ବରଗଡ଼ ଧନୁଯାତ୍ରା: ଏଥର ଗୋପପୁର ଦୃଶ୍ୟାଭିନୟ ହେବ ଅଧିକ ଆକର୍ଷଣୀୟ

ବରଗଡ଼ ଅଫିସ,୧୨ା୧୦: ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ରେ ଧନୁଯାତ୍ରା ଆସନ୍ତା ଡିସେମ୍ବର ୨୭ରୁ ଆରମ୍ଭ ହେବ। ଏହି ଧନୁଯାତ୍ରା ମହୋତ୍ସବର ଗୋପପୁର ଯାତ୍ରାର ଆକର୍ଷଣ ନିଆରା। ତେବେ ଏଥର ଗୋପପୁର ଯାତ୍ରାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ବୁଧବାର ଉପଜିଲାପାଳ ଅଫିସ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଗୋପପୁର କମିଟି ବୈଠକରେ ମତପ୍ରକାଶ ପାଇଛି। ମହାଆଡ଼ମ୍ବରରେ ପାଳନ ପାଇଁ ଧନୁଯାତ୍ରା ମହୋତ୍ସବ ସମିତି ତଥା ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ବୈଠକରେ ଉପଜିଲାପାଳ ଲଲାଟ ଲୁହା ଅଧ୍ୟକ୍ଷତା କରିଥିବା ବେଳେ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ନାରାୟଣ ଦଣ୍ଡସେନା, ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ସୁରେଶ୍ୱର ଶତପଥୀ ମଞ୍ଚାସୀନ ଥିଲେ। ଏହା ପ୍ରଥମ ବୈଠକ ହୋଇଥିବା ବେଳେ ଆଗାମୀ ଧନୁଯାତ୍ରାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ଗୋପପୁର କମିଟିର ସଦସ୍ୟମାନେ ମତାମତ ଦେଇଥିଲେ। କଳାକାର ଚୟନ, ମଞ୍ଚ ସାଜସଜ୍ଜା, ଆଲୋକୀକରଣ, ଅସ୍ଥାୟୀ ଶୌଚାଳୟ, ପିଇବା ପାଣି ବ୍ୟବସ୍ଥା, ଅସ୍ଥାୟୀ ଦୋକାନୀମାନଙ୍କ ସୁବନ୍ଦୋବସ୍ତ ଉପରେ ଆଲୋଚନା ହୋଇଥିଲା। ଏହା ସହିତ ପରମ୍ପରା ଅନୁଯାୟୀ ଅକ୍ରୁର ଗୋପପୁରରୁ ମଥୁରା ନଗରୀକୁ କୃଷ୍ଣ ବଳରାମଙ୍କୁ ନେଇକି ଆସିବା ପୂବରୁ ଯେଉଁ ନାବକେଳୀ ଦୃଶ୍ୟ ମନାବନ୍ଧରେ ଅନୁଷ୍ଠିତ ହେଉଛି। ଏହି ବିଷୟରେ ବିଚାରବିମର୍ଶ କରି ଉକ୍ତ ଦୃଶ୍ୟ ମଧ୍ୟ ଗୋପପୁରରେ କରିବା ପାଇଁ କମିଟି ପକ୍ଷରୁ ପ୍ରଶାସନକୁ ପ୍ରସ୍ତାବ ଦିଆଯାଇଥିଲା। ବୈଠକରେ ଗୋପପୁର କମିଟି ପକ୍ଷରୁ ଇଶ୍ୱର ବାଗ, କୃଷ୍ଣ ମହାପାତ୍ର, ସୁରେଶ ମହାପାତ୍ର, ସୁନିଲ ଶର୍ମା, ଦୟାନିଧି ପ୍ରଧାନ, ରବିନ୍ଦ୍ର ରଞ୍ଜନ ପୂଜାରୀ ପ୍ରମୁଖ ଉପସ୍ଥିତ ରହିଥିବା ବେଳେ ଉପଜିଲାପାଳଙ୍କ ନିଷ୍ପତ୍ତି ଅନୁସାରେ ଆଗାମୀ ବୈଠକ ଗୋପପୁରରେ ଆସନ୍ତା ଶନିବାର ହେବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri