ଏଥର ନୂଆବର୍ଷ ପାଳିବେନି ନବୀନ ପଟ୍ଟନାୟକ, ଜାଣନ୍ତୁ କାହିଁକି

ଭୁବନେଶ୍ୱର,୩୧।୧୨: ଏଥର ନୂଆ ବର୍ଷ ପାଳିବେନି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତଃ ମନମୋହନ ସିଂହଙ୍କ ବିୟୋଗରେ ଚାଲିଥିବା ରାଷ୍ଟ୍ରୀୟ ଶୋକ ଓ ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କ ଦୁଃଖରେ ସମବେଦନା ଜଣାଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବୁଧବାର ନୂଆ ବର୍ଷ କାର୍ଯ୍ୟକ୍ରମରେ ସାମିଲ ହେବେ ନାହିଁ।

ନବୀନ ସୋମବାର ନିଜ ନିର୍ବାଚନମଣ୍ଡଳୀ ଗସ୍ତ କରିଥିଲେ ସାଧାରଣ ନିର୍ବାଚନ ପରେ ନବୀନ ପ୍ରଥମ ଥର ପାଇଁ ଗଞ୍ଜାମ ଜିଲା ତଥା ହିଞ୍ଜିଳି ଗସ୍ତ କରିଥିଲେ।ଗସ୍ତ ସମୟରେ ନବୀନ ଅଞ୍ଚଳର ଚାଷୀ, ଜନସାଧାରଣ ଓ ସ୍ଥାନୀୟ ନେତାଙ୍କୁ ଭେଟି ଲଗାଣ ବର୍ଷା ଜନିତ ଫସଲ କ୍ଷତି ସମ୍ପର୍କରେ ଆଲୋଚନା କରିଥିଲେ। ଡିସେମ୍ବରରେ ହୋଇଥିବା ଅଦିନିଆ ବର୍ଷା ଯୋଗୁ ଧାନ ସାଙ୍ଗକୁ ପନିପରିବା, କପା ଓ ଚିନାବାଦାମ ଚାଷ ଆଦି କ୍ଷତିଗ୍ରସ୍ତ ହୋଇଛି। ଏଭଳିସ୍ଥିତିରେ ନବୀନ ପଟ୍ଟନାୟକ କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟି କ୍ଷୟକ୍ଷତି ସମ୍ପର୍କରେ ପଚାରି ବୁଝିଥିଲେ। ପରେ ସେ କହିଥିଲେ, ମୁଁ ଆପଣଙ୍କ ଚାଷ କ୍ଷୟକ୍ଷତି ଦେଖିଲି, ଦୁଃଖ ଲାଗିଲା ସରକାର ଯଥାଶୀଘ୍ର କ୍ଷତିପୂରଣ ଦେବା ଉଚିତ । ଚାଷ କ୍ଷତି ହେଲେ ତୁରନ୍ତ ସହାୟତା ଦେଉଥିଲା ମୋ ସରକାର ।

 

Enter your email to get our daily news in your inbox.


Enter your email to get our daily news in your inbox.

All Right Reserved By Dharitri.Com

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri