ଏଥର କିଡ୍‌ନୀ ବାହାରକୁ ଯାଉନାହିଁ

କଟକ/ପଟ୍ଟାମୁଣ୍ଡାଇ, ୨ା୩(ଶିଳ୍ପା ପ୍ରିୟଦର୍ଶିନୀ/କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ଶ୍ରୀଓମ୍‌ ଶିବୁ(୧୮)ଙ୍କ ମୃତ୍ୟୁ ପରେ ତାଙ୍କ କିଡ୍‌ନୀ ୨ଜଣଙ୍କ ଜୀବନ ବଞ୍ଚାଇବାକୁ ଯାଉଛି। ରମେଶ ଚନ୍ଦ୍ର ଦାସ ଓ ରଶ୍ମିତା ଦାସଙ୍କ ପୁଅ ଶିବୁଙ୍କର ମୁଣ୍ଡ ବିନ୍ଧିବା ସହ ଆଖିକୁ ସ୍ପଷ୍ଟ ଭାବେ ଦେଖାଯାଇ ନ ଥିଲା। ଗତ ଜାନୁଆରୀ ୧୭ରେ ଏସ୍‌ସିବି ମେଡିକାଲର ମେଡିସିନ ବିଭାଗକୁ ଶିବୁ ଚିକିତ୍ସା ପାଇଁ ଆସିଥିଲେ। ପରୀକ୍ଷା ନିରୀକ୍ଷା ପରେ ସେ ବ୍ରେନ୍‌ ଟ୍ୟୁମରରେ ଆକ୍ରାନ୍ତ ଥିବା ଜଣାପଡ଼ିଥିଲା। ତାଙ୍କୁ ନ୍ୟୁରୋସର୍ଜରୀ ବିଭାଗରେ ଭର୍ତ୍ତି କରାଯାଇଥିଲା। ଅସ୍ତ୍ରୋପଚାର ପରେ ଗୁରୁବାର ସନ୍ଧ୍ୟାରେ ତାଙ୍କର ମୃତ୍ୟୁ (ବ୍ରେନ୍‌ ଡେଡ୍‌) ଘଟିଥିଲା। ଏହାପରେ ଶିବୁଙ୍କ ମା’ବାପା ପୁଅର କିଡ୍‌ନୀ ଦାନ କରିବାକୁ ନିଷ୍ପତ୍ତି ନେଇଥିଲେ। ମେଡିକାଲ କର୍ତ୍ତୃପକ୍ଷ ଏବଂ ଷ୍ଟେଟ୍‌ ଅର୍ଗାନ ଆଣ୍ଡ୍‌ ଟିସ୍ୟୁ ଟ୍ରାନ୍ସପ୍ଲାଣ୍ଟ ଅର୍ଗାନାଇଜେଶନ (ଏସ୍‌ଓଟିଟିଓ) ଟିମ୍‌ ଏଥିପାଇଁ ପ୍ରକ୍ରିୟା ଆରମ୍ଭ କରିଥିଲେ। ଶୁକ୍ରବାର ଶିବୁଙ୍କ ଶରୀରରୁ ଦୁଇଟି କିଡ୍‌ନୀ ବାହାର କରାଯାଇ ଗୋଟିଏ ଏସ୍‌ସିବି ମେଡିକାଲରେ ରଖାଯାଇଥିବାବେଳେ ଅନ୍ୟଟି ଭୁବନେଶ୍ୱର ଆପୋଲୋ ହସ୍ପିଟାଲକୁ ପଠାଯାଇଛି। ଏହି ସମସ୍ତ ପ୍ରକ୍ରିୟା ପାଇଁ ୨ରୁ ଅଢ଼େଇ ଘଣ୍ଟା ସମୟ ଲାଗିଛି। ଏହି ପ୍ରକ୍ରିୟାରେ ନେଫ୍ରୋଲୋଜି ବିଭାଗ, ୟୁରୋଲୋଜି ବିଭାଗର ଡାକ୍ତର ନିୟୋଜିତ ଥିଲେ। ଏବେ ଏହି କିଡ୍‌ନୀର କ୍ରସ୍‌ମ୍ୟାଚ ପାଇଁ ଅପେକ୍ଷା କରାଯାଇଛି। ଯେଉଁ ବ୍ୟକ୍ତିଙ୍କ ସହ ମେଳ ଖାଇବ ତାଙ୍କ ଶରୀରରେ ଉକ୍ତ କିଡ୍‌ନୀ ପ୍ରତିରୋପଣ କରାଯିବ ବୋଲି ଏସ୍‌ସିବି ୟୁରୋଲୋଜି ବିଭାଗ ମୁଖ୍ୟ ପ୍ରଫେସର ଡା. ସମୀର ସ୍ବାଇଁ କହିଛନ୍ତି।
ଅପରପକ୍ଷରେ ଏସ୍‌ସିବି ମେଡିକାଲ ପରିସରରେ ଶିବୁଙ୍କ ମରଶରୀରକୁ ସୁରକ୍ଷାକର୍ମୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସମ୍ମାନ ଦିଆଯାଇଛି। ଏସ୍‌ସିବି ମେଡିକାଲ ଅଧୀକ୍ଷକ ପ୍ରଫେସର ଡା. ସୁଧାଂଶୁ ଶେଖର ମିଶ୍ର, ପ୍ରଶାସନିକ ଅଧିକାରୀ ଡା. ଅବିନାଶ ରାଉତଙ୍କ ସମେତ ମେଡିକାଲର ସମସ୍ତ ଡାକ୍ତର ଉପସ୍ଥିତ ରହିଥିଲେ। ମେଡିକାଲ ପ୍ରଶାସନିକ ଅଧିକାରୀ ଡା. ଅବିନାଶ ରାଉତ କହିଛନ୍ତି, ଶିବୁଙ୍କ ପରିବାର ଲୋକେ ଏଭଳି ନିଷ୍ପତ୍ତି ନେଇଥିବାରୁ ସେମାନଙ୍କୁ ଧନ୍ୟବାଦ ଜଣାଉଛି। ସରକାରଙ୍କ ନିୟମ ଅନୁଯାୟୀ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ସମ୍ପନ୍ନ କରାଯିବା ପାଇଁ କେନ୍ଦ୍ରାପଡ଼ା ଜିଲାପାଳଙ୍କ ସହ ଯୋଗାଯୋଗ କରିଛୁ। ଏସ୍‌ସିବି ମେଡିକାଲରୁ ଶିବୁଙ୍କ ମରଶରୀରକୁ ରାଷ୍ଟ୍ରୀୟ ସମ୍ମାନ ସହ ପଠାଯାଇଛି।
ସୂଚନାଯୋଗ୍ୟ, ଶିବୁ ଯୁକ୍ତ୨ ଦ୍ୱିତୀୟ ବର୍ଷର ଛାତ୍ର ଥିଲେ। ଶିବୁଙ୍କ ବାପା ରମେଶ କହିଛନ୍ତି, ପୁଅର ବହୁତ ଇଚ୍ଛା ଥିଲା ପାଠ ପଢ଼ି ଭଲ ମଣିଷ ହେବ ଏବଂ ଉଚ୍ଚ ପଦବୀରେ ଚାକିରି କରିବ। ଯୁକ୍ତ୨ ପଢ଼ିବା ସହ ସେ ଏନ୍‌ଆଇଟି ପାଇଁ ନିଜକୁ ପ୍ରସ୍ତୁତ କରୁଥିଲା। ହେଲେ ପୁଅର ଇଚ୍ଛା ଅଧାରେ ରହିଗଲା। ମୋ ପୁଅର କିଡ୍‌ନୀ ଆଉ କାହା ପରିବାରରେ ସୁଖ ଫେରାଇ ଆଣିବ, ସେଥିପାଇଁ ଏଭଳି ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ସାସରେ ମିଳିଲା ୧୯୦ ବର୍ଷ ପୁରୁଣା ଲୁହା କମାଣ ଗୋଳା

ସାନ୍‌ ଆଣ୍ଟୋନିଓ (ଟେକ୍ସାସ),୨୭ା୬:ଆମେରିକାର ଟେକ୍ସାସ ପ୍ରଦେଶରେ ଥିବା ପ୍ରସିଦ୍ଧ ‘ଆଲାମୋ’ ଐତିହାସିକ ସ୍ଥଳରୁ ପ୍ରତ୍ନତତ୍ତ୍ୱବିତ୍‌ମାନେ ଏକ ଅକ୍ଷତ ଲୁହା କମାଣ ଗୋଳା (କ୍ୟାନନ୍‌ବଲ୍‌) ପାଇଛନ୍ତି। ଏହା ୧୮୩୬…

ପ୍ରବଳ ବର୍ଷା ସମ୍ଭାବନା: ୪୦ରୁ ୫୦ କିମି ବେଗରେ ବହିବ ପବନ, ଏସବୁ ଜିଲାରେ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୨୭ା୬(ବନ୍ଦନା ସେଠୀ):ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ପାଗରେ ସେପରି କିଛି ବିଶେଷ ପରିବର୍ତ୍ତନ ନ ଥିବା…

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବିଷାକ୍ତ ଛତୁ ଖାଇ ୩ ଶିଶୁ ଗୁରୁତର: କଲ୍ୟାଣସିଂହପୁର ମେଡିକାଲରେ ଭର୍ତ୍ତି, ଚିକିତ୍ସା ପରେ ଅବସ୍ଥା ସ୍ଥିର

କଲ୍ୟାଣସିଂହପୁର, ୨୬।୬ (ଦୀପକ କୁମାର ପରିଡା): ବିଷାକ୍ତ ଛତୁ ଖାଇ ୩ ଜଣ ଶିଶୁ ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ କଲ୍ୟାଣସିଂହପୁର ଗୋଷ୍ଠୀ…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ପୋଡ଼ି ପାଉଁଶ ହେଲା ୩,୧୧୬ କିଲୋ ଗଞ୍ଜେଇ, NDPS ଆକ୍ଟ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ

ମୋହନା, ୨୬।୬ (ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଥାନା ପୋଲିସ ପକ୍ଷରୁ ଆଜି ମାଦକ ଦ୍ରବ୍ୟ କାରବାର ବିରୋଧରେ ଏକ ବଡ଼ ପଦକ୍ଷେପ ଗ୍ରହଣ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri