ଏଥର ଡିଜେ, ମଦ, ପ୍ଲାଷ୍ଟିକ୍‌ ମୁକ୍ତ ଦୁର୍ଗାପୂଜା

ଭୁବନେଶ୍ୱର,୨୫ା୯(ସତ୍ୟଜିତ୍‌ ରାଉତ):ରାଜଧାନୀ ଭୁବନେଶ୍ୱରରେ ଚଳିତବର୍ଷ ଶୃଙ୍ଖଳିତ ତଥା ସୁରକ୍ଷିତ ଦୁର୍ଗାପୂଜା ପାଇଁ କମିଶନରେଟ୍‌ ପୋଲିସ ଅଣ୍ଟା ଭିଡିଛି। ଏନେଇ କମିଶନରେଟ୍‌ ପୋଲିସ ମୁଖ୍ୟାଳୟଠାରେ ମଙ୍ଗଳବାର ଅନୁଷ୍ଠିତ ବୈଠକରେ ବିଭିନ୍ନ ଦିଗକୁ ନେଇ ଆଲୋଚନା ହୋଇଛି। ବୈଠକରେ ପୋଲିସ କମିଶନର ସଞ୍ଜୀବ ପଣ୍ଡା, ଭୁବନେଶ୍ୱର ଡିସିପି ପ୍ରତୀକ ସିଂ, ଏକାମ୍ର ବିଧାୟକ ବାବୁ ସିଂ, ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ଜୟଦେବ ବିଧାୟକ ନବକିଶୋର ମଲ୍ଲିକ, ମେୟର ସୁଲୋଚନା ଦାସ, ପୂଜା କମିଟି କର୍ତ୍ତୃପକ୍ଷ ଏବଂ ପୋଲିସ ଅଧିକାରୀ ଆଲୋଚନା କରିଥିଲେ। ପୂଜା କମିଟି କର୍ମକର୍ତ୍ତା ନିଜ ଅଞ୍ଚଳର ସମସ୍ୟା ଜଣାଇବା ସହ ସମାଧାନ କରିବାକୁ ଯୁକ୍ତି ବାଢ଼ିଥିଲେ। ତେବେ ଏଥର ସହରରେ ୧୭୧ଟି ମେଢ଼ ହେବାକୁ ଥିବାବେଳେ ଦୁର୍ଗାପୂଜା, ରାବଣପୋଡ଼ି ଓ ଭସାଣି ଉତ୍ସବକୁ ସୁରକ୍ଷିତ ଭାବେ ପାଳିବାକୁ ନିଷ୍ପତ୍ତି ହୋଇଛି। ପୂଜାକୁ ଡିଜେ ମୁକ୍ତ, ମଦ ମୁକ୍ତ, ପ୍ଲାଷ୍ଟିକ୍‌ ମୁକ୍ତ କରିପାରିବା ପାଇଁ ଗୁରୁତ୍ୱ ଦିଆଯାଇଛି।

ସବୁଠୁ ବଡ଼କଥା ହେଲା, ପୂଜା ବେଳେ ମାଦକ ଦ୍ରବ୍ୟ ସେବନ କରିବେ ନାହିଁ ବୋଲି ଏକ ଶପଥ ପାଠ ପ୍ରିଣ୍ଟ୍‌ କରି ପୋଲିସ ସମସ୍ତ କମିଟିକୁ ଦେବ। ପୂଜାକମିଟି କର୍ତ୍ତୃପକ୍ଷ ଉକ୍ତ ପୋଷ୍ଟର୍‌କୁ ନିଜ ମଣ୍ଡପରେ ଲଗାଇ ସଚେତନ କରାଇବେ। ଏଥିସହ ଏଥର ମା’ଙ୍କୁ ପୁଷ୍ପାଞ୍ଜଳି ଦେବାବେଳେ ମଦ୍ୟପାନ ନ କରିବାକୁ ପୂଜକମାନେ ସମସ୍ତଙ୍କୁ ଶପଥ ପାଠ କରାଇବେ। ଏହାବ୍ୟତୀତ ମେଲୋଡି କାର୍ଯ୍ୟକ୍ରମ ରାତି ୧୦ଟା ପରିବର୍ତ୍ତେ ୧୨ ସୁଦ୍ଧା ଶେଷ କରିବାକୁ କୁହାଯାଇଛି। କେମିକାଲ, ପ୍ଲାଷ୍ଟିକ୍‌ ବିନା ମୂର୍ତ୍ତି କରାଯିବ। ରାବଣ ପୋଡି ବେଳେ ଶବ୍ଦ ପ୍ରଦୂଷଣ କରୁଥିବା ବାଣକୁ ବ୍ୟବହାର ନ କରିବାକୁ ନିବେଦନ କରାଯାଇଛି। ମେଢ଼ରେ ଲାଗିଥିବା ସୁନା ଓ ରୁପା ଅଳଙ୍କାର ସୁରକ୍ଷା ଦୃଷ୍ଟିରୁ ପୂଜାକମିଟିଗୁଡ଼ିକ ସିକ୍ୟୁରିଟି ଗାର୍ଡ ଓ ଭଲ୍ୟୁଣ୍ଟିୟରଙ୍କୁ ନିୟୋଜିତ କରିବେ। ମଣ୍ଡପ ନିକଟରେ ସିସିଟିଭି ଲଗାଯିବା ସହ ଅଗ୍ନି ନିର୍ବାପକ ବ୍ୟବସ୍ଥା କରିବେ। ଅନ୍ୟପକ୍ଷରେ ପୂଜା ପୂର୍ବରୁ ଡ୍ରେନ୍‌ ସମସ୍ୟା ଏବଂ ରାସ୍ତା ମରାମତି ସହ ଅନ୍ୟାନ୍ୟ ସୁବିଧା ଯୋଗାଇବା ପାଇଁ ବିଏମ୍‌ସି ପକ୍ଷରୁ ପୂଜାକମିଟିକୁ ପ୍ରତିଶ୍ରୁତି ଦିଆଯାଇଛି। ଏସଂକ୍ରାନ୍ତରେ ପୋଲିସ କମିଶନର ସଞ୍ଜୀବ ପଣ୍ଡା କହିଛନ୍ତି, ପୂଜାବେଳେ ଶ୍ରଦ୍ଧାଳୁଙ୍କ ଭିଡକୁ ଦୃଷ୍ଟିରେ ଶାନ୍ତିଶୃଙ୍ଖଳା ରକ୍ଷା କରିବାକୁ ସବୁ ସ୍ଥାନରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ ସହ ସ୍ବତନ୍ତ୍ର ଟ୍ରାଫିକ୍‌ ବ୍ୟବସ୍ଥା କରାଯିବ। ବିଭିନ୍ନ ସ୍ଥାନରେ ରାତ୍ରିକାଳୀନ ପାଟ୍ରୋଲିଂ କରାଯିବ। ଡିଜେ ମୁକ୍ତ, ମଦ ମୁକ୍ତ, ପ୍ଲାଷ୍ଟିକ୍‌ ମୁକ୍ତ ଦୁର୍ଗାପୂଜା ପାଇଁ ସମସ୍ତେ ଚେଷ୍ଟା କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଡିଜେ ଗାଡିକୁ ଅନୁମତି ଦିଆଯିବ ନାହିଁ ବୋଲି କମିଶନର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri