ଏଥର ଉପ ନିର୍ବାଚନରେ ଜଣେ ପ୍ରାର୍ଥୀ ଖର୍ଚ୍ଚ କରିପାରିବେ ୪୦ ଲକ୍ଷ: କାହିଁକି ଖୋଲିବେ ନୂଆ ଆକାଉଣ୍ଟ

ନୂଆପଡ଼ା,୧୧ା୧୦ (ମକାରୁ ବେମାଲ) ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ସମଗ୍ର ଜିଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି l ଏହି ସମୟରେ ନିର୍ବାଚନ ଖର୍ଚ୍ଚ ତଦାରଖ ପାଇଁ ନିଯୁକ୍ତ ଅଧିକାରୀମାନଙ୍କୁ ନିଜ କର୍ତ୍ତବ୍ୟ ସମ୍ବନ୍ଧରେ ଅବଗତ କରିବା ପାଇଁ ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଅତିରିକ୍ତ ଶାସନ ସଚିବ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ତଥା ନିର୍ଦ୍ଦେଶକ ଟାଉନ ପ୍ଲାନିଂ ଶତୃଘ୍ନ କର ଯୋଗଦେଇ ସମ୍ପୃକ୍ତ ଅଧିକାରୀମାନଙ୍କୁ ତାଲିମ ଦେଇଥିଲେ। ପ୍ରାରମ୍ଭରେ ଜିଲାପାଳ ସମସ୍ତଙ୍କୁ ସ୍ବାଗତ କରିଥିଲେ। ଅତିରିକ୍ତ ଶାସନ ସଚିବ କର ସମ୍ପୂର୍ଣ୍ଣ ନିରପେକ୍ଷ ଭାବରେ ନିର୍ବାଚନ ପରିଚାଳନା କରିବା ପାଇଁ ଅଧିକାରୀଙ୍କୁ ସୂଚନା ପ୍ରଦାନ କରିଥିଲେ। ଏଥର ଉପ ନିର୍ବାଚନରେ ଜଣେ ପ୍ରାର୍ଥୀ ଅଧିକତମ ୪୦ ଲକ୍ଷ ଟଙ୍କା ଖର୍ଚ୍ଚ କରିପାରିବେ। ପ୍ରଚାର ପ୍ରସାର, ବିଜ୍ଞାପନ, ସଭା ସମିତି, କ୍ୟାମ୍ପେନ ସାମଗ୍ରୀ, ଖାଦ୍ୟପେୟ ସବୁ ଆଇନ ଅନୁମୋଦିତ ଖର୍ଚ୍ଚ ବୋଲି ଧରାଯିବ l କିନ୍ତୁ ଭୋଟ ବଦଳରେ ଟଙ୍କା, ଉପହାର, ଖାଦ୍ୟ, ମଦ, କୁକୁଡ଼ା, ଲୁଗାପଟା ବାଣ୍ଟିବା, ପେଡ ନ୍ୟୁଜ ଛାପିବା ବେଆଇନ। ଅଧିକାରୀମାନେ ପ୍ରାର୍ଥୀ ଓ ଦଳମାନଙ୍କ ବ୍ୟୟ ଉପରେ କଡା ନଜର ରଖିବେ। ଷ୍ଟାର ପ୍ରଚାରକଙ୍କ ଖର୍ଚ୍ଚ ମଧ୍ୟ ଜଗିବେ। ସବୁ ପ୍ରାର୍ଥୀ ନିଜ ନାମରେ ଏକ ନୂତନ ବ୍ୟାଙ୍କ ଆକାଉଣ୍ଟ ଖୋଲି କେବଳ ସେଥିରୁ ହିଁ ଅନୁମୋଦିତ ରାଶି ଖର୍ଚ୍ଚ କରି ପାରିବେ। ଅନ୍ୟଥା ତାଙ୍କର ପ୍ରାର୍ଥତ୍ତ୍ୱ ନାକଚ ହୋଇଯିବ। ଅବକାରୀ ଅଧୀକ୍ଷକଙ୍କୁ ଜିଲାର ବେଆଇନ ମଦ ବିକ୍ରି ଉପରେ ତୀକ୍ଷ୍ମ ନଜର ରଖିବେ ବୋଲି କହିଥିଲେ। ସମସ୍ତେ ସଚେତନ ହୋଇ କାମ କଲେ ଏକ ଅବାଧ, ନିରପେକ୍ଷ ନିର୍ବାଚନ ସମ୍ଭବ ହେବ ବୋଲି କର ଆଶା ପ୍ରକାଶ କରିଥିଲେ। ଏହି ବୈଠକରେ ଏସ୍‌ପି ଅମ୍ରିତ ପାଲ ସିଂ, ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଇତ, ପ୍ରଫୁଲ୍ଲ କୁଜୁର, ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଅତିରିକ୍ତ ଏସ୍‌ପି ରଣଜିତ ନାୟକ, ଉପ ଜିଲାପାଳ ସୁର୍ମି ସୋରେନ, ସମସ୍ତ ତହସିଲଦାର, ଡେପୁଟୀ କଲେକ୍ଟର (ନିର୍ବାଚନ) ଶେଖ ନସିମ, ନିର୍ବାଚନ ଖର୍ଚ୍ଚ ସମୀକ୍ଷା ଅଧିକାରୀ ଉପସ୍ଥିତ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜୟ ମହାପାତ୍ରଙ୍କ ବିସ୍ଫୋରକ ବୟାନ, ଆଗକୁ ଓଡ଼ିଶା ରାଜନୀତିରେ…

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନକୁ ନେଇ ବରିଷ୍ଠ ରାଜନେତା ବିଜୟ ମହାପାତ୍ର ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ଆଗକୁ ରାଜ୍ୟରେ ଏକ ବଡ଼ ରାଜନୈତିକ ପରିବର୍ତ୍ତନ…

ଗଜପତି ଜିଲାର ୪ ବ୍ଲକରେ ରବର ଚାଷ ରବରଚାଷରେ ହେକ୍ଟର ପିଛା ଚାଷୀଙ୍କୁ ଲାଭ ୨ ଲକ୍ଷ

ପାରଳାଖେମୁଣ୍ଡି,୧୬ା୩(ଗିରିଧାରୀ ପରିଚ୍ଛା): ରବର ଚାଷ ପାଇଁ ଗଜପତି ଜିଲାର ସୁନାମ ରହିଛି। ପାହାଡିଆ ଅଞ୍ଚଳରେ ରବର ଚାଷ କରି ଚାଷୀ ବେଶ୍‌ ଉପକୃତ ହେଉଛନ୍ତି। ଜିଲାର ଗୁମ୍ମା,…

ଛତ୍ରପୁରରେ ଭୟଙ୍କର ଗ୍ୟାସ୍‌ ସଙ୍କଟ: ସିଲିଣ୍ଡର ନେବାକୁ ଉପଭୋକ୍ତାଙ୍କ ଲମ୍ବା ଲାଇନ୍‌

ଛତ୍ରପୁର,୧୬ା୩(ଦିଲ୍ଲୀ ସାମଲ): ଗ୍ୟାସ୍‌ ବୁକିଂ ନମ୍ବର ଲାଗୁନାହିଁ, ପୂର୍ବରୁ ବୁକିଂ ଥିଲେ ବିଳମ୍ବ ହେଉଛି। ମଧ୍ୟପ୍ରାଚ୍ୟରେ ଯୁଦ୍ଧର ତାଣ୍ଡବ ମଧ୍ୟରେ ମୁଣ୍ଡ ଟେକିଛି ବଡ଼ ଧରଣର ଶକ୍ତି…

ନକ୍‌ଆଉଟ ଟୁର୍ନାମେଣ୍ଟ: ବାରାବାଂସ ଦଳ ବିଜୟୀ

ବନ୍ଧମୁଣ୍ଡା,୧୬ା୩(ସୁବ୍ରତ ଦେ): ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ କପାଟମୁଣ୍ଡା ପଞ୍ଚାୟତଠାରେ ଲାୟନ୍ସ ହାର୍ଟ କ୍ଲବ ପକ୍ଷରୁ ଆୟୋଜିତ ୨ ଦିନିଆ ଷଷ୍ଠ ଇଣ୍ଟର ପଞ୍ଚାୟତ କ୍ରିକେଟ ନକ୍‌ଆଉଟ…

ଦିଗପହଣ୍ଡି ପୋଲିସକୁ ସଫଳତା, ୩ଜଣଙ୍କୁ ଗିରଫ କରି କୋର୍ଟଚାଲାଣ…

ଦିଗପହଣ୍ଡି,୧୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ସୋମବାର ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସୁନାରି ସାହିର ପ୍ରଦୀପ କୁମାର ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ…

ରୋହିତ-ବିରାଟଙ୍କ ଟେଷ୍ଟ ଅବସର ପଛରେ କିଏ? ଗମ୍ଭୀରଙ୍କ ବଡ଼ ବୟାନ: ‘ଭୁଲ୍ ହୋଇଥାଇପାରେ’

କୋଲକାତା,୧୬।୩: ଭାରତୀୟ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଷ୍ଟାର୍ ବ୍ୟାଟସମ୍ୟାନ୍ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ନେବା…

ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ପ୍ରଥମ ତାଲିକା ପ୍ରକାଶ କଲା ଭାଜପା, ଏଥର ପୁଣି ମମତା-ଶୁଭେନ୍ଦୁଙ୍କ କଡ଼ା ଟକ୍କର

କୋଲକାତା,୧୬ା୩: ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ଭାଜପା ୧୪୪ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଭାରତୀୟ ଜନତା ପାର୍ଟି ଶୁଭେନ୍ଦୁ ଅଧିକାରୀ ଏବଂ ଦିଲୀପ ଘୋଷଙ୍କୁ…

SCB ନିଆଁ: ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ଗଠନ କଲେ ମୁଖ୍ୟମନ୍ତ୍ରୀ, ଆଜି ସନ୍ଧ୍ୟା ସୁଦ୍ଧା…

ଭୁବନେଶ୍ୱର,୧୬ା୩(ସୁନିତ୍‌ ମିଶ୍ର): କଟକ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଯାଇଥିବା ଦୁର୍ଭାଗ୍ୟଜନକ ଅଗ୍ନିକାଣ୍ଡ ଏବଂ ଏଥିପାଇଁ ରୋଗୀମାନଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri