସ୍ଥିତି ସୃଷ୍ଟି ହେଉଛି। ଏହା ଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହେବା ସହ ବୁଲାକୁକୁରଙ୍କ ଜୀବନ ପ୍ରତି ବିପଦ ଦେଖାଦେଉଛି।…

ପଦବୀ ନୁହେଁ କ୍ଷମତା

ଭାରତୀୟ ଗଣତନ୍ତ୍ରର ସବୁଠାରୁ ବଡ଼ ଶକ୍ତି ହେଉଛି ସମାନତା। ଆମ ସମ୍ବିଧାନ ପ୍ରତ୍ୟେକ ନାଗରିକଙ୍କୁ ଜାତି, ଧର୍ମ, ବର୍ଣ୍ଣ, ଲିଙ୍ଗ କିମ୍ବା ଆର୍ଥିକ ସ୍ଥିତିର ଭେଦଭାବ ବିନା…

ସଂସ୍କାରମୂଳକ ଶିକ୍ଷା ଓ ସାମାଜିକ ଦାୟିତ୍ୱବୋଧ

ଗଲା ବର୍ଷର ଏକ ଖବରଟିଏ ସମସ୍ତଙ୍କ ମଧ୍ୟରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲା। ୨୦୧୯ ବ୍ୟାଚ୍‌ ଓଏଏସ୍‌ ଟପ୍ପର ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ…

ଆଟ ଜମିକୁ ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌: ତେଜି ଉଠିଲା ଚାଷୀ ଅସନ୍ତୋଷ

ବରଗଡ଼,୨୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଧାନବିକ୍ରି ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉମାତ୍ର ୬ ଦିନ ବାକି ରହିଛି। ଅନ୍ୟପଟେ ଏପର୍ଯ୍ୟନ୍ତ…

ବିଜୟ ସରକାରର ୧୦୦ ଦିନ ପୂର୍ତ୍ତିରେ ରଜନୀକାନ୍ତଙ୍କ ‘ସାଇଲେଣ୍ଟ ମୋଡ’, ପ୍ରଶ୍ନ ଶୁଣି ଏମିତି ଦେଲେ ରିଆକ୍ସନ

ଚେନ୍ନାଇ,୨୬।୮: ଥଲାପତି ବିଜୟ ମେ’ ୧୦ ତାରିଖରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ପଦର ଶପଥ ନେଇଥିଲେ। ତାମିଲନାଡୁରେ ସରକାର ଗଠନକୁ ନେଇ ରହିଥିବା ସସ୍ପେନ୍ସର ଅନ୍ତ ଘଟାଇ, ନିଜ…

କୀର୍ତ୍ତନ ମଣ୍ଡଳୀ ଉପରେ ମାଡ଼ିଗଲା କାର୍‌: ଚାଲିଗଲା ୫ ଜୀବନ

ପାଟନା,୨୬।୮: ବିହାରର ସୁପୌଲ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ପିପ୍ରା ଥାନା ଅଞ୍ଚଳର କଟାୟା ଚୌକର ବଜରଙ୍ଗବଳୀ ମନ୍ଦିର ନିକଟରେ ଏକ ନିୟନ୍ତ୍ରଣହୀନ କାର…

ଧନଲାଭର ମହାଯୋଗ! ଏହି ୫ ରାଶିଙ୍କ ପାଇଁ ଶୁଭ ସଙ୍କେତ, ଜାଣନ୍ତୁ କ’ଣ କହୁଛି ଆଜିର ରାଶିଫଳ

୨୬ ଅଗଷ୍ଟ ୨୦୨୬ ଜ୍ୟୋତିଷ ଦୃଷ୍ଟିରୁ ଏକ ବିଶେଷ ଦିନ ହୋଇପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାରର ସଂଯୋଗ ରହିଛି।…

କ୍ରିତି ସାନନଙ୍କ ସମର୍ଥନରେ ବାହାରିଲେ ରାହୁଲ ଗାନ୍ଧୀ, ମୁହଁତୋଡ଼ ଜବାବ ଦେଇ କହିଲେ…

ନୂଆଦିଲ୍ଲୀ,୨୬।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିନେତ୍ରୀ କ୍ରିତି ସାନନଙ୍କ ସମର୍ଥନରେ ଆଗକୁ ଆସିଛନ୍ତି। ଇନଷ୍ଟାଗ୍ରାମରେ କ୍ରିତି ସାନନଙ୍କ ଷ୍ଟୋରିକୁ ରିପୋଷ୍ଟ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri