ଏଥର ଆକ୍ସନ ଅବତାର

ଓଲିଉଡ୍‌ରେ ବାବୁସାନ ନିଜ ଆକ୍ଟିଂ କ୍ୟାରିୟର ଆରମ୍ଭ କରିଥିଲେ ‘ରୋମିଓ ଦ ଲଭରବୟ’ ଚଳଚ୍ଚିତ୍ରରୁ। ଇତି ମଧ୍ୟରେ ସେ ବେଶ୍‌ କେତୋଟି ସିନେମାରେ ଅଭିନୟ କରି ସିନେପ୍ରେମୀଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛନ୍ତି। ସେ ଅଭିନୟ କରୁଥିବା ତଥା ନିର୍ମାଣଧୀନ ଓଡ଼ିଆ ସିନେମା ‘ବିଦ୍ୟାରାଣ’ରେ ତାଙ୍କୁ ଫୁଲ୍‌ ଆକ୍ସନ ଅବତାରରେ ଦର୍ଶକ ଦେଖିବାକୁ ପାଇବେ। କରୋନ ପାଇଁ ଏହାର ଶୁଟିଂ ବନ୍ଦ ଥିଲା ଏବଂ ପୁଣି ଥରେ ଏହାର ଶୁଟିଂ ଆରମ୍ଭ କରିବାକୁ ପ୍ରଯୋଜନା ସଂସ୍ଥା ପକ୍ଷରୁ ପ୍ରାରମ୍ଭିକ ପ୍ରସ୍ତୁତି ଖୁବ୍‌ ଶୀଘ୍ର ଆରମ୍ଭ କରାଯିବ ବୋଲି ସୂଚନା ଦେଇଛନ୍ତି ଏହାର ଅନ୍ୟତମ ପ୍ରଯୋଜକ ପ୍ରଦୀପ୍ତ କୁମାର ଆଚାର୍ଯ୍ୟ। ଏହି ଫିଲ୍ମ ପାଇଁ ବାବୁସାନ୍‌ ନିଜ ଫିଗରକୁ ସିକ୍ସ ପ୍ୟାକ୍‌ କରିଛନ୍ତି ଏବଂ ସେଥିପାଇଁ ଟ୍ରେନର ଅଭିଜିତଙ୍କ ତତ୍ତ୍ୱାବଧାନରେ ସେ ବେଶ୍‌ ଝାଳ ବୁହାଇଛନ୍ତି। ଆଚାର୍ଯ୍ୟ ଏଣ୍ଟରଟେନମେଣ୍ଟ ଏବଂ ତଥ୍ୟ ପ୍ରଡକ୍ସନ ବ୍ୟାନରରେ ଚିତ୍ରଟିର ପ୍ରଯୋଜନା କରଛନ୍ତି ‘ପ୍ରେମ ପାଇଁ ମହାଭାରତ’ର ପ୍ରଯୋଜକ ପ୍ରଦୀପ୍ତ କୁମାର ଆଚାର୍ଯ୍ୟ ଏବଂ ନବାଗତ ନିରଞ୍ଜନ ନାୟକ। ଏହାର ନିର୍ଦ୍ଦେଶନା ଦାୟିତ୍ୱ ତୁଲାଉଛନ୍ତି ଜ୍ୟୋତି ଦାସ। ଖାସ୍‌ କଥା ହେଲା, ଜ୍ୟୋତିଙ୍କ ନିର୍ଦ୍ଦେଶନାରେ ବାବୁସାନ ପ୍ରଥମ ଥର ପାଇଁ ଅଭିନୟ କରିବେ। ବାପୁ ଗୋସ୍ବାମୀ ସଂଳାପ ରଚନା କରିଥିବା ବେଳେ ଏଥିରେ ସଂଯୋଜିତ ୫ଟି ଗୀତକୁ ଆଗଧାଡିର ସ୍ବରକାର ବୈଦନାଥ ଦାଶ ସ୍ବର ଦେଇଥିବା ବେଳେ ରଚନା କରିଛନ୍ତି ବାପୁ ଗୋସ୍ବାମୀ ଏବଂ ଡ. ନିର୍ମଳ ନାୟକ। ‘ଶିଷ୍ଟର ଶ୍ରୀଦେବୀ’ ପରେ ବାବୁସାନ୍‌ଙ୍କ ସହ ଦ୍ୱିତୀୟ ଥର ପାଇଁ ସ୍କ୍ରିନ୍‌ ସେୟାର କରୁଛନ୍ତି ଶିବାନୀ। ଏଥିରେ ବବି ମିଶ୍ର ନେଗେଟିଭ ଭୂମିକାରେ ଅବତୀର୍ଣ୍ଣ ହୋଇଥିବା ବେଳେ ମିହିର ଦାସ ଏକ ଗୁରୁତ୍ୱପୂର୍ଣ୍ଣ ରୋଲ୍‌ରେ ଅଭିନୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri