ଏଥର RCB ହେବ ଆଇପିଏଲ୍‌ ଚାମ୍ପିୟନ୍‌! ଏହି ରେକର୍ଡ କହୁଛି ସବୁକିଛି, ଷ୍ଟେନ୍‌ କହିଲେ…

ନୂଆଦିଲ୍ଲୀ,୩୧।୫: IPL 2025ର ପ୍ରଥମ କ୍ୱାଲିଫାୟରରେ ପଞ୍ଜାବ କିଙ୍ଗସକୁ ୮ ଉଇକେଟରେ ପରାସ୍ତ କରି RCB ଫାଇନାଲରେ ପ୍ରବେଶ କରିଛି। IPL 2025ର ଫାଇନାଲ ୩ ଜୁନରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। IPL ଇତିହାସରେ ଚତୁର୍ଥ ଥର ପାଇଁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦଳ ଫାଇନାଲରେ ପହଞ୍ଚିଛି। ବର୍ତ୍ତମାନ ଫାଇନାଲରେ, ଏହା ମୁମ୍ବାଇ ଇଣ୍ଡିଆନ୍ସ କିମ୍ବା ପଞ୍ଜାବ କିଙ୍ଗସ ସହିତ ମୁକାବିଲା କରିବ। IPL 2025 ଫାଇନାଲ ଭେନ୍ୟୁ ଅର୍ଥାତ୍‌ ନରେନ୍ଦ୍ର ମୋଦି ଷ୍ଟାଡିୟମରେ RCB ର ରେକର୍ଡ ଭଲ ରହିଛି।

IPL ଇତିହାସରେ, ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏପର୍ଯ୍ୟନ୍ତ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ୬ଟି ମ୍ୟାଚ ଖେଳିଛି। ଏଥିରେ, ଏହା ୩ ଥର ଜିତିଛି ଏବଂ ୩ ଥର ହାରିଛି। ଏହି ସଂଖ୍ୟା RCBର ବର୍ତ୍ତମାନର ଦଳ ସହିତ ମେଳ ଖାଉନାହିଁ, କାରଣ IPL ୨୦୨୫ରେ, ବେଙ୍ଗାଲୁରୁର ବ୍ୟାଟିଂ ଏବଂ ବୋଲିଂ ଲାଇନ ଅପ ପୂର୍ବ ଅପେକ୍ଷା ବହୁତ ଭଲ ହୋଇଛି।

ବିଶେଷକରି ବିରାଟ କୋହଲିଙ୍କ ନରେନ୍ଦ୍ର ମୋଦି ଷ୍ଟାଡିୟମରେ IPL ହାରାହାରି ୫୪.୭୫। ସେ ଏହି ଗ୍ରାଉଣ୍ଡରେ ଏପର୍ଯ୍ୟନ୍ତ ୬ଟି ମ୍ୟାଚ୍‌ରେ ୨୧୯ ରନ କରିଛନ୍ତି, ଯେଉଁଥିରେ ଦୁଇଟି ଅର୍ଦ୍ଧଶତକ ମଧ୍ୟ ସାମିଲ ଅଛି। RCBର ବର୍ତ୍ତମାନର ଅଧିନାୟକ ରଜତ ପତିଦାରଙ୍କର ମଧ୍ୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ପ୍ରାୟ ୩୯ ରନ ଅଛି। ସମସ୍ତଙ୍କ ନଜର ଭୁବନେଶ୍ୱର କୁମାରଙ୍କ ଉପରେ ମଧ୍ୟ ରହିବ, ଯିଏ ଏପର୍ଯ୍ୟନ୍ତ ଏହି ଗ୍ରାଉଣ୍ଡରେ ୯ଟି ଉଇକେଟ ନେଇଛନ୍ତି ଏବଂ ତାଙ୍କର  ବୋଲିଂ ହାରାହାରି ୧୧। ସାମଗ୍ରିକ ଭାବରେ, ଯଦି RCB ଫାଇନାଲରେ ଏକଜୁଟ ହୋଇ ପ୍ରଦର୍ଶନ କରିପାରିବ, ତେବେ କେହି ଏହାକୁ ଚାମ୍ପିଅନ ହେବାରୁ ରୋକିପାରିବେ ନାହିଁ।
IPL 2025ର ଫାଇନାଲ ଜୁନ ୩ରେ ଖେଳାଯିବ। ଗୁରୁବାର ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗା ପଞ୍ଜାବ କିଙ୍ଗସକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଛି। ଏହା ପରେ, ପୂର୍ବତନ RCB ଅଭିଜ୍ଞ ଖେଳାଳି ଡେଲ ଷ୍ଟେନ ଫାଇନାଲ ପୂର୍ବରୁ ଏକ ବୟାନ ଦେଇ କହିଚନ୍ତି, RCB IPL ଜିତିଛି।

ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୨୦୦୯ ମସିହାରେ ପ୍ରଥମ ଥର ପାଇଁ ଫାଇନାଲରେ ପହଞ୍ଚିଥିଲା, କିନ୍ତୁ ଡେକାନ ଚାର୍ଜର୍ସ ଏହାକୁ ୬ ରନ୍‌ରେ ପରାସ୍ତ କରି ଟ୍ରଫି ଜିତିଥିଲା। ଏହା ୨୦୧୧ ମସିହାରେ ଦ୍ୱିତୀୟ ଥର ପାଇଁ ଫାଇନାଲ ଖେଳିଥିଲା, କିନ୍ତୁ ଏଥର ଏହାକୁ CSK ଆଗରେ ଆଣ୍ଠୁ ମାଡ଼ିବାକୁ ପଡିଥିଲା ଏବଂ ୫୮ ରନ୍‌ରେ ଫାଇନାଲ ମ୍ୟାଚ ହାରିଯାଇଥିଲା। ଆରସିବି ଶେଷ ଥର ପାଇଁ ୨୦୧୬ରେ ଫାଇନାଲ ଖେଳିଥିଲା, କିନ୍ତୁ ଏଥର ମଧ୍ୟ ସନରାଇଜର୍ସ ହାଇଦ୍ରାବାଦଠାରୁ ୮ ରନରେ ପରାସ୍ତ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

୬୦ ରୁ ୮୦ ବିଲିୟନ ଡଲାର୍‌ର ସେଟ୍‌ଲମେଣ୍ଟ୍‌!: ଏନ୍‌ଭିଡିଆ CEO ଜେନ୍ସନ୍‌ ହୁଆଙ୍ଗଙ୍କ ସମ୍ଭାବ୍ୟ ଛାଡ଼ପତ୍ରକୁ ନେଇ ସାରା ବିଶ୍ୱରେ ଚର୍ଚ୍ଚା

ନୂଆଦିଲ୍ଲୀ,୧୦।୧୧: ବିଶ୍ୱର ପ୍ରମୁଖ ଟେକ୍ନୋଲୋଜି କମ୍ପାନୀ ‘ଏନ୍‌ଭିଡିଆ’ (NVIDIA) ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ଜେନ୍ସନ୍‌ ହୁଆଙ୍ଗ ଏବଂ ତାଙ୍କ ପତ୍ନୀ ଲୋରି ହୁଆଙ୍ଗଙ୍କୁ ନେଇ…

ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ସବିତାଙ୍କୁ ବିଶ୍ରାମ, ଦଳକୁ ଫେରିଲେ ବନସାରି

ନୂଆଦିଲ୍ଲୀ, ୧୦ା୧୧: ଭୋପାଳଠାରେ ହେବାକୁଥିବା ଏସିଆନ ଚାମ୍ପିୟନ୍ସ ଟ୍ରଫି ମହିଳା ହକି ଟୁର୍ନାମେଣ୍ଟ ପାଇଁ ମଙ୍ଗଳବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଭେଟେରାନ ଗୋଲ୍‌କିପର ସବିତା ପୁନିଆଙ୍କୁ…

ଜନ୍ମ ହେବାର ଗୋଟିଏ ଦିନରେ ପୁଅକୁ ହରାଇଥିଲେ ସୋନିଆ ଗାନ୍ଧୀ; ବହିରେ ବଡ଼ ଖୁଲାସା, ରାହୁଲ ନୁହନ୍ତି…

କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବହୁ ପ୍ରତୀକ୍ଷିତ ଆତ୍ମଜୀବନୀ ‘ବିଲଙ୍ଗିଙ୍ଗ: ଏ ଜର୍ଣ୍ଣି ଅଫ ଲଭ’ ୧୦ ନଭେମ୍ବର ମଙ୍ଗଳବାର ପ୍ରକାଶିତ ହୋଇଛି। ପୁସ୍ତକରେ ଗାନ୍ଧୀ ପରିବାରଙ୍କ…

ୟୁଏଇ ଜାତୀୟ ଦଳରେ ଖେଳିପାରନ୍ତି ଭାରତର ଏହି ପୂର୍ବତନ ଉଇକେଟକିପର, ଜାଣନ୍ତୁ…

ଆବୁ ଧାବି, ୧୦।୧୧: ଭାରତର ପୂର୍ବତନ ଉଇକେଟକିପର ବ୍ୟାଟର କେଏସ୍‌ ଭରତ ୟୁଏଇ ଜାତୀୟ ଦଳ ଜରିଆରେ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବା ପାଇଁ ଲକ୍ଷ୍ୟ ରଖିଛନ୍ତି। ଆସନ୍ତା…

ଶୁକ୍ରଙ୍କ ସିଧା ଚଳନ: ୧୪ ନଭେମ୍ୱରରୁ ବଦଳିବ ୪ ରାଶିର ଭାଗ୍ୟ; ବଢିବ ଧନ, ଚାକିରିରେ ଭଲ ଅଫର୍‌…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ଭୌତିକ ସୁଖ, ବୈଭବ, ପ୍ରେମ, ଦାମ୍ପତ୍ୟ ଜୀବନ ଏବଂ ଆର୍ଥିକ ସମୃଦ୍ଧିର ପ୍ରତିନିଧି ଗ୍ରହ ଭାବେ ବିବେଚନା କରାଯାଏ। ଏଣୁ ଶୁକ୍ରଙ୍କ ଚଳନରେ…

ବନ୍ୟା ପ୍ରଭାବିତଙ୍କୁ ରନ୍ଧନ ଖାଦ୍ୟ ବଣ୍ଟନ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୧୦।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ଜାତୀୟ ସେବା ଯୋଜନା(ଏନ୍‌ଏସ୍‌ଏସ୍‌) ଓ ଭାରତ ସ୍କାଉଟ ଆଣ୍ଡ…

ସାକ୍ଷୀଙ୍କୁ ଜେଲରୁ ଧମକ ମାମଲା ତୃତୀୟଥର ଥାନାରେ ହାଜର ହେଲେ ବିକ୍ରମ

ବ୍ରହ୍ମପୁର,୧୦ା୧୧(ସୁବାସ ଚନ୍ଦ୍ର ପାଢ଼ୀ ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଧମକ ଘଟଣାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡା…

ଦିବ୍ୟାଙ୍ଗ ଶିଶୁଙ୍କୁ ସହାୟତାର ହାତ, ୨୬୦ଙ୍କ ସ୍ୱାସ୍ଥ୍ୟ ପରୀକ୍ଷାରୁ ୧୧୨ ଚିହ୍ନଟ

ଦାରିଙ୍ଗବାଡ଼ି, ୧୦।୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ଅନ୍ତର୍ଗତ ରାପଡ଼ାବାଡ଼ି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?