ଏଥର ଝିଅ ଆଗରେ

କଟକ ଅଫିସ,୧୯ା୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇଛି। ଏଥିସହିତ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ମଧ୍ୟ ପ୍ରକାଶ ପାଇଛି। ଏଥର ରେକର୍ଡ ସଂଖ୍ୟକ ପାସ୍‌ ହାର ୯୬.୪୦% ରହିଛି। ଛାତ୍ରଙ୍କ ଅପେକ୍ଷା ଛାତ୍ରୀଙ୍କ ପାସ ହାର ଅଧିକ ରହିଛି। ଛାତ୍ରୀଙ୍କ ପାସ ହାର ୯୭.୦୫% ରହିଥିବା ବେଳେ ଛାତ୍ରଙ୍କ ପାସ ହାର ୯୫.୭୫% ରହିଛି। ୨ଲକ୍ଷ ୫୭ ହଜାର ୧୦୬ ଜଣ ଛାତ୍ରୀ ପାସ କରିଥିବା ବେଳେ ୨ ଲକ୍ଷ ୫୧ ହଜାର ୨୯୮ ଜଣ ଛାତ୍ର ପାସ କରିଛନ୍ତି। ୯୦%ରୁ ଅଧିକ ନମ୍ବର ରଖିଥିବା ଝିଅଙ୍କ ସଂଖ୍ୟା ୨,୨୫୪ ରହିଥିବା ବେଳେ ୯୦%ରୁ ଅଧିକ ନମ୍ବର ରଖିଥିବା ପୁଅଙ୍କ ସଂଖ୍ୟା ୧,୯୦୪ ରହିଛି। ୩,୨୨୨ଟି ସ୍କୁଲରେ ଶତପ୍ରତିଶତ
ପିଲା ପାସ କରିଛନ୍ତି।

କଟକ ଓ ଜଗତ୍‌ସିଂହପୁର ଜିଲାରେ ପାସ୍‌ହାର ସର୍ବାଧିକ ୯୭.୯୯% ରହିଛି। ମାଲ୍‌କାନଗିରି ଜିଲାରେ ସବୁଠାରୁ କମ୍‌ ରେଜଲ୍ଟ ହୋଇଛି। ଏଠାରେ ପାସ ହାର ୯୨.୬୩ % ରହିଛି। www.bseodisha.ac.inରେ ରେଜଲ୍ଟ ଉପଲବ୍ଧ ହେଉଛି। ଆସନ୍ତା ୨୩ତାରିଖରୁ ରିଚେକିଂ ପ୍ରକ୍ରିୟା ଆରମ୍ଭ ହେବ ବୋଲି ବୋର୍ଡ ପକ୍ଷରୁ ସୂଚନା ମିଳିଛି।
କଟକସ୍ଥିତ ବୋର୍ଡ ମୁଖ୍ୟାଳୟରେ ଗୁରୁବାର ପୂର୍ବାହ୍ନରେ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଏହି ପୁସ୍ତିକାକୁ ଉନ୍ମୋଚନ କରି ଫଳାଫଳ ପ୍ରକାଶ କରିଥିଲେ। ଚଳିତ ବର୍ଷ ପରୀକ୍ଷା ଫଳ ଭଲ ହୋଇଥିବାବେଳେ ରାଜ୍ୟରେ ୩,୨୨୨ଟି ସ୍କୁଲରେ ଶତ ପ୍ରତିଶତ ଫଳ ହୋଇଛି ବୋଲି ମନ୍ତ୍ରୀ କହିଛନ୍ତି। ଏହି ଅବସରରେ ଗଣଶିକ୍ଷା ସଚିବ ଅଶ୍ୱଥୀ ଏସ୍‌, ବୋର୍ଡ ସଭାପତି ରାମାଶିଷ ହାଜରା ଓ ଉପସଭାପତି ଡ. ନୀହାର ରଞ୍ଜନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ। ସୂଚନା ଅନୁସାରେ ଚଳିତବର୍ଷ ମୋଟ ୫ଲକ୍ଷ ୨୭ହଜାର ୩୭୪ଜଣ ପରୀକ୍ଷା ଦେବାକୁ ଫର୍ମପୂରଣ କରିଥିବାବେଳେ ସେମାନଙ୍କ ମଧ୍ୟରୁ ୫ଲକ୍ଷ ୧୬ହଜାର ୪୩୫ ଜଣ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୩୮୬ଜଣଙ୍କୁ ଏମ୍‌ପି କରାଯାଇଥିବାବେଳେ ୫ଲକ୍ଷ ୮ହଜାର ୪୦୪ଜଣ ପାସ୍‌ କରିଛନ୍ତି। ପାସ୍‌ କରିଥିବା ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୪,୧୫୮ ଜଣ ଏ-୧ ଗ୍ରେଡରେ ପାସ୍‌ କରିଥିବାବେଳେ ୨୯ହଜାର ୮୩୮ଜଣ ଏ-୨, ୭୭ ହଜାର ୫୬୭ ଜଣ ବି-୧, ୧ଲକ୍ଷ ୧୮ ହଜାର ୭୫୦ ଜଣ ବି-୨, ୧ଲକ୍ଷ ୨୧ ହଜାର ୬୧୧ ଜଣ ସି , ୯୫ ହଜାର ୬ ଜଣ ଡି, ୬୧ ହଜାର ୪୭୪ ଜଣ ଇ ଓ ୭,୬୪୫ ଜଣ ଏଫ୍‌ ଗ୍ରେଡରେ ରହିଛନ୍ତି।
ସେହିପରି ମଧ୍ୟମା ଏବଂ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇଛି। ଚଳିତବର୍ଷ ମଧ୍ୟମା ପରୀକ୍ଷା ନିମନ୍ତେ ୩,୬୨୭ ଜଣ ପଞ୍ଜୀକରଣ କରିଥିବାବେଳେ ୪୭୯ ଜଣ ପରୀକ୍ଷା ଦେଇ ନ ଥିଲେ। ସେଥିରୁ ୩,୧୧୭ ଜଣ ପାସ୍‌ କରିଛନ୍ତି। ସେମାନଙ୍କ ମଧ୍ୟରୁ ଏ – ୧ରେ ୧୪ ଜଣ, ଏ – ୨ରେ ୫୮୯ ଜଣ, ବି-୧ରେ ୧୦୫୧ ଜଣ, ବି-୨ରେ ୮୩୪ ଜଣ, ସି ଗ୍ରେଡ୍‌ରେ ୪୭୫ ଜଣ, ଡି ଗ୍ରେଡ୍‌ରେ ୧୦୩ଜଣ, ଇ-ଗ୍ରେଡ୍‌ରେ ୫୧ଜଣ, ଏଫ୍‌ ଗ୍ରେଡ୍‌ରେ ୩୧ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ଚଳିତବର୍ଷ ମଧ୍ୟମା ପରୀକ୍ଷାରେ ପାସ୍‌ ହାର ୮୫.୯୪ ପ୍ରତିଶତ ରହିଛି। ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଦେବା ପାଇଁ ୫୦୧୮ ଜଣ ପଞ୍ଜୀକରଣ କରିଥିବାବେଳେ ୫୨୮ ଜଣ ପରୀକ୍ଷା ଦେଇ ନ ଥିଲେ। ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୩୭୪୬ ଜଣ କୃତକାର୍ଯ୍ୟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଏ -୨ରେ ୨୧ ଜଣ , ବି-୧ରେ ୧୬୮ ଜଣ, ବି-୨ରେ ୭୧୬ ଜଣ, ସି ଗ୍ରେଡ୍‌ରେ ୯୧୩ ଜଣ, ଡି ଗ୍ରେଡ୍‌ରେ ୧,୨୦୪ ଜଣ, ଇ ଗ୍ରେଡ୍‌ରେ ୭୨୪ଜଣ, ଏଫ୍‌ ଗ୍ରେଡ୍‌ରେ ୭୦୧ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ଚଳିତବର୍ଷ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷାରେ ପାସ୍‌ ହାର ୭୫.୦୭ ପ୍ରତିଶତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri