ଏଥର ଯୋଡ଼ା ପଦ୍ମ ଫୁଟିବ: ଜଗଦ୍ଦେବ

ଖୋର୍ଦ୍ଧା,୨୮ା୪(ପ୍ରଭାତ ପାଣିଗ୍ରାହୀ)ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଶନିବାର ବିଧାନସଭା ଆସନ ପାଇଁ ଅଷ୍ଟମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ୩ ଆସନ ମଧ୍ୟରୁ ଖୋର୍ଦ୍ଧା ନିର୍ବାଚନମଣ୍ଡଳୀ ପାଇଁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆ ପାଇଁ ପ୍ରଦୀପ ସାହୁଙ୍କ ନାମ ଘୋଷଣା କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ। ସେହିପରି ଭାରତୀୟ ଜନତା ପାର୍ଟି (ଭାଜପା) ୮ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧାରୁ ପ୍ରାର୍ଥୀ କରିଛି।
ପ୍ରାର୍ଥୀ ଘୋଷଣା ପରେ ପ୍ରଦୀପ କହିଛନ୍ତି, ବେଗୁନିଆ ଓ ବୋଲଗଡ଼ ବାସିନ୍ଦା ସ୍ଥାନୀୟ ନେତୃତ୍ୱକୁ ଚାହୁଁଥିଲେ। ମୁଖ୍ୟମନ୍ତ୍ରୀ ମୋ ଉପରେ ଆସ୍ଥା ପ୍ରକଟ କରିଛନ୍ତି। ଅତୀତରେ ବେଗୁନିଆବାସୀଙ୍କ ଦାବିକ୍ରମେ ମୁଖ୍ୟମନ୍ତ୍ରୀ ବେଗୁନିଆ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଉପଖଣ୍ଡ ମେଡିକାଲର ମାନ୍ୟତା ଦେଇଥିଲେ। ଏପରିକି ବେଗୁନିଆ ପରେ ବୋଲଗଡ଼କୁ ଏନ୍‌ଏସି ଘୋଷଣା କରିଥିଲେ। ଏଠାରେ ଦଳ ମଜଭୁତ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଉପରେ ଲୋକଙ୍କ ବିଶ୍ୱାସ ରହିଛି। ଚଳିତ ନିର୍ବାଚନରେ ବିଧାନସଭା ଓ ଲୋକ ସଭା ବିଜେଡି ପ୍ରାର୍ଥୀ ବିପୁଳ ଭୋଟରେ ବିଜୟ ଲାଭ କରିବ ବୋଲି ସେ ପ୍ରକାଶ କରିଛନ୍ତି। ସେହିପରି ରାଜେନ୍ଦ୍ର କହିଛନ୍ତି, ନବୀନଙ୍କ ନେତୃତ୍ୱରେ ଓଡ଼ିଶା ପ୍ରଗତି ପଥରେ ଆଗେଇ ଚାଲିଛି। ଖୋର୍ଦ୍ଧାକୁ ଏକ ନମ୍ବର ବିଧାନସଭାକ୍ଷେତ୍ର ଭାବେ ଗଢ଼ିତୋଳିବାକୁ ପ୍ରଚେଷ୍ଟା ରହିବ ବୋଲି ସେ କହିଛନ୍ତି। ଅନ୍ୟପଟେ ଖୋର୍ଦ୍ଧାର ଭାଜପା ପ୍ରାର୍ଥୀ ଜଗଦ୍ଦେବ କହିଛନ୍ତି, କୌଣସି ଲଢ଼େଇ ନୁହଁ, ଏକପାଖିଆ ବିଜୟ ହେବ। ଉଭୟ ବିଧାନସଭା, ଲୋକ ସଭାରେ ଭାଜପାର ଯୋଡ଼ା ପଦ୍ମ ଫୁଟିବ। ଜିଲା ହେଡକ୍ୱାର୍ଟସ ସତ୍ତ୍ୱେ ଅବହେଳିତ ହୋଇ ରହିଥିବା ଖୋର୍ଦ୍ଧାର ପୂର୍ଣ୍ଣାଙ୍ଗ ବିକାଶ ପ୍ରତି ଗୁରୁତ୍ୱ ଦିଆଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?