ଚଳିତ ଥର ଲାଲବାଗରେ ଶୁଭିବନି ଗଣପତି ବାପା ମୋରୈୟା

ମୁମ୍ବାଇ,୧।୭: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ଅସମ୍ଭାଳ ହେବାରେ ଲାଗିଛି। ଏହି ମହାମାରୀର ପ୍ରଭାବ ସାଧାରଣ ଜୀବନଯାପନଠାରୁ ଆରମ୍ଭ କରି ବ୍ୟବସାୟ, ଅର୍ଥନୀତି ଓ ପର୍ବପର୍ବାଣିରେ ମଧ୍ୟ ପଡ଼ିଛି। ଦେଶର ରାଜ୍ୟ ମାନଙ୍କ ମଧ୍ୟରୁ ସର୍ବାଧିକ କରୋନା ସଂକ୍ରମଣ ମହାରାଷ୍ଟ୍ରରେ ଦ୍ରୁତଗତିରେ ବ୍ୟାପିଥିବା ଲାଗିଛି। ପ୍ରତିଦିନ ଏଠାରେ ନୂଆ ନୂଆ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହାକୁ ରୋକିବା ପାଇଁ ସରକାର ଲକ୍‌ଡାଉନ ଅବଧିକୁ ଜୁଲାଇ ୩୧ଯାଏଁ ବୃଦ୍ଧି କରିଦେଇଛନ୍ତି। ଇତିମଧ୍ୟରେ ମହାରାଷ୍ଟ୍ରର ପ୍ରସିଦ୍ଧ ଗଣେଷ ଉତ୍ସବ ପ୍ରତିବର୍ଷ ଆଡ଼ମ୍ବରରେ ପାଳିତ ହେଉଥିବା ବେଳେ ଚଳିତ ବର୍ଷ ଏହି ଉତ୍ସବରେ କରୋନା ମହାମାରୀ ପ୍ରଭାବ ପଡ଼ିଥିବା ଦୃଶ୍ୟମାନ ହେଉଛି। ଏଥିଯୋଗୁ ମହାରାଷ୍ଟ୍ରର ପ୍ରସିଦ୍ଧ ଗଣପତି ମଣ୍ଡଳ ଲାଲବାଗ ଏଥର ବିସର୍ଜନ ଉତ୍ସବ ପାଳନ କରିବ ନାହିଁ। କରୋନା ସଙ୍କଟକୁ ଦୃଷ୍ଟିରେ ରଖି ଲାଲବାଗ ଗଣପତି ମଣ୍ଡଳ ଏଭଳି ନିଷ୍ପତ୍ତି ନେଇଛନ୍ତି। ସୂଚନାଯୋଗ୍ୟ, ରାଜ୍ୟରେ କରୋନା ସ୍ଥିତିକୁ ନଜରରେ ରଖି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଚଳିତ ଥର ନିରାଡମ୍ବରରେ ଏହି ଉତ୍ସବ ପାଳନ କରିବାକୁ ଲାଲବାଗ ଗଣପତି ମଣ୍ଡଳକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଗଣେଷଙ୍କ ମୂର୍ତ୍ତିକୁ ୪ଫୁଟ ପର୍ଯ୍ୟନ୍ତ ରଖିବାକୁ ସେ କହିଛନ୍ତି। ସରକାରଙ୍କ ଏହି ନିଷ୍ପତ୍ତି ପରେ ଗଣପତି ମଣ୍ଡଳ ୨ଟି ମୂର୍ତ୍ତି ତିଆରି କରିବ, ଗୋଟିଏ ବଡ଼ ଓ ଗୋଟିଏ ଛୋଟ। କେବଳ ଛୋଟ ମୂର୍ତ୍ତିଙ୍କ ପୂଜାର୍ଚ୍ଚନା କରାଯିବ। କିନ୍ତୁ ଲାଲବାଗରେ ଗୋଟିଏ ବଡ଼ ମୂର୍ତ୍ତି ରହିଥିବା ବେଳେ ଏଠାରେ ଗଣପତିଙ୍କ ଲମ୍ବ କମ୍‌ କରାଯାଇପାରିବ ନାହିଁ। ତେଣୁ ଉକ୍ତ ମୁର୍ତ୍ତିକୁ ପୂଜା କରାଯିବ ବୋଲି ଜଣାପଡ଼ିଛି। କାରଣ ଛୋଟ ମୂର୍ତ୍ତି ପୂଜା କରାଗଲେ ଏଠାରେ ଭିଡ଼ ଏକତ୍ରିତ ହେବାର ସମ୍ଭାବନା ରହିବା ସହ ସାମାଜିକ ଦୂରତ୍ୱ ପାଳନ କରାଯାଇପାରିବ ନାହିଁ। ତେଣୁ ଚଳିତ ଥର ବିସର୍ଜନ ଉତ୍ସବ ମଧ୍ୟ ପାଳନ କରାଯିବ ପାହିଁ ବୋଲି ଗଣପତି ମଣ୍ଡଳ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri