ଏଥର ୫ ଘଣ୍ଟିଆ ଅଧିବେଶନ

ଭୁବନେଶ୍ୱର, ୧୮ା୨(ବ୍ୟୁରୋ):ଷୋଡ଼ଶ ଓଡ଼ିଶା ବିଧାନସଭାର ଷଷ୍ଠ ଅଧିବେଶନ ସୁରୁଖୁରୁରେ ସମ୍ପନ୍ନ ପାଇଁ ବୁଧବାର ବିଧାନସଭା ନୂତନ ସମ୍ମିଳନୀ କକ୍ଷରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ବିଧାନସଭା ଅଧିବେଶନ ସଂକ୍ରାନ୍ତୀୟ ବିଭିନ୍ନ ପ୍ରସଙ୍ଗ ଉପରେ ସରକାରୀ ଏବଂ ବିରୋଧୀ ଦଳ ନେତାମାନଙ୍କ ସହ ବିସ୍ତୃତ ଆଲୋଚନା ହୋଇଛି। ଚଳିତ ବିଧାନସଭା ଅଧିବେଶନ ୫ ଘଣ୍ଟିଆ ହେବ। ଏଥିରେ ପ୍ରଶ୍ନକାଳ ଏବଂ ଶୂନ୍ୟକାଳ ରହିବ ବୋଲି ନିଷ୍ପତ୍ତି ହୋଇଛି।
ଗୁରୁବାର ବିଧାନସଭାର ପ୍ରାରମ୍ଭିକ ଦିବସରେ ରାଜ୍ୟପାଳଙ୍କ ଅଭିଭାଷଣ, ଶୋକ, ଧନ୍ୟବାଦ ପ୍ରସ୍ତାବ ଏବଂ ସମ୍ମତି ବିଲ୍‌ଗୁଡିକ ଆଗତ ହେବ। ଏହାପରେ ଗୃହକୁ ମୁଲତବୀ ରଖାଯିବ। ଏଥର ଅଧିବେଶନରେ ପ୍ରଶ୍ନକାଳ ଏବଂ ସଭ୍ୟମାନଙ୍କ ତାରକା ଓ ଅଣତାରକା ଚିହ୍ନିତ ପ୍ରଶ୍ନଗୁଡିକର ଉତ୍ତର ଦିଆଯିବ। ପ୍ରାରମ୍ଭିକ ଦିବସରେ ଅଧିବେଶନ ପୂର୍ବାହ୍ନ ୧୧ଟାରେ ଆରମ୍ଭ ହେବାକୁ ଥିବାବେଳେ ଅନ୍ୟ ଦିବସରେ ଏହା ପୂର୍ବାହ୍ନ ୧୦ଟା ୩୦ରୁ ଅପରାହ୍ନ ୧ଟା ୩୦ ଏବଂ ଅପରାହ୍ନ ୪ଟାରୁ ସା ୬ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ରାଜ୍ୟପାଳଙ୍କ ଧନ୍ୟବାଦ ପ୍ରସ୍ତାବ, ଆପ୍ରୋପ୍ରିଏଶନ୍‌ ବିଲ୍‌, ବଜେଟ ଉତ୍ତର, ଗୃହ, ସାଧାରଣ ପ୍ରଶାସନ, ରାଜସ୍ବ ବିଭାଗର ଖର୍ଚ୍ଚଦାବି ସହିତ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ଦିନ ଗୃହର ଅପରାହ୍ନ ଅଧିବେଶନ ଅପରାହ୍ନ ୪ଟାରୁ ସା ୭ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବା ନେଇ ନିଷ୍ପତ୍ତି ହୋଇଛି। କେବଳ ରବିବାରକୁ ଛାଡି ଶନିବାର ସମେତ ସମସ୍ତ ସରକାରୀ କାର୍ଯ୍ୟ ଦିବସରେ ଅଧିବେଶନ ଚାଲିବ। ବିରୋଧୀ ଦଳ ସଭ୍ୟମାନଙ୍କ ମୁଲତବୀ ପ୍ରସ୍ତାବର ଆଲୋଚନା ପାଇଁ ୯୦ ମିନିଟ୍‌ ଧାର୍ଯ୍ୟ କରାଯାଇଛି। ବିରୋଧୀ ସଦସ୍ୟଙ୍କ ପାଇଁ ୫୫ ମିନିଟ୍‌ ଧାର୍ଯ୍ୟ କରାଯାଇଥିବା ବେଳେ ସରକାରୀ ଦଳ ସଦସ୍ୟ ଓ ମନ୍ତ୍ରୀମାନଙ୍କ ଉତ୍ତର ପାଇଁ ୩୫ ମିନିଟ୍‌ ସମୟ ଧାର୍ଯ୍ୟ ହୋଇଛି। କରୋନା କଟକଣାକୁ ପୂର୍ବଥର ଭଳି ଏଥର ମଧ୍ୟ କଡ଼ାକଡ଼ି କରାଯାଇଛି। ସାମାଜିକ ଦୂରତ୍ୱ ମାନି ବିଧାୟକଙ୍କ ଆସନ ବ୍ୟବସ୍ଥା ଗ୍ରହଣ କରାଯାଇଛି। ବିଧାନସଭା ସଭ୍ୟ ଏବଂ ମନ୍ତ୍ରୀମାନେ ଠିଆହୋଇ କିମ୍ବା ବସି ବିଧାନସଭାର ଆଲୋଚନାରେ ଭାଗ ନେଇପାରିବେ। ଓକାକ୍‌ ଭୁବନେଶ୍ୱର, ଲୋକସେବା ସଦନର ଦ୍ୱିତୀୟ ମହଲା ସମ୍ମିଳନୀ କକ୍ଷ, ମୁଖ୍ୟମନ୍ତ୍ରୀଙ୍କ ଆବାସିକ କାର୍ଯ୍ୟାଳୟ, ବିରୋଧୀ ଦଳ ନେତା ଏବଂ ବିଧାୟକଙ୍କ କାର୍ଯ୍ୟାଳୟ, ଜିଲାପାଳଙ୍କ କାର୍ଯ୍ୟାଳୟ ପ୍ରଭୃତିରୁ ଭିଡିଓ କନଫେରେନ୍ସ ଜରିଆରେ ଆଲୋଚନାରେ ଭାଗ ନେଇପାରିବେ। ଚଳିତଥର ବିଧାନସଭା ଅଧିବେଶନକୁ ଇ-ବିଧାନସଭା ଅଧିବେଶନ କରିବା ପାଇଁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି। କେବଳ ସଂଶୋଧନ ବିଲ୍‌, ବଜେଟ୍‌ ଦଲିଲ ଏବଂ ମନ୍ତ୍ରୀମାନଙ୍କ ଉତ୍ତର ହିଁ ବିବରଣୀ ଆକାରରେ ସଭ୍ୟଙ୍କୁ ଯୋଗାଇ ଦିଆଯିବ। ଅନ୍ୟଥା କାଗଜ ଆକାରରେ ଅନ୍ୟ ବିବରଣୀ ଗୃହରେ ପ୍ରଦାନ ନ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି। ସର୍ବଦଳୀୟ ବୈଠକରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, କଂଗ୍ରେସ ଦଳ ନେତା ନରସିଂହ ମିଶ୍ର, ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ, ବିଧାୟକ ଦେବୀ ପ୍ରସାଦ ମିଶ୍ର, ପ୍ରଣବ ପ୍ରକାଶ ଦାସ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri