କଟିଲା ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁଙ୍କ ଟିକେଟ୍‌, ଏଥର ଧନୁର୍ଜୟ ସିଦ୍ଧୁ କେନ୍ଦୁଝର ବିଜେଡି ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୩ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଳମ୍ବରେ ହେଉ ପଛେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର କେନ୍ଦୁଝର ଲୋକ ସଭା ପାଇଁ ପୂର୍ବତନ ବିଧାୟକ ଧନୁର୍ଜୟ ସିଦ୍ଧୁଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ଘୋଷଣା ପରେ ଦୀର୍ଘଦିନ ଧରି ଅପେକ୍ଷା କରିଥିବା ତାଙ୍କ ସମର୍ଥକମାନଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ସେହିପରି ଜିଲାବାସୀ ମଧ୍ୟ ପ୍ରାର୍ଥୀ ଘୋଷଣାକୁ ଅପେକ୍ଷା କରିଥିଲେ। ଫଳରେ ପୁଣି ଥରେ ଆଶା ରଖିଖିବା ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁଙ୍କ ଟିକେଟ୍‌ କଟିଗଲା।

ଧନୁର୍ଜୟ ୨୦୦୪ରେ ଚମ୍ପୁଆ ସଂରକ୍ଷିତ ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ଦଳର ପ୍ରାର୍ଥୀ ହୋଇ ବିଧାୟକ ହୋଇଥିଲେ। ଉକ୍ତ ସିଟ୍‌ଟି ଅଣ ସଂରକ୍ଷିତ ହେବା ପରେ ସେ ୨୦୦୯ ସାଧାରଣ ନିର୍ବାଚନରେ କେନ୍ଦୁଝର ଲୋକ ସଭା ପାଇଁ କଂଗ୍ରେସ ଟିକେଟ୍‌ରୁ ଲଢ଼ି ୨୯.୪୫ ପ୍ରତିଶତ ଭୋଟ୍‌ ପାଇ ବିଜେଡିର ଯଶୋବନ୍ତ ସିଂ ଲାଗୁରୀଙ୍କ ଠାରୁ ହାରିଯାଇଥିଲେ। ପରବର୍ତ୍ତୀ ସମୟରେ ସେ ତେଲକୋଇ ଆସି କଂଗ୍ରେସ ପରେ ଭାଜପା ଦଳରେ ସାମିଲ ହୋଇଥିଲେ। ୨୦୧୯ ସାଧାରଣ ନିର୍ବାଚନରେ ସେ ଭାଜପା ଟିକେଟ୍‌ରୁ ଲଢ଼ି ୨୬.୧୧ ପ୍ରତିଶତ ଭୋଟ ପାଇ ହାରିଯାଇଥିଲେ। ପରେ ଦଳ ତାଙ୍କୁ ଅଣଦେଖା କରିବାରୁ ସେ ଭାଜପା ଛାଡ଼ି ବିଜେଡିରେ ଯୋଗ ଦେଇଥିଲେ। ସେ କେନ୍ଦୁଝର ଲୋକ ସଭା କିମ୍ବା ତେଲକୋଇ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା ହେଉଥିଲା କିନ୍ତୁ ଦଳ ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁଙ୍କ ଉପରୁ ଆସ୍ଥା ହରାଇ ଧନୁର୍ଜୟଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ତେବେ ଧନୁର୍ଜୟଙ୍କ ପାଇଁ ବହୁ ଚ୍ୟାଲେଞ୍ଜ ରହିଛି। ବାରମ୍ବାର ଦଳ ପରିବର୍ତନ କରି ବିଫଳ ହେବା ଏବଂ ଭାଜପାରୁ ବିଜେଡି ଦଳକୁ ଆସି କିଛି ବର୍ଷ ପରେ ଲୋକ ସଭା ପାଇଁ ଟିକେଟ୍‌ ପାଇବା ତାଙ୍କ ପାଇଁ ପ୍ରମୁଖ ସମସ୍ୟା ହେବ।
ଅନ୍ୟପକ୍ଷରେ ତାଙ୍କର ପ୍ରତିଦ୍ୱନ୍ଦ୍ୱିତା ସିଧାସଳଖ ଭାଜପାର ଏମ୍‌ପି ପ୍ରାର୍ଥୀ ଅନନ୍ତ ନାୟକଙ୍କ ସହିତ ହେବ। ମୋଦିଙ୍କ ଗ୍ୟାରେଣ୍ଟି ଓ ବିଜେଡିର ଜନ କଲ୍ୟାଣ କାର୍ଯ୍ୟ ମଧ୍ୟରେ ଲଢ଼େଇ ହେବାକୁ ଯାଉଥିବା ବେଳେ ଭୋଟର କାହାକୁ ଭରସିବେ ତାହା ନିର୍ବାଚନ ଫଳାଫଳ ଘୋଷଣା ପରେ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri