ବରଗଡ଼ ଧନୁଯାତ୍ରା: ଏଥର ଗୋପପୁର ଦୃଶ୍ୟାଭିନୟ ହେବ ଅଧିକ ଆକର୍ଷଣୀୟ

ବରଗଡ଼ ଅଫିସ,୧୨ା୧୦: ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ରେ ଧନୁଯାତ୍ରା ଆସନ୍ତା ଡିସେମ୍ବର ୨୭ରୁ ଆରମ୍ଭ ହେବ। ଏହି ଧନୁଯାତ୍ରା ମହୋତ୍ସବର ଗୋପପୁର ଯାତ୍ରାର ଆକର୍ଷଣ ନିଆରା। ତେବେ ଏଥର ଗୋପପୁର ଯାତ୍ରାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ବୁଧବାର ଉପଜିଲାପାଳ ଅଫିସ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଗୋପପୁର କମିଟି ବୈଠକରେ ମତପ୍ରକାଶ ପାଇଛି। ମହାଆଡ଼ମ୍ବରରେ ପାଳନ ପାଇଁ ଧନୁଯାତ୍ରା ମହୋତ୍ସବ ସମିତି ତଥା ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ବୈଠକରେ ଉପଜିଲାପାଳ ଲଲାଟ ଲୁହା ଅଧ୍ୟକ୍ଷତା କରିଥିବା ବେଳେ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ନାରାୟଣ ଦଣ୍ଡସେନା, ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ସୁରେଶ୍ୱର ଶତପଥୀ ମଞ୍ଚାସୀନ ଥିଲେ। ଏହା ପ୍ରଥମ ବୈଠକ ହୋଇଥିବା ବେଳେ ଆଗାମୀ ଧନୁଯାତ୍ରାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ଗୋପପୁର କମିଟିର ସଦସ୍ୟମାନେ ମତାମତ ଦେଇଥିଲେ। କଳାକାର ଚୟନ, ମଞ୍ଚ ସାଜସଜ୍ଜା, ଆଲୋକୀକରଣ, ଅସ୍ଥାୟୀ ଶୌଚାଳୟ, ପିଇବା ପାଣି ବ୍ୟବସ୍ଥା, ଅସ୍ଥାୟୀ ଦୋକାନୀମାନଙ୍କ ସୁବନ୍ଦୋବସ୍ତ ଉପରେ ଆଲୋଚନା ହୋଇଥିଲା। ଏହା ସହିତ ପରମ୍ପରା ଅନୁଯାୟୀ ଅକ୍ରୁର ଗୋପପୁରରୁ ମଥୁରା ନଗରୀକୁ କୃଷ୍ଣ ବଳରାମଙ୍କୁ ନେଇକି ଆସିବା ପୂବରୁ ଯେଉଁ ନାବକେଳୀ ଦୃଶ୍ୟ ମନାବନ୍ଧରେ ଅନୁଷ୍ଠିତ ହେଉଛି। ଏହି ବିଷୟରେ ବିଚାରବିମର୍ଶ କରି ଉକ୍ତ ଦୃଶ୍ୟ ମଧ୍ୟ ଗୋପପୁରରେ କରିବା ପାଇଁ କମିଟି ପକ୍ଷରୁ ପ୍ରଶାସନକୁ ପ୍ରସ୍ତାବ ଦିଆଯାଇଥିଲା। ବୈଠକରେ ଗୋପପୁର କମିଟି ପକ୍ଷରୁ ଇଶ୍ୱର ବାଗ, କୃଷ୍ଣ ମହାପାତ୍ର, ସୁରେଶ ମହାପାତ୍ର, ସୁନିଲ ଶର୍ମା, ଦୟାନିଧି ପ୍ରଧାନ, ରବିନ୍ଦ୍ର ରଞ୍ଜନ ପୂଜାରୀ ପ୍ରମୁଖ ଉପସ୍ଥିତ ରହିଥିବା ବେଳେ ଉପଜିଲାପାଳଙ୍କ ନିଷ୍ପତ୍ତି ଅନୁସାରେ ଆଗାମୀ ବୈଠକ ଗୋପପୁରରେ ଆସନ୍ତା ଶନିବାର ହେବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?