ଏଥର ବିନାଭକ୍ତରେ ରୁକୁଣା ରଥଯାତ୍ରା

ଭୁବନେଶ୍ୱର,୯।୪(ବ୍ୟୁରୋ): ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଚଳିତବର୍ଷ ବିନା ଭକ୍ତରେ ଗଡ଼ିବ। ଏଶାସ ନେଇ ବିଏମ୍‌ସି ପକ୍ଷରୁ ଅନୁମତି ମିଳିଛି। କୋଭିଡ୍‌ ଗାଇଡ୍‌ଲାଇନ ଅନୁସାରେ ୧୦୦ ସେବାୟତଙ୍କୁ ନେଇ ରଥଟଣା ହେବ। ବିଧି, ପରମ୍ପରା ରକ୍ଷା କରିବାକୁ ଯାଇ ରଥଯାତ୍ରା କରାଯିବ। ରଥଯାତ୍ରାରେ ଭାଗନେବାକୁ ଥିବା ସେବାୟତଙ୍କ କୋଭିଡ୍‌ ଟେଷ୍ଟ କରାଯିବ। ଯେଉଁମାନଙ୍କ ନେଗେଟିଭ ଆସବ ସେମାନେ ରଥଯାତ୍ରାରେ ଭାଗ ନେଇପାରିବେ। ଗୁରୁବାର ବିଡିଏ କନ୍‌ଫରେନ୍ସ ହଲରେ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।
ଗଣମାଧ୍ୟମକୁ ସୂଚନା ଦେଇ ଚୌଧାରୀ କହିଛନ୍ତି ଯେ, କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଭକ୍ତଙ୍କ ପ୍ରବେଶକୁ ଅନୁମତି ମିଳିନାହିଁ। ତେବେ ରଥଯାତ୍ରା ନେଇ ରାଜ୍ୟ ସରକାରଙ୍କ ତରଫରୁ କେତେକ ଗାଇଡ୍‌ଲାଇନ ଜାରି କରାଯାଇଛି। ଗାଇଡ୍‌ଲାଇନ ଅନୁସାରେ ରଥକୁ ଉକ୍ତ ଦିନ ୪ଥର ସାନିଟାଇଜ୍‌ କରାଯିବ। ରଥ ଉପରେ କେବଳ ସେଦିନର ସେବାଥିବା ପାଳିଆ ସେବାୟତ ତଥା ୨୦ରୁ ୨୫ଜଣ ସେବାୟତ ବସି ପାରିବେ। ରଥ ଯେଉଁଠାରେ ଅଟକିବ ସେଠାରେ ରଥ ଚାରିପଟେ ବ୍ୟାରିକେଡ୍‌ କରାଯିବ। ରଥ ଉପରକୁ ପାଣି ପାଉଚ ଫିଙ୍ଗାଯିବ ନାହିଁ। ରଥ ଦାଣ୍ଡରେ ଥିବା ସାହି ବାସିନ୍ଦାଙ୍କୁ ରଥ ଦାଣ୍ଡରେ ଭିଡ଼ ନ କରିବାକୁ ମନା କରାଯିବ। କୋଭିଡ୍‌ ଯୋଗୁ ଗତ ବର୍ଷ ରୁକୁଣା ରଥ ଯାତ୍ରା ବନ୍ଦ ଥିବାରୁ ଚଳିତ ବର୍ଷ ପରମ୍ପରା ରକ୍ଷା କରି ଏହି ଯାତ୍ରା କିପରି କରାଯାଇ ପାରିବ ସେ ନେଇ ଆଲୋଚନା ହୋଇଥିଲା। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ମନ୍ଦିର ପ୍ରଶାସନର କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରସନ୍ନ ଦାଶ, ସମସ୍ତ ନିଯୋଗର ସଭାପତି, ସମ୍ପାଦକ, ପୋଲିସ ଓ ପ୍ରତ୍ନତତ୍ତ୍ୱ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। ପ୍ରକାଶ ଯେ, ଗତ କିଛି ଦିନ ହେବ କରୋନାର ୨ୟ ଲହରି ଜାରି ରହିଥିବାରୁ ରୁକୁଣା ରଥଯାତ୍ରା ହେବା ନେଇ ଅନିଶ୍ଚିତତା ଦେଖା ଦେଇଥିଲା। ଏହା ସତ୍ତ୍ୱେ ରଥ ନିର୍ମାଣ କାର୍ଯ୍ୟ ଗତ ହୋଲିଠାରୁ ଆରମ୍ଭ ହୋଇଛି। ରଥଯାତ୍ରା ନେଇ ସେବାୟତ ନିଯୋଗ ପ୍ରଶାସନ ନିକଟରେ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri