Posted inଜାତୀୟ

ଏଥର ଗେହଲଟ ସରକାର ନେବେ ବିଦାୟ, ଏକଥା ମୁଖ୍ୟମନ୍ତ୍ରୀ ନିଜେ ଜାଣିଛନ୍ତି: ପ୍ରଧାନମନ୍ତ୍ରୀ ମୋଦି

ଜୟପୁର,୨।୧୦: ରାଜସ୍ଥାନର ଚିତ୍ତୋରଗଡରେ ସୋମାବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ଅଶୋକ ଗେହଲଟଙ୍କ ନେତୃତ୍ୱଧୀନ କଂଗ୍ରେସ ସରକାରକୁ ଟାର୍ଗେଟ୍‌ କରିଥିଲେ। ସେ କହିଛନ୍ତି ଯେ, ଗେହଲୋଟ ଜୀ ରାଜସ୍ଥାନରୁ ବିଦାୟ ନେବାକୁ ଯାଉଛନ୍ତି। ଏକଥା ସେ ମଧ୍ୟ ଜାଣନ୍ତି। କେବଳ ଭାଜପା ରାଜସ୍ଥାନର ସର୍ବଦଳୀୟ ବିକାଶ କରିପାରିବ।
ପ୍ରଧାନମନ୍ତ୍ରୀ ମୋଦି ରାଜସ୍ଥାନକୁ ଆଜି ୭ ହଜାର କୋଟିରୁ ଅଧିକ ମୂଲ୍ୟର ପ୍ରକଳ୍ପ ଉପହାର ଦେଇଛନ୍ତି। ରେଳଠାରୁ ଆରମ୍ଭ କରି ଏଲପିଜି ପ୍ଲାଣ୍ଟ ପର୍ଯ୍ୟନ୍ତ ସବୁକିଛି ଏଥିରେ ସାମିଲ ଅଛି। ଏହା ପରେ ପ୍ରଧାନମନ୍ତ୍ରୀ ରାଜସ୍ଥାନର ଚିତ୍ତୋରଗଡରେ ଏକ ରାଲିରେ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ, ଦିଲ୍ଲୀରେ ବସିଥିବା ଲୋକମାନେ ହୁଏତ ଅନୁଭବ କରିପାରନ୍ତି ନାହିଁ ଯେ ଗେହଲଟ ଜୀଙ୍କ ସରକାର ଏଥର ଶାସନ ଗାଦିରୁ ଯାଉଛି। କିନ୍ତୁ ମୁଖ୍ୟମନ୍ତ୍ରୀ ନିଜେ ଜାଣନ୍ତି ଯେ ସେ ଯାଉଛନ୍ତି। କଂଗ୍ରେସ ସରକାରଙ୍କ ପତ୍ତନ ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଛି। ଆଜିକାଲି ଗେହଲଟ ଜୀ ଏକ ପ୍ରକାରେ ଭାଜପାକୁ ଅଭିନନ୍ଦନ ଜଣାଇଛନ୍ତି। ଭାଜପା ସରକାର ଗଠନ ପରେ ତାଙ୍କ ଯୋଜନା ବନ୍ଦ ନ କରିବାକୁ ସେ ଅନୁରୋଧ କରୁଛନ୍ତି। ଭାଜପା ସରକାର ଗଠନକୁ ଗ୍ରହଣ କରିଥିବାରୁ ମୁଁ ତାଙ୍କୁ କୃତଜ୍ଞତା ଜଣାଉଛି।
ପ୍ରଧାନମନ୍ତ୍ରୀ ମୋଦି ଆହୁରି ମଧ୍ୟ କହିଛନ୍ତି ଯେ, ରାଜସ୍ଥାନର ପରିଚୟ ଆତିଥ୍ୟ ଅଟେ। କିନ୍ତୁ ଗତ ପାଞ୍ଚ ବର୍ଷ ମଧ୍ୟରେ କଂଗ୍ରେସ ସରକାର ରାଜସ୍ଥାନର ବିଶ୍ୱସନୀୟତାକୁ ନଷ୍ଟ କରିଦେଇଛି। ମୁଁ ଅତ୍ୟନ୍ତ ଦୁଃଖିତ ଯେ ଯେତେବେଳେ ଅପରାଧ କଥା ଆସେ, ରାଜସ୍ଥାନ ଶୀର୍ଷରେ ଥାଏ। ଅରାଜକତା, ଦଙ୍ଗା ଏବଂ ପଥର ଫିଙ୍ଗିବା କାରଣରୁ ରାଜସ୍ଥାନର ନାମ ଅପମାନିତ ହୋଇଛି। ମହିଳା, ଦଲିତ ଏବଂ ପଛୁଆ ଲୋକଙ୍କ ଉପରେ ଅତ୍ୟାଚାର ମାମଲାରେ ଆଜି ଆମର ରାଜସ୍ଥାନ ସବୁଠାରୁ କୁଖ୍ୟାତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?